Posted inଜାତୀୟ

ହାତୀ ପଲକୁ ଧକ୍କା ଦେଲା ଟ୍ରେନ୍‌: ଚାଲିଗଲା ୩ ଜୀବନ

ରାଞ୍ଚି,୧୯ା୭: ପଶ୍ଚିମବଙ୍ଗ-ଝାଡ଼ଖଣ୍ଡ ସୀମା ଅନ୍ତର୍ଗତ ରେଳଲାଇନ ଅତିକ୍ରମ କରୁଥିବା ହାତୀ ପଲକୁ ଶନିବାର ଜନଶତାବ୍ଦୀ ଏକ୍ସପ୍ରେସ୍‌ ଧକ୍କା ଦେବାରୁ ୩ ହାତୀଙ୍କ ମୃତ୍ୟୁ ଘଟିଛି। ପଶ୍ଚିମବଙ୍ଗର ବସ୍ତୋଲା ରେଳଷ୍ଟେଶନ ନିକଟରେ ଏହି ଦୁର୍ଘଟଣା ଘଟିଥିବା ବେଳେ ଏହାକୁ ନେଇ ରେଲ୍‌ଓ୍ବେ ଏବଂ ବନ ବିଭାଗ ପରସ୍ପରକୁ ଦୋଷାରୋପ କରିଛନ୍ତି।

୭ ଜଣିଆ ହାତୀ ପଲ ଖଡ଼ଗପୁର-ଟାଟାନଗର ରେଲଓ୍ବେ ସେକ୍ସନର ଏକ ଟ୍ରାକ୍‌କୁ ଅତିକ୍ରମ କରୁଥିବାବେଳେ ଦ୍ରୁତବେଗରେ ଆସୁଥିବା ଶତାବ୍ଦୀ ଏକ୍ସପ୍ରେସ୍‌ ଧକ୍କା ଦେବାରୁ ଘଟଣାସ୍ଥଳରେ ୩ ହାତୀ ପ୍ରାଣ ହରାଇଥିବା ବେଳେ ଅନ୍ୟ ୪ଟି ବର୍ତ୍ତିଯାଇଥିଲେ। ହାତୀଗୁଡ଼ିକୁ ପଶ୍ଚିମବଙ୍ଗର ଝରଗ୍ରାମ ଜଙ୍ଗଲରୁ ଆସିଥିବା ସୂଚନା ମିଳିଛି।

ହାତୀ ମୃତ୍ୟୁକୁ ନେଇ ରେଲଓ୍ବେ ଗଭୀର ଉଦ୍‌ବେଗ ପ୍ରକାଶ କରିଥିଲେ ମଧ୍ୟ ଏଥିପାଇଁ ଦାୟୀ ହେବାକୁ ମନା କରିଦେଇଛି। ଉକ୍ତ ଅଞ୍ଚଳ ଦେଇ ହାତୀ ଚଳପ୍ରଚଳ ହେଉଥିବା ସମ୍ପର୍କରେ ରେଲଓ୍ବେକୁ ଜଣାଇ ଦିଆଯାଇଥିଲେ ମଧ୍ୟ ସେମାନେ କୌଣସି ପଦକ୍ଷେପ ନେଇ ନ ଥିଲେ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି। ଅନ୍ୟପକ୍ଷେ ବନ ବିଭାଗ ଏହି ଦାବିକୁ ଭୁଲ୍‌ ଓ ବିଭ୍ରାନ୍ତିକର ବୋଲି ରେଲଓ୍ବେ କହିଛି। ବନ ବିଭାଗ ପୂର୍ବରୁ ଲିଖିତ ଭାବେ କିମ୍ବା ଫୋନ୍‌ ଯୋଗେ ଏହି ସମ୍ପର୍କରେ କୌଣସି ସୂଚନା ଦେଇ ନ ଥିଲା ବୋଲି ରେଲଓ୍ବେ ପକ୍ଷରୁ ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

ପିକନିକ ବସ ଓଲଟି ୩୫ ଛାତ୍ର ଆହତ

ଜମ୍ମୁ,୨୧।୧୨: ଶନିବାର (ଡିସେମ୍ବର ୨୦) ରାତିରେ ଜମ୍ମୁର ବିଷ୍ନାହ ନିକଟବର୍ତ୍ତୀ ରିଙ୍ଗ ରୋଡରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ ସାରି ଫେରୁଥିବା ଏକ...

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri