ତଟବନ୍ଧ,ପାନୀୟ ଜଳ ପ୍ରକଳ୍ପ ପାଇଁ ଖର୍ଚ୍ଚ ହେବ ୬୨୨ କୋଟି

କେନ୍ଦ୍ରାପଡ଼ା ଅଫିସ, ୧୪ ।୮: ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଓ ପାନୀୟ ଜଳ ସଙ୍କଟ କେନ୍ଦ୍ରାପଡ଼ା ଜିଲାବାସୀଙ୍କୁ ସର୍ବଦା ଆଶଙ୍କାରେ ପକାଇଛି। ତେବେ ଏହାର ସମାଧାନ ପାଇଁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରୟାସ ଜାରି ରଖିଛନ୍ତି। ଶୁକ୍ରବାର ରାଜ୍ୟ କ୍ୟାବିନେଟ ବୈଠକରେ କେନ୍ଦ୍ରାପଡ଼ା ଜିଲାର ୩ ପାନୀୟ ଜଳ ପ୍ରକଳ୍ପ ଓ ୬ ଲୁଣା ବନ୍ଧ ନିର୍ମାଣ ପାଇଁ ଅର୍ଥ ମଞ୍ଜୁରୀ ହୋଇଛି। ଏହି ମର୍ମରେ କେନ୍ଦ୍ରାପଡ଼ା ଜିଲା ବିଜେଡି ପକ୍ଷରୁ ଏକ ଖବରଦାତା ସମ୍ମିଳନୀରେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଛି ା ଜିଲା ସଭାପତି ଉତ୍କଳ କେଶରୀ ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମ୍ମିଳନୀରେ ଖାଦ୍ୟ ଯୋଗାଣ ଓ ସମବାୟ ମନ୍ତ୍ରୀ ତଥା ମହାକାଳପଡ଼ା ବିଧାୟକ ଅତନୁ ସବ୍ୟସାଚୀ ନାୟକ, କେନ୍ଦ୍ରାପଡ଼ା ବିଧାୟକ ଶଶିଭୂଷଣ ବେହେରା, ରାଜନଗର ବିଧାୟକ ଧ୍ରୁବଚରଣ ସାହୁ ଓ ପାଟକୁରା ବିଧାୟିକାଙ୍କ ପ୍ରତିନିଧି ସଞ୍ଜୟ ଅଗ୍ରୱାଲ ଯୋଗ ଦେଇଥିଲେ। ସେମାନେ କହିଥିଲେ, ରାଜନଗର ବ୍ଲକ ଅଧୀନ ୨୯ ପଞ୍ଚାୟତର ୨୪୯ ଗ୍ରାମ, ପଟ୍ଟାମୁଣ୍ଡାଇ ବ୍ଲକ ଅଧୀନ ୨୯ ପଞ୍ଚାୟତର ୧୩୮ ଗ୍ରାମର ଅଧିବାସୀଙ୍କ ପାଇଁ ସଂସାରଫଳ ଓ ବାଛରାଠାରେ ଦୁଇଟି ପାନୀୟ ଜଳ ପ୍ରକଳ୍ପ ହେବ। ଏହି ଅଞ୍ଚଳରେ ୩,୨୪,୦୪୬ ଜଣ ଏଥିରେ ଉପକୃତ ହେବାକୁ ଥିବା ବେଳେ ବ୍ରାହ୍ମଣୀ ନଦୀରୁ ପାଣି ଉଠାଯିବ। ସେହିପରି ଗରଦପୁର ବ୍ଲକ ଅଧୀନରେ ଥିବା ବାଛରାଠାରେ ଚିତ୍ରୋପତ୍ଳା ନଦୀରୁ ପାଣି ଉତ୍ତୋଳନ କରାଯାଇ ୧୮ ପଞ୍ଚାୟତର ୧୩୫ ଗ୍ରାମକୁ ପାନୀୟ ଜଳ ଯୋଗାଣ ହେବ। ଆସନ୍ତା ୨ ବର୍ଷ ମଧ୍ୟରେ ଏହି ୩ ପ୍ରକଳ୍ପ ସମ୍ପୂର୍ଣ୍ଣ କରାଯିବାକୁ ଲକ୍ଷ୍ୟଧାର୍ଯ୍ୟ ହୋଇଛି। ବନ୍ୟା, ସାମୁଦ୍ରିକ ଝଡ଼ ଓ ସୁନାମି ପରି ପ୍ରାକୃତିକ ବିପର୍ଯ୍ୟୟରୁ ରକ୍ଷା ପାଇଁ ତଟବନ୍ଧ ନିର୍ମାଣକୁ ଗୁରୁତ୍ୱ ଦିଆଯାଇଛି। ମହାକାଳପଡ଼ା ବ୍ଲକ ବତୀଘରଠାରେ ୧୦ କିଲୋମିଟର ଲୁଣା ତଟବନ୍ଧକୁ ୬ ମିଟର ଉଚ୍ଚା କରାଯିବ।ଏଥିସହ ଏହି ବ୍ଲକର ଖରିନାସୀ ତଟବନ୍ଧ, ଜମ୍ବୁ ବଉଳକଣୀ ତଟବନ୍ଧ, ବଗଗହଣ ତରପଦାଘାଟ, ରାଢ଼ିଆ କଂସାର ଓ ନଳିତାପାଟିଆ ଲୁଣା ତଟବନ୍ଧ ପାଇଁ ମୋଟ ୨୦,୫୬୨.୪୯ ଲକ୍ଷ ଟଙ୍କା ଖର୍ଚ୍ଚ ହେବ। ଏହି ସମ୍ମିଳନୀରେ ଜିଲା ବିଜେଡିର ବହୁ ପଦାଧିକାରୀ ଓ ଜନ ପ୍ରତିନିଧି ଉପସ୍ଥିତ ଥିଲେ।  ା


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri