Posted inଜାତୀୟ

ଭାରତ ଛାଡିବେନି ହଜାର ହଜାର ଗାଈଙ୍କ ‘ମା’

ମଥୁରା, ୨୭।୫: ଭାରତରେ ରହି ଗୋସୁରକ୍ଷା କାର୍ଯ୍ୟ କରୁଥିବା ପଦ୍ମଶ୍ରୀ ଫ୍ରିଡେରିକ ଇରିନା ବୃର୍ନିଂଙ୍କ ଭିସା ଅବଧି ଏକବର୍ଷ ପାଇଁ ବଢାଇ ଦିଆଯାଇଛି। ବୈଦେଶିକ ମନ୍ତ୍ରୀ ସୁଷମା ସ୍ବରାଜଙ୍କ ହସ୍ତକ୍ଷେପ ପରେ ଏହି ନିଷ୍ପତ୍ତି ନିଆଯାଇଛି। ଜର୍ମାନୀର ୬୧ ବର୍ଷ ବୟସ୍କା ସମାଜସେବୀ ଫ୍ରିଡେରିକଙ୍କ ଭାରତୀୟ ଭିଜା ସମୟ ସୀମା ବଢ଼ାଇବା ପାଇଁ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ମନା କରାଯାଇଥିଲା। ପରେ ଫ୍ରିଡେରିକ ପଦ୍ମଶ୍ରୀ ପୁରସ୍କାର ଫେରାଇ ଦେବାକୁ ଧମକ ଦେଇଥିଲେ। ଏନେଇ ସୁଷମା ସ୍ବରାଜ ରିପୋର୍ଟ ତଲବ କରଥିଲେ। ଦେଶରେ ଫ୍ରିଡେରିକ ଗୋସୁରକ୍ଷା ସମ୍ପର୍କିତ କାର୍ଯ୍ୟ କରୁଛନ୍ତି। ଭିଜା ଅବଧି ବଢ଼ାଇବା ପାଇଁ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟରେ ସେ ଆବେଦନ କରିଥିଲେ। ତେବେ ତାଙ୍କ ଆବେଦନକୁ ଖାରଜ କରିଦିଆଯାଇଥିଲା। ସୂଚନାଯୋଗ୍ୟ, ୨୦୧୮ ପାଇଁ ତାଙ୍କୁ ଚଳିତବର୍ଷ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ କରାଯାଇଥିଲା। ୨୫ବର୍ଷ ପୂର୍ବେ ଭାରତର ଉତ୍ତର ପ୍ରଦେଶର ମଧୁରା ନଗରୀକୁ ବୁଲିବାକୁ ଆସିଥିଲେ ଫ୍ରିଡେରିକ୍‌। ସେଠାରେ ଗାଈଙ୍କ ପାଳନରେ ଅବ୍ୟବସ୍ଥା ଦେଖି ଗୋସେବା କରିବାକୁ ନିଷ୍ପତ୍ତି ନେଇଥିଲେ। ସେବେଠାରୁ ସେ ଭାରତରେ ରହି ଗୋସେବା କରୁଛନ୍ତି। ମଥୁରାରେ ଏକ ଗୋଶାଳା କରି ୨୫୦୦ ଗାଈ ସେ ରଖିଛନ୍ତି।


All Right Reserved By

କ୍ରିକେଟ ଖେଳକୁ ନେଇ ଝଗଡା: ସାଙ୍ଗର ଆଖି ତାଡି ଲୁଣ ପକାଇଦେଲେ ଯୁବକ

ନୂଆଦିଲ୍ଲୀ, ୧୮।୪: ଦକ୍ଷିଣ ଦିଲ୍ଲୀର ନେବ ସରାୟ ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। କ୍ରିକେଟ ଖେଳକୁ ନେଇ ଲାଗିଥିବା ଝଗଡା ଯୋଗୁ ସାଙ୍ଗର...

ରାୟବରେଲୀରେ ସୋନିଆ ପଛରେ

ନୂଆଦିଲ୍ଲୀ,୨୩।୫: ରାୟବରେଲୀ ଲୋକ ସଭା ଆସନରେ ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ପଛରେ ଚାଲିଛନ୍ତି। ସେହିପର ଅମେଠିରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ପଛୁଆ ଥିବା ପ୍ରଥମ...

ପାଣି ଭିତରେ ଯୋଗ କଲେ ବିଏସ୍‌ଏଫ୍‌ ଯବାନ

ଗୁଆହାଟି,୧୮।୬: ଆଗକୁ ଅଛି ଅନ୍ତର୍ଜାତୀୟ ଯୋଗ ଦିବସ। ଏହାକୁ ଆଖି ଆଗରେ ରଖି ଦେଶ ବିଦେଶର ବିଭିନ୍ନ ସ୍ଥାନରେ ଲୋକେ ଯୋଗ ଅଭ୍ୟାସ କରୁଥିବା ଦେଖିବାକୁ...

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବ: ଯୋଗଦେବେ ୮ ରାଷ୍ଟ୍ରର ନେତା

ନୂଆଦିଲ୍ଲୀ,୨୮ା୫: ଆସନ୍ତା ୩୦ ତାରିଖରେ ନରେନ୍ଦ୍ର ମୋଦି ଦ୍ୱିତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାକୁ ଯାଉଥିବାବେଳେ ଏହି ଉତ୍ସବରେ ବାଂଲାଦେଶ,...

ପିଲାଙ୍କୁ ପଢ଼ାନ୍ତି ପାଠ: ଫି ବଦଳରେ ମାସକୁ ୧୮ ଗଛ ଲଗାଇବାକୁ ଦିଅନ୍ତି ପରାମର୍ଶ

ପାଟନା,୨୭।୫: ବିହାର ବେଗୁସରାଇସ୍ଥିତ ସମସ୍ତିପୁରରେ ଜଣେ ଯୁବକ ପରିବେଶ ସଚେତନତା କାର୍ଯ୍ୟକ୍ରମ ଏକ ନିଆରା ଢ଼ଙ୍ଗରେ କରୁଛନ୍ତି। ରାଜେଶ କୁମାର ସୁମନ ନାମକ ଜଣେ ଯୁବକ...

ଏକାକୀ ଲଢ଼ିବୁ ଉପନିର୍ବାଚନ: ଅଖିଳେଶ

ଲକ୍ଷ୍ନୌ,୫।୬: ଆଗାମୀ ଦିନରେ ଉତ୍ତରପ୍ରଦେଶରେ ହେବାକୁ ଥିବା ୧୧ ବିଧାନସଭା ଉପନିର୍ବାଚନରେ ସମାଜବାଦୀ ପାର୍ଟି (ଏସ୍‌ପି) ଏକାକୀ ନିର୍ବାଚନ ଲଢ଼ିବାକୁ ପ୍ରସ୍ତୁତ ଅଛି ବୋଲି ଦଳର...

ପ୍ରାର୍ଥୀପତ୍ର ଦାଖଲ କଲେ ଗୃହମନ୍ତ୍ରୀ

ଲକ୍ଷ୍ନୌ,୧୬।୪: କେନ୍ଦ୍ର ଗୃହମନ୍ତ୍ରୀ ଏବଂ ଲକ୍ଷ୍ନୌ ଲୋକସଭା ଆସନର ଭାଜପାର ଆଶାୟୀ ପ୍ରାର୍ଥୀ ରାଜନାଥ ସିଂହ ମଙ୍ଗଳବାର ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ରାଜନାଥ ସିଂହ...

ଶପଥ ଗ୍ରହଣ ଉତ୍ସବରେ ବିମ୍‌ଷ୍ଟେକ୍‌ ନେତା

ନୂଆଦିଲ୍ଲୀ,୩୦ା୫:(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ବିମ୍‌ଷ୍ଟେକ୍‌ (ବେ ଅଫ୍‌ ବେଙ୍ଗଲ୍‌ ଇନିସିଏଟିଭ୍‌ ଫର ମଲ୍ଟି-ସେକ୍ଟରାଲ ଟେକ୍‌ନିକାଲ ଆଣ୍ଡ ଇକୋନୋମିକ୍‌ କୋଅପରେଶନ)ର ସଦସ୍ୟ...


selfi corner

 

Model This Week

Why Dharitri

Leave a comment

Your email address will not be published. Required fields are marked *