Posted inରାଜ୍ୟ

କଟକରେ ୩୬ ଘଣ୍ଟାଟିଆ କର୍ଫ୍ୟୁ ଲାଗୁ, ଶାନ୍ତି ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ

କଟକ,୬।୧୦: କଟକ ସହରରେ ଶୁକ୍ରବାର ରାତିରେ ଦରଘା ବଜାର ଅଞ୍ଚଳରେ ଦୁର୍ଗା ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ହୋଇଥିବା ହିଂସାକାଣ୍ଡ ଓ ତା’ପରେ ରବିବାର ବଜ୍ରକବାଟି ରୋଡ଼ରେ ଶୋଭାଯାତ୍ରା ସମୟରେ ବିକ୍ଷୋଭ ଘଟଣା ପରେ ସହରରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ପୋଲିସ କମିଶନର ଏସ. ଦେବଦତ୍ତ ସିଂ ରବିବାର ରାତି ୧୦ଟାରୁ ୩୬ ଘଣ୍ଟିଆ କର୍ଫ୍ୟୁ ଘୋଷଣା କରିଛନ୍ତି। ଏହି କର୍ଫ୍ୟୁ ଦରଘା ବଜାର ସମେତ ୧୩ଟି ଥାନା ଅଞ୍ଚଳରେ ଲାଗୁ ହେବ, ଯାହା ମଙ୍ଗଳାବାଗ, କ୍ୟାଣ୍ଟନମେଣ୍ଟ, ପୁରୀଘାଟ, ଲାଲବାଗ, ବିଡ଼ାନାସୀ, ମର୍କତନଗର, ସିଡିଏ ଫେଜ-୨, ମାଲଗୋଦାମ, ବାଦାମବାଡ଼ି, ଜଗତପୁର, ବୟାଳିଶ ମୌଜା ଓ ସଦର ଥାନା ଅଞ୍ଚଳକୁ ଅନ୍ତର୍ଭୁକ୍ତ କରୁଛି। ଏହି ସମୟରେ କଟକରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଅପିଲ କରିଛନ୍ତି। ଭାଇଚାରାର ଅନନ୍ୟ ନିଦର୍ଶନ ହେଉଛି କଟକ ସହର, ହେଲେ କେତେକ ବିଶୃଙ୍ଖଳାକାରୀଙ୍କ ଯୋଗୁଁ ସହରରେ ଶାନ୍ତି ଭଙ୍ଗ ହୋଇଛି। ତେବେ କଟକର ଗୌରବକୁ ଅକ୍ଷୂଣ୍ଣ ରଖିବା ପାଇଁ ଆଗେଇ ଆସିବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଖସୁଛି ପାରଦ: ୨ ଦିନ ହେଲା ଶୀତ, ନିଆଁ ଲଗାଇ ବସୁଛନ୍ତି…

ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିକୁ ଶୀତ ଆସିବାରେ ବିଳମ୍ବ ହୋଇଛି । ତେବେ ଗତ ୨ ଦିନ ହେଲା ପାରଦ ଖସୁଛି ଏବଂ...

ବିଜେଡି, ଭାଜପାର ରୋଡ୍‌ ଶୋ’କୁ ନେଇ ଚର୍ଚ୍ଚା

ନୂଆପଡ଼ା,୯ା୧୧(ପୀତାମ୍ବର ସାହୁ): ନୂଆପଡ଼ା ଉପନିର୍ବାଚନ ପ୍ରଚାର ଶେଷ ପର୍ଯ୍ୟାୟରେ। ରବିବାର ପ୍ରଚାର ଶେଷ ହୋଇଯିବ। ଅପରାହ୍ନ ୪ଟା ସୁଦ୍ଧା ନୂଆପଡ଼ା ଛାଡ଼ି ଚାଲିଯିବାକୁ ବାହାର ନେତା...

ନୂଆପଡ଼ା ଉପନିର୍ବାଚନ ବିଜୟ ପାଇଁ ପ୍ରମୁଖ ଦଳର କସରତ୍‌

ନୂଆପଡ଼ା,୯ା୧୧ (ପୀତାମ୍ବର ସାହୁ): ନୂଆପଡ଼ା ଉପନିର୍ବାଚନ ପ୍ରଚାର ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ଏହାକୁ ନେଇ ଆଲୋଚନା ସେତେ...

ଘାସିରାମ ନିଷ୍କଳଙ୍କ: ଚେୟାରମ୍ୟାନ ଥାଇ ନିଜ ବିଡିଓଙ୍କୁ ଧରାଇଥିଲେ ଭିଜିଲାନ୍ସ ହାତରେ

ନୂଆପଡ଼ା,୯ା୧୧ (ମକାରୁ ବେମାଲ): କଂଗ୍ରେସ ହେଉଛି ଏକମାତ୍ର ଦଳ ଯିଏ ଏହି ମାଟିର ମଣିଷ, ନିଷ୍କଳଙ୍କ ବ୍ୟକ୍ତି ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରିଛି। କଂଗ୍ରେସ ପ୍ରାର୍ଥୀ...

ଉପନିର୍ବାଚନ ପ୍ରଚାରର ଶେଷଦିନ: ୪ଟାରୁ ନୂଆପଡ଼ା ଛାଡ଼

ନୂଆପଡ଼ା,୯।୧୧(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନ ପାଇଁ ଆଜି ପ୍ରଚାରର ଶେଷଦିନ। ରବିବାର ଅପରାହ୍ନ ୪ଟାରୁ ସାଇଲେନ୍ସ ପିରିୟଡ ଲାଗୁ ହେବ। ସାଇଲେନ୍ସ ପିରିୟଡ ପୂର୍ବରୁ ସମସ୍ତ...

ଆପାର୍ଟମେଣ୍ଟ ବାଲ୍‌କୋନି ଭୁଶୁଡ଼ି ୩ମୃତ

କଟକ,୯।୧୧(କାର୍ତ୍ତିକ ସାହୁ): ଐତିହାସିକ ବାଲିଯାତ୍ରା ପାଇଁ କଟକ ସହର ଚଳଚଞ୍ଚଳ ହୋଇ ଉଠିଥିବାବେଳେ ଶନିବାର ଅପରାହ୍ନରେ ମଣିସାହୁ ଛକ ନିକଟରେ ଘଟିଛି ଏକ ଅଘଟଣ। ଏକ...

ଅଷ୍ଟ୍ରେଲିଆ ବିପକ୍ଷରେ ଟି-୨୦ ସିରିଜ ଜିତିବା ପରେ ଟିମ ଇଣ୍ଡିଆକୁ ମିଳିଥିଲା କି ପୁରସ୍କାର ରାଶି? ଜାଣନ୍ତୁ ICC ନିୟମ ବିଷୟରେ

ନୂଆଦିଲ୍ଲୀ,୮।୧୧: ଭାରତୀୟ ମହିଳା କ୍ରିକେଟ ଦଳ ସମ୍ପ୍ରତି ୨୦୨୫ ODI ବିଶ୍ୱକପ ଜିତିଛି। ଏଥିପାଇଁ, ସେମାନେ ପ୍ରାୟ ୪୦ କୋଟି ଟଙ୍କା ପୁରସ୍କାର ରାଶି ପାଇଛନ୍ତି।...

ଭାରତର ସ୍ଥାନ ନିଶ୍ଚିତ! କିନ୍ତୁ ପାକିସ୍ତାନ ଅଲିମ୍ପିକ୍ସରେ ଖେଳିପାରିବ ନାହିଁ, ICC ବୈଠକରୁ ଆସିଲା ଆଶ୍ଚର୍ଯ୍ୟଜନକ ଅପଡେଟ

ନୂଆଦିଲ୍ଲୀ,୮।୧୧: ଭାରତ ବନାମ ପାକିସ୍ତାନ। କ୍ରିକେଟର ସବୁଠାରୁ ବଡ଼ ଏବଂ ଚର୍ଚ୍ଚିତ ପ୍ରତିଦ୍ୱନ୍ଦ୍ୱିତା ମଧ୍ୟରୁ ଗୋଟିଏ, କିନ୍ତୁ ଏହି ଦୁଇ ଦଳ ଏବେ କେବଳ ICC...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri