ରାଜ୍ୟରେ ୨୭୬ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୮।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୫ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୧୭ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ରବିବାର ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୪୩ ହଜାର ୪୬୯ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୩୮ ଆକ୍ରାନ୍ତ ଥିବା ବେଳେ ବାଲେଶ୍ୱରରୁ ୧୫, ଭଦ୍ରକରୁ ୩, ବଲାଙ୍ଗୀରରୁ ୪, କଟକରୁ ୧୭, ଢେଙ୍କାନାଳରୁ ୧୦, ଗଜପତିରୁ ୮, ଜଗତ୍‌ସିଂହପୁରରୁ ୫, ଯାଜପୁରରୁ ୧୦ ଜଣ ଆକ୍ରାନ୍ତ ଅଛନ୍ତି। ସେହିପରି କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ୬, ମୟୂରଭଞ୍ଜରୁ ୨, ନୟାଗଡ଼ରୁ ୨, ନୂଆପଡାରୁ ୪, ପୁରୀରୁ ୬, ସମ୍ବଲପୁରରୁ ୭, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୩୧ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାତି ଛୁଇଁଲା ୪୦

ଭୁବନେଶ୍ୱର,୨୯।୩: ଚଳିତବର୍ଷ ପ୍ରଥମ ଥର ପାଇଁ ରାଜ୍ୟରେ ୪୦ ଡ଼ିଗ୍ରୀ ଛୁଇଁଲା ତାତି। ଟିଟଲାଗଡ, ବଲାଙ୍ଗିର, ବୌଦ୍ଧ, ଭବାନୀପାଟଣା ଓ ନୟାଗଡରେ ତାପମାତ୍ରା ୪୦ ଡ଼ିଗ୍ରୀ...

ପ୍ରତି ନିର୍ବାଚନରେ ବଢିଚାଲିଛି ଖର୍ଚ୍ଚ ସୀମା, ଲୋକ ସଭା ନିର୍ବାଚନରେ ଏତେ ଲକ୍ଷ ଟଙ୍କା ଖର୍ଚ୍ଚ କରନ୍ତି ପ୍ରାର୍ଥୀ

ନୂଆଦିଲ୍ଲୀ,୨୯।୩: ଲୋକ ସଭା ନିର୍ବାଚନ ୨୦୨୪ର ସମସ୍ତ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ନିର୍ବାଚନ ପ୍ରକ୍ରିୟା ମଧ୍ୟରେ ନିର୍ବାଚନ କମିଶନରଙ୍କ ଦାୟିତ୍ୱ ରହିଥାଏ କି କ୍ଷମତାସୀନ ଦଳ...

ଆଜି ଗୁଡ୍‌ ଫ୍ରାଇଡେ: ବାଇବେଲ ପାଠକରି ସାମୂହିକ ପ୍ରାର୍ଥନା କଲେ ଶ୍ରଦ୍ଧାଳୁ

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ ): ଆଜି ଗୁଡ୍‌ ଫ୍ରାଇଡେ। ଏହାକୁ ଶ୍ରଦ୍ଧାଳୁମାନେ ରୀତିନୀତି ଅନୁସାରେ ପାଳନ କରିଛନ୍ତି। ଯିଶୁଖ୍ରୀଷ୍ଟଙ୍କୁ ଆଜିର ଦିନରେ କାଲବରୀ ନାମକ ଏକ...

ବିଜେଡି-ଭାଜପା-କଂଗ୍ରେସକୁ ମୟୂରଭଞ୍ଜରେ ଟକ୍କର ଦେବ ଏହି ଦଳ, ଘୋଷଣା କଲା ପ୍ରାର୍ଥୀ

ମୟୂରଭଞ୍ଜ,୨୯।୩: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଝିଅ ପୁଣିଥରେ ଚଳିତ ନିର୍ବାଚନରେ ମଇଦାନକୁ ଓହ୍ଲାଇଛନ୍ତି। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(JMM) ଶିବୁ ସୋରେନଙ୍କ ଝିଅ ଅଞ୍ଜନି...

ପୈତୃକ ଗାଁରୁ ପ୍ରଚାର ମଇଦାନକୁ ଓହ୍ଲାଇଲେ ପ୍ରଦୀପ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ଆସନ ପାଇଁ ଭାଜପା ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ କରିଛି। ବରଗଡ଼ ଲୋକସଭା କ୍ଷେତ୍ର ଅଧୀନ ବିଜେପୁର ନିର୍ବାଚନ ମଣ୍ଡଳି ପୈତୃକ...

ନବବିବାହିତ ଯୁବକଙ୍କୁ ଗଳାକାଟି ହତ୍ୟା

ଗଜପତି,୨୯।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋସାଣି ବ୍ଲକ ଗୁରାଣ୍ଡି ଥାନା ଅଧୀନ ତୋଟାଗୁମ୍ବୁଡା ଗାଁରେ ଏକ ଅଘଟଣ ଘଟିଛି। ଜଣେ ନବବିବାହିତ ଯୁବକଙ୍କୁ ଗଳାକାଟି ଅତି...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଶୀର୍ବାଦ କାମନା କଲେ ଦେବେଶ ଆଚାର୍ଯ୍ୟ

ବରଗଡ଼,୨୯ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରମାଗତ ତୃତୀୟଥର ପାଇଁ ଦେବେଶ ଆଚାର୍ଯ୍ୟଙ୍କ ନାମ...

ଗୁଡ୍‌ ଫ୍ରାଇଡେରେ ପ୍ରାର୍ଥନା କରି ନିର୍ବାଚନ ପ୍ରଚାର ଆରମ୍ଭ କଲେ ଦିଲୀପ ତିର୍କୀ

ସୁନ୍ଦରଗଡ,୨୭ା୩(ଜୟ ନାରାୟଣ ମେଣ୍ଡୁଳି): ଚର୍ଚ୍ଚରେ ପ୍ରାର୍ଥନା କରି ପ୍ରଚାର ଆରମ୍ଭ କରିଛନ୍ତି ବିଜେଡି ଲୋକସଭା ପ୍ରାର୍ଥୀ ଦିଲୀପ ତିର୍କୀ। ପ୍ରାର୍ଥୀ ଘୋଷଣା ହେବା ପରେ ଶୁକ୍ରବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri