ବନ୍ୟାରେ ୧୪,୨୩୫ ଘର ନଷ୍ଟ, ୨୪ ଜିଲା ପ୍ରଭାବିତ

ଭୁବନେଶ୍ୱର,୮ା୯(ବ୍ୟୁରୋ): ଗତ ମାସ ଦ୍ୱିତୀୟ ଓ ତୃତୀୟ ସପ୍ତାହରେ ହୋଇଥିବା ବନ୍ୟା ଏବଂ ଲଘୁଚାପଜନିତ ପ୍ରବଳ ବର୍ଷା ଯୋଗୁ ରାଜ୍ୟର ୨୪ ଜିଲା ପ୍ରଭାବିତ ହୋଇଛି। ୧,୨୬,୧୬୨ ହେକ୍ଟର ଚାଷଜମିର ୩୩ ପ୍ରତିଶତରୁ ଊର୍ଦ୍ଧ୍ୱ ଫସଲ ହାନି ହୋଇଛି। ୧୪,୨୩୫ ବାସଗୃହ ନଷ୍ଟ ହୋଇଥିବା ବେଳେ ୧୨୩୬ ଗୁହାଳ, ୫୦୩୬ ହେକ୍ଟର ଚାଷଜମି ବାଲିଚର, ୧୧୨୫ଟି ଡଙ୍ଗା ଓ ଜାଲ, ୨୮.୩୮୨ ହେକ୍ଟର ମାଛ ପୋଖରୀ ଓ ୪୮୩.୧୪୫ ହେକ୍ଟର ମାଛଯାଅଁାଳ ଚାଷ କ୍ଷତିଗ୍ରସ୍ତ ହୋଇଛି ।

କ୍ଷତିଗ୍ରସ୍ତ ଜିଲାଗୁଡ଼ିକ ହେଲା ଅନୁଗୋଳ, ବରଗଡ଼, ବୌଦ୍ଧ, ନୟାଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ପୁରୀ, ଭଦ୍ରକ, ବାଲେଶ୍ୱର, ଯାଜପୁର, କେଉଁଝର, ମୟୂରଭଞ୍ଜ, ବଲାଙ୍ଗୀର, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା ଓ ସୁନ୍ଦରଗଡ଼। ବନ୍ୟା ଓ ପ୍ରବଳ ବୃଷ୍ଟିପାତ ଦ୍ୱାରା ହୋଇଥିବା କ୍ଷୟକ୍ଷତିର ଆକଳନ ପାଇଁ ସମ୍ପୃକ୍ତ ଜିଲାର ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ଜିଲାପାଳମାନଙ୍କ କ୍ଷୟକ୍ଷତିର ଆକଳନକୁ ଭିତ୍ତିକରି ଏବଂ ବିପର୍ଯ୍ୟୟ ସହାୟତା ପାଣ୍ଠିର ସର୍ତ୍ତ ଓ ନିୟମାବଳୀ ଅନୁଯାୟୀ ଘର ନିର୍ମାଣ ସହାୟତା, ବାସନକୁସନ ସହାୟତା, କୃଷିଭିତ୍ତିକ ସହାୟତା, ବାଲିଚର ସହାୟତା, ମୃତ ଗୋରୁଙ୍କ ପାଇଁ ସହାୟତା, କ୍ଷତିଗ୍ରସ୍ତ ଡଙ୍ଗା ଓ ଜାଲ, ମତ୍ସ୍ୟପୋଖରୀ, ମାଛଯାଆଁଳ ଚାଷ, ହସ୍ତତନ୍ତ ବୁଣାକାର, ହସ୍ତଶିଳ୍ପ କାରିଗର, ରେଶମ ଚାଷୀଙ୍କ ପାଇଁ ସହାୟତା ବାବଦକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୨୮ କୋଟି ୫୮ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ସେହିପରି ଜଳବନ୍ଦୀରେ ପ୍ରଭାବିତ ଲୋକମାନଙ୍କୁ ଖାଦ୍ୟ ସହାୟତା ବାବଦକୁ ଅଦ୍ୟାବଧି ଜିଲାପାଳମାନଙ୍କୁ ୯୯ କୋଟି ୯୨ ଲକ୍ଷ ୯୭ ହଜାର ଟଙ୍କା ମଞ୍ଜୁର କରାଯାଇଛି।

ଇତିମଧ୍ୟରେ ଜଳସମ୍ପଦ, ପୂର୍ତ୍ତ, ଗ୍ରାମ୍ୟ ଉନ୍ନୟନ, ଗୃହ ଓ ନଗର ଉନ୍ନୟନ ଏବଂ ଶକ୍ତି ବିଭାଗଠାରୁ ମିଳିଥିବା ରିପୋର୍ଟ ଅନୁଯାୟୀ ୧୨୬ କୋଟି ୬୨ ଲକ୍ଷ ୯୩ ହଜାର ଟଙ୍କାର ସାଧାରଣ ସମ୍ପତ୍ତି କ୍ଷୟକ୍ଷତି ହୋଇଛି। ସାଧାରଣ ସମ୍ପତ୍ତି କ୍ଷୟକ୍ଷତିର ତୁରନ୍ତ ପୁନରୁଦ୍ଧାର ପାଇଁ ଜଳସମ୍ପଦ ବିଭାଗ ୫୨୭୭.୬୯ ଲକ୍ଷ ଟଙ୍କା ଆବଶ୍ୟକ କରୁଥିବାବେଳେ ପୂର୍ତ୍ତ ବିଭାଗ ୨୦୧୯.୪୪ ଲକ୍ଷ, ଗ୍ରାମ୍ୟ ଉନ୍ନୟନ ବିଭାଗ ୪୨୫୪.୭୦ ଲକ୍ଷ, ଗୃହ ଓ ନଗର ଉନ୍ନୟନ ବିଭାଗ ୬୦୭.୭୨ ଲକ୍ଷ ଓ ଶକ୍ତି ବିଭାଗ ୫୦୩.୩୮ ଲକ୍ଷ ଟଙ୍କା ଆବଶ୍ୟକ ବୋଲି ଜଣାଇଛନ୍ତି। ବିପର୍ଯ୍ୟୟ ସହାୟତା ପାଣ୍ଠିର ସର୍ତ୍ତ ଓ ନିୟମାବଳୀ ଅନୁଯାୟୀ ସାଧାରଣ ସମ୍ପତ୍ତି କ୍ଷୟକ୍ଷତିର ତୁରନ୍ତ ପୁନରୁଦ୍ଧାର ପାଇଁ ଜଳସମ୍ପଦ ବିଭାଗକୁ ୪୩୫୩.୯୨ ଲକ୍ଷ, ପୂର୍ତ୍ତ ବିଭାଗକୁ ୧୩୬୭.୨୫ ଲକ୍ଷ, ଗ୍ରାମ୍ୟ ଉନ୍ନୟନ ବିଭାଗକୁ ୨୪୧୪.୩୭ ଲକ୍ଷ, ଗୃହ ଓ ନଗର ଉନ୍ନୟନ ବିଭାଗକୁ ୮୨.୪୬ ଲକ୍ଷ ଓ ଶକ୍ତି ବିଭାଗକୁ ୪୯୭.୫୧ ଲକ୍ଷ ଟଙ୍କା ବିପର୍ଯ୍ୟୟ ସହାୟତା ପାଣ୍ଠିରୁ ମଞ୍ଜୁର କରାଯାଇଛି। ସର୍ବମୋଟ୍‌ ୮୭୧୫.୫୧ ଲକ୍ଷ ଟଙ୍କା ଉକ୍ତ ବିଭାଗଗୁଡ଼ିକୁ ସାଧାରଣ ସମ୍ପତ୍ତିର ତୁରନ୍ତ ମରାମତି ଓ ପୁନରୁଦ୍ଧାର ଲାଗି ମଞ୍ଜୁର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri