ପୋଲିସ ଭ୍ୟାନରୁ ଡେଇଁ ଦୁର୍ଦ୍ଦାନ୍ତ ଚନ୍ଦନ ଫେରାର

ଭୁବନେଶ୍ୱର, ୧୦ା୭(ବ୍ୟୁରୋ): ଡେପୁଟି କମିଶନର ଅଫ ପୋଲିସ (ଡିସିପି)ଙ୍କ କୋର୍ଟରେ ହାଜର ହୋଇ ଝାରପଡ଼ା ଜେଲ୍‌କୁ ଫେରୁଥିବାବେଳେ ପୋଲିସ ଭ୍ୟାନ୍‌ରୁ ଡେଇଁ ଫେରାର ହୋଇଯାଇଛନ୍ତି ଏକାଧିକ ମାମଲାରେ ଅଭିଯୁକ୍ତ ଥିବା ଚନ୍ଦନ ନାୟକ। ମଙ୍ଗଳବାର ଅପରାହ୍ନ ସାଢ଼େ ୨ଟାରେ ଘଟିଛି ଏହି ଘଟଣା। ତାଙ୍କୁ ଧରିବା ପାଇଁ ଦୁଇଟି ଟିମ୍‌ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି।
ଚନ୍ଦନ ଗତ ମାସରେ କ୍ୟାପିଟାଲ ଥାନା ପୋଲିସ ଦ୍ୱାରା ଗିରଫ ହୋଇଥିଲେ। ତାଙ୍କ ନାମରେ ବାଇକ ଚୋରି, ଲୁଟ୍‌, ବୋମା ମାଡ଼ ଓ ବନ୍ଧୁକ କାରବାର ଭଳି ସଙ୍ଗିନ ମାମଲା ରହିଛି। ସେ ଜେଲରୁ ଆସି ବାରମ୍ବାର ଅପରାଧ ଘଟାଉଥିବାରୁ କ୍ୟାପିଟାଲ ଥାନା ପୋଲିସ ତାଙ୍କ ବିରୋଧରେ ୧୧୦ ଲଗାଇ କୋର୍ଟ ଚାଲାଣ କରିଥିଲା। ଅନ୍ୟ କେତେକ ମାମଲାରେ ଚନ୍ଦନଙ୍କୁ ଭୁବନେଶ୍ୱର ଏସ୍‌ଡିଜେଏମଙ୍କ କୋର୍ଟରୁ ଜାମିନ ମିଳିଥିଲେ ମଧ୍ୟ ୧୧୦ରେ ତାଙ୍କୁ ଝାରପଡ଼ା ଜେଲ୍‌କୁ ପଠାଇ ଦିଆଯାଇଥିଲା। ମଙ୍ଗଳବାର ତାଙ୍କର ଡିସିପି କୋର୍ଟରେ ହାଜର ହେବାର ଥିଲା। ସକାଳେ ଝାରପଡା ଜେଲରୁ କଡା ସୁରକ୍ଷାରେ ଚନ୍ଦନ ଓ ଅନ୍ୟ ଅଭିଯୁକ୍ତଙ୍କୁ ପୋଲିସ ଭ୍ୟାନ୍‌ରେ ବାଣୀବିହାରସ୍ଥିତ ଡିସିପିଙ୍କ କୋର୍ଟକୁ ଅଣାଯାଇଥିଲା। ସେଠାରେ ଚନ୍ଦନଙ୍କୁ ହାଜର କରାଯିବା ପରେ ପୁଣି ପୋଲିସ ଭ୍ୟାନ୍‌ରେ ତାଙ୍କୁ ଅପରାହ୍ନରେ ଝାରପଡା ଜେଲକୁ ନିଆଯାଉଥିଲା। ହେଲେ ମହର୍ଷି କଲେଜ ନିକଟରେ ଟ୍ରାଫିକ ଭିଡ଼ଥିବାରୁ ଗାଡ଼ିର ବେଗ ମନ୍ଥର ହୋଇଯାଇଥିଲା। ଏହି ସୁଯୋଗରେ ହାତକଡ଼ି ସହ ଚନ୍ଦନ ଗାଡ଼ିରୁ ଡେଇଁ ଚମ୍ପଟ ମାରିଥିଲେ। ଏ ସମ୍ପର୍କରେ ଦାୟିତ୍ୱରେ ଥିବା ଏସ୍‌କର୍ଟ ଅଫିସର ଉପରିସ୍ଥ ଅଧିକାରୀଙ୍କୁ ଜଣାଇଥିଲେ। ଏନେଇ ମଧ୍ୟ ଶହୀଦନଗର ଥାନାରେ ଏକ ଅଭିଯୋଗ ହୋଇଛି। ଦୁର୍ଦ୍ଦାନ୍ତ ଚନ୍ଦନ କିଛି ବଡ଼ ଅପରାଧ ଘଟାଇବା ଆଶଙ୍କା ରହିଥିବାରୁ ତୁରନ୍ତ ତାଙ୍କୁ ଗିରଫ କରିବା ପାଇଁ ଡିସିପି ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ପୋଲିସ କମିଶନର ସତ୍ୟଜିତ୍‌ ମହାନ୍ତି କହିଛନ୍ତି, ପୋଲିସ ଭ୍ୟାନ୍‌ରୁ କିଭଳି ଅଭିଯୁକ୍ତ ଖସି ଫେରାର ହେଲେ ତାହାର ତଦନ୍ତ କରାଯାଉଛି। ଦାୟିତ୍ୱରେ ଅବହେଳା କରିଥିବା ପୋଲିସ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
ଅନ୍ୟପକ୍ଷରେ ବିଗତ ୧ ବର୍ଷ ଭିତରେ ୧୦ଜଣ ଅଭିଯୁକ୍ତ ପୋଲିସ ହେପାଜତରୁ ଖସି ଗଲେଣି। ଭୁବନେଶ୍ୱର କୋର୍ଟ, କ୍ୟାପିଟାଲ ହସ୍ପିଟାଲ ଆଦି ବିଭିନ୍ନ ସ୍ଥାନରୁ ଅଭିଯୁ୍‌କ୍ତମାନେ ଖସି ଯାଇଥିବାବେଳେ ପୋଲିସର ବୁଦ୍ଧି ପଶୁନି। ଅଭିଯୁକ୍ତଙ୍କୁ କୋର୍ଟ ନେବା ସମୟରେ ଢିଲା ସୁରକ୍ଷା ଯୋଗୁ ଅଭିଯୁକ୍ତମାନେ ଖସିଯାଉଥିବା କୁହାଯାଉଛି।


All Right Reserved By

କାରଖାନା ସମ୍ମୁଖରେ ଠିକା ସଫେଇ କର୍ମଚାରୀଙ୍କ ଗଣାଧାରଣା

ତାଳଚେର,୧୮।୮(ନି.ପ୍ର.): ବିକ୍ରମପୁର ସ୍ଥିତ ଭାରି ଜଳ କାରଖାନା ସମ୍ମୁଖରେ ଗୁରୁବାର ଠିକା ସଫେଇ କର୍ମଚାରୀମାନେ ଗଣଧାରଣା ଦେଇଛନ୍ତି। ଗତ ୩ମାସ ହେଲା ସେମାନଙ୍କୁ ପାରିଶ୍ରମିକ ମିଳିନାହିଁ।...

ଭକ୍ତ ପାଇଲେ ନୀଳାଚଳ ଅବଢ଼ା

ପୁରୀ ଅଫିସ,୧୭ା୭: ସରିଯାଇଛି ରଥଯାତ୍ରା। ରତ୍ନସିଂହାସନରେ ବିରାଜମାନ କରିଛନ୍ତି ଚତୁର୍ଦ୍ଧାବିଗ୍ରହ। ପୁଣି ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ଗହଳି ଚହଳି। ମଙ୍ଗଳବାର ମହାପ୍ରଭୁଙ୍କୁ ଲାଗି ହୋଇଛି ମହାପ୍ରସାଦ।...

ନବଜାତ ଶିଶୁକୁ ମୃତ ଘୋଷଣା କରିଦେଲେ ଡାକ୍ତର: ଫିଙ୍ଗିବାକୁ ନେବା ବେଳେ ଚେତା ଆସିଲା

ଅନୁଗୋଳ ଅଫିସ, ୨୩।୫:  ନବଜାତ ଶିଶୁକୁ ମୃତ ଘୋଷଣା କରିଦେଲେ ନର୍ସିଂହୋମ ଡାକ୍ତର। ଏତିକିରେ ସରି ନ ଥିଲା ପରିବାରର ଦୁଃଖ। ପ୍ରସୂତିଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ...

ଧରିତ୍ରୀ ପ୍ରଭାବ: ଫନୀ ପ୍ରଭାବିତ ଅଞ୍ଚଳରେ ଘରଭଙ୍ଗା ସର୍ଭେ, ବିପନ୍ନଙ୍କ ଭଙ୍ଗାଘରର ଜିଓ ଟ୍ୟାଗ୍‌ ବାଧ୍ୟତାମୂଳକ

କଟକ ସଦର,୧୭।୫(ଡି.ଏନ୍‌.ଏ.): ବାତ୍ୟା ‘ଫନୀ’ ପ୍ରଭାବରେ ଗୃହଶୂନ୍ୟ ବ୍ୟକ୍ତିମାନଙ୍କୁ ପକ୍କାଘର ଯୋଗାଇ ଦେବା ଲାଗି ରାଜ୍ୟ ସରକାର ଘୋଷଣା କରିବା ପରେ ନ୍ୟସ୍ତ ସ୍ବାର୍ଥ ବ୍ୟକ୍ତିଙ୍କର...

ଠକେଇ ଅଭିଯୋଗରେ ୪ ନକଲି ଖବରଦାତା ଗିରଫ : ବିଭିନ୍ନ ସାମଗ୍ରୀ ଜବତ

ବରଗଡ଼ ଅଫିସ,୧୯ା୬ : ନିଜକୁ ଖବରଦାତାର ପରିଚୟ ଦେଇ ବରଗଡ଼ ଜିଲା ଶିଳ୍ପକେନ୍ଦ୍ରର ଭାରପ୍ରାପ୍ତ ସାଧାରଣ ପରିଚାଳକ ମନୋଜ କୁମାର ଶତପଥୀଙ୍କୁ ପିସ୍ତଲ ଦେଖାଇ ଠକେଇ...

ଦୁର୍ଗମ ଇଲାକାରେ ପହଞ୍ଚିଲା ସ୍ବାସ୍ଥ୍ୟ ବିଭାଗ: ଦ୍ୱାର ମୁହଁରେ ଚିକିତ୍ସା ବ୍ୟବସ୍ଥା

ନୂଆପଡା ଅଫିସ,୧୭ା୫: ନୂଆପଡ଼ା ଜିଲାର ସବୁଠାରୁ ଦୁର୍ଗମ ସୁନାବେଡା ଅଭୟାରଣ୍ୟରେ ସ୍ବାସ୍ଥ୍ୟ ସେବା ଦୁର୍ଲଭ । ଲୋକେ ଆଜି ବି ସ୍ବାସ୍ଥ୍ୟ ଭଳି ମୌଳିକ ସେବାରୁ...

୨୨ରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର,୧୮।୬(ବ୍ୟୁରୋ): ରାଜ୍ୟରେ ପ୍ରାକ୍‌ ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପାଇଁ ପାଗ ଅନୁକୂଳ ହେଲାଣି। ଆସନ୍ତା ୪/୫ ଦିନ ପରେ ମୌସୁମୀ...

ଡକାୟତି ଉଦ୍ୟମ ପଣ୍ଡ : ୫ କୋର୍ଟ ଚାଲାଣ,୩ ଫେରାର

ସୋରଡ଼ା,୭।୭(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଲାଠିପଡ଼ା ଅଞ୍ଚଳରେ ଡକାୟତି ଉଦ୍ୟମ କରୁଥିବା ୮ ଜଣିଆ ଡକାୟତ ଦଳ ମଧ୍ୟରୁ ୫ ଜଣଙ୍କୁ ପୋଲିସ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *