ମେଟ୍ରୋ ରେଳ ପ୍ରକଳ୍ପକୁ ୫୯୨୯.୩୮ କୋଟି ମଞ୍ଜୁର

ଭୁବନେଶ୍ୱର,୧୫।୧୧(ଅନିଲ ଦାସ): ବହୁ ପ୍ରତୀକ୍ଷିତ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ କାର୍ଯ୍ୟ ଆଉ ପାଦେ ଆଗେଇଛି। ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ବିମାନବନ୍ଦରଠାରୁ ତ୍ରିଶୂଳିଆ ପର୍ଯ୍ୟନ୍ତ ନିର୍ମାଣ ପାଇଁ କରାଯାଇଥିବା ୫୯୨୯.୩୮ କୋଟିର ବ୍ୟୟ ଅଟକଳକୁ କ୍ୟାବିନେଟ ଅନୁମୋଦନ ମିଳିଛି। ଏହି କାର୍ଯ୍ୟକୁ ଭୁବନେଶ୍ୱର ମେଟ୍ରୋ ରେଳ ନିଗମ ତତ୍ତ୍ବାବଧାନରେ ଦିଲ୍ଲୀ ମେଟ୍ରୋ ରେଳ ନିଗମ ଦ୍ବାରା ନିର୍ମାଣ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ ଦିଲ୍ଲୀ ମେଟ୍ରୋ ରେଳ ନିଗମର ଦେୟ ୩୨୬.୫୬ କୋଟି ଧାର୍ଯ୍ୟ କରାଯାଇଛି। ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟକୁ କାର୍ଯ୍ୟକାରୀ କରିବା ପାଇଁ ଦିଲ୍ଲୀ ମେଟ୍ରୋ ରେଳ ନିଗମକୁ
ଟର୍ନ-କି-କନସଲଟାଣ୍ଟ ଭାବରେ ନିଯୁକ୍ତ କରାଯାଇଛି। ରାଜଧାନୀ ଅଞ୍ଚଳର ଭିତ୍ତିଭୂମିର ବିକାଶ ନିମନ୍ତେ ମୁଖ୍ୟମନ୍ତ୍ରୀ ୨୦୨୩ ଏପ୍ରିଲ ୧ରେ ୫-ଟି ପଦକ୍ଷେପ ଅଧୀନରେ ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ବିମାନବନ୍ଦରଠାରୁ ତ୍ରିଶୂଳିଆ ପର୍ଯ୍ୟନ୍ତ ମେଟ୍ରୋ ରେଳ ପ୍ରକଳ୍ପକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏଥିନିମନ୍ତେ ମୋଟ ୫୯୨୯.୩୮ କୋଟିର ବ୍ୟୟ ଅଟକଳ କରାଯାଇଛି। ପ୍ରଥମ ପର୍ଯ୍ୟାୟ କାର୍ଯ୍ୟକୁ ଆସନ୍ତା ୪ ବର୍ଷ ମଧ୍ୟରେ ଶେଷ କରିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଭୁବନେଶ୍ବର ବିମାନବନ୍ଦରଠାରୁ ତ୍ରିଶୂଳିଆ ପର୍ଯ୍ୟନ୍ତ ୨୬ କି.ମି. ବ୍ୟାପୀ ଏହି ମେଟ୍ରୋ ରେଳ ପ୍ରକଳ୍ପରେ
କ୍ୟାପିଟାଲ ହସ୍ପିଟାଲ, ରାଜମହଲ ଛକ, ବାଣୀବିହାର ଛକ, ଜୟଦେବ ବିହାର ଛକ ଓ ପଟିଆ ଛକ ସମେତ ୨୦ ଷ୍ଟେଶନ ନିର୍ମାଣ କରାଯିବ। ଏଲିଭେଟେଡ୍‌ ଭାୟାଡକ୍ଟ ଉପରେ ସମସ୍ତ ମେଟ୍ରୋ ଧାରଣା ଓ ଷ୍ଟେଶନ ରହିବ। ଅତ୍ୟାଧୁନିକ ରେଳ କୋଚ୍‌ ବ୍ୟବହାର କରାଯିବ। ଅତ୍ୟାଧୁନିକ ଟିକେଟ ବ୍ୟବସ୍ଥା ଏବଂ ସିଗ୍‌ନାଲ ବ୍ୟବହାର କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri