ରାଜ୍ୟରେ ପୁଣି ୧୦ ହଜାର ଟପିଲା ଦୈନିକ ସଂକ୍ରମଣ ,ଚିହ୍ନଟ ହେଲେ ୧୦,୮୫୬ ପଜିଟିଭ୍‌

ଭୁବନେଶ୍ୱର,୧୫।୧(ବ୍ୟୁରୋ): ରାଜ୍ୟରେ ଶନିବାର ୧୦ହଜାର ୮୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୨୧ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ। ଆକ୍ରାନ୍ତଙ୍କ ମଧ୍ୟରୁ ୬୨୯୩ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪୫୬୩ ଜଣ ଲୋକାଲ କେସ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୫୯ ହଜାର ୭୭୩ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୦୮୭ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୧୦୪, ବାଲେଶ୍ୱରରୁ ୩୨୬, ବରଗଡରୁ ୧୪୫, ଭଦ୍ରକରୁ ୧୦୧, ବଲାଙ୍ଗୀରରୁ ୨୫୯ , ବୌଦ୍ଧରୁ ୩୮, କଟକରୁ ୯୦୯, ଦେବଗଡରୁ ୨୪, ଢେଙ୍କାନାଳରୁ ୬୯, ଗଜପତିରୁ ୧୩୫, ଗଞ୍ଜାମରୁ ୧୩୯, ଜଗତ୍‌ସିଂହପୁରରୁ ୨୨୨, ଯାଜପୁରରୁ ୨୧୦, ଝାରସୁଗୁଡାରୁ ୨୧୧, କଳାହାଣ୍ଡିରୁ ୧୪୪, କନ୍ଧମାଳରୁ ୪୨, କେନ୍ଦ୍ରାପଡାରୁ ୭୫, କେନ୍ଦୁଝରରୁ ୮୪, କୋରାପୁଟରୁ ୧୬୫ , ମୟୂରଭଞ୍ଜରୁ ୩୭୬, ମାଲକାନଗିରିରୁ ୫୪, ନବରଙ୍ଗପୁରରୁ ୧୦୬, ନୟାଗଡରୁ ୧୪୫, ନୂଆପଡାରୁ ୭୫, ପୁରୀରୁ ୧୯୮, ରାୟଗଡାରୁ ୧୫୬ ଆକ୍ରାନ୍ତ ଅଛନ୍ତି। ସେହିପରି ସମ୍ବଲପୁରରୁ ୫୦୦, ସୋନପୁରରୁ ୧୦୨, ସୁନ୍ଦରଗଡରୁ ୧୯୪୩ ଥିବା ବେଳେ ଷ୍ଟେଟ ପୁଲ୍‌ରୁ ୭୧୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri