୬୩, ୫୦୦ ଶିକ୍ଷକ ପାଇବେ ପଦୋନ୍ନତି

ଭୁବନେଶ୍ୱର, ୧୮।୮(ବ୍ୟୁରୋ):ଏଣିକି ଜିଲା ଶିକ୍ଷା ଅଧିକାରୀମାନେ ସମ୍ପୃକ୍ତ ଜିଲାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକର ସମସ୍ୟା ତଦାରଖ କରିବେ। ବିଭାଗର ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରାଇବେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସମୀକ୍ଷାବେଳେ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ ଏହି ସୂଚନା ଦେଇଛନ୍ତି। ମଙ୍ଗଳବାର ଜିଲା ଶିକ୍ଷାଧିକାରୀ ଏବଂ ଜିଲା ପ୍ରକଳ୍ପ ସଂଯୋଜକ, ସମଗ୍ର ଶିକ୍ଷାଙ୍କ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରମୁଖ ଶାସନ ସଚିବ ଅଧ୍ୟକ୍ଷତା କରିଥିଲେ। ସେପ୍ଟେମ୍ବର ସୁଦ୍ଧା ୬୩,୫୦୦ ଶିକ୍ଷକ ପଦୋନ୍ନତି ଖସଡ଼ା ପ୍ରସ୍ତୁତ କରାଯାଇଛି। ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ବିଭିନ୍ନ ବର୍ଗରେ ଥିବା ୬୩,୫୦୦ ପ୍ରାଥମିକ ଶିକ୍ଷକଙ୍କୁ ପଦୋନ୍ନତି କରାଇବେ। ମାଧ୍ୟମିକ ଶିକ୍ଷକ ନିଯୁକ୍ତି ପାଇଁ ସେପ୍ଟେମ୍ବର ୧ରେ ହେବାକୁ ଥିବା ଓଡ଼ିଶା ମାଧ୍ୟମିକ ଶିକ୍ଷା ଯୋଗ୍ୟତା ପରୀକ୍ଷା (ଓଏସ୍‌ଟିଇଟି) ସୁପରିଚାଳନା ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଛି। ଏହି ପରୀକ୍ଷା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା କରାଯିବ। ଏହାର ଉପଯୁକ୍ତ ପରିଚାଳନା ପାଇଁ ଜିଲା ଶିକ୍ଷାଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଣିକି ନିରନ୍ତର ଭାବେ ଶିକ୍ଷାର୍ଥୀଙ୍କ ମୂଲ୍ୟାୟନ ପାଇଁ ୟୁନିଟ୍‌ ଟେଷ୍ଟ କରାଯିବ। ତେଣୁ ମାଧ୍ୟମିକ ଶିକ୍ଷା ପରିଷଦ ସମସ୍ତ ଜିଲା ରିସୋର୍ସ ଗ୍ରୁପ୍‌ ଜରିଆରେ ପ୍ରଧାନଶିକ୍ଷକମାନଙ୍କ ପ୍ରଶିକ୍ଷଣ ଶୀଘ୍ର ସାରିବାକୁ ନିର୍ଦ୍ଦେଶ ଦେଇଛି।
ସେହିପରି ରାଜ୍ୟର ୧,୧୨୩ ହାଇସ୍କୁଲରେ ରୂପାନ୍ତରଣ କାର୍ଯ୍ୟକ୍ରମ ହେଉଛି। ରୂପାନ୍ତରିତ ବିଦ୍ୟାଳୟଗୁଡ଼ିକରେ ସ୍ମାର୍ଟ କ୍ଲାସ/ଇ-ଲାଇବ୍ରେରୀ/ଲାବୋରେଟୋରୀକୁ ବ୍ୟାପକ ଭାବେ କାର୍ଯ୍ୟକାରୀ କରାଯିବ। ଏଥିପାଇଁ ପ୍ରତି ଜିଲା ସ୍ତରରେ ସ୍ବତନ୍ତ୍ର ଭାବେ ଇ-କଣ୍ଟେଟ୍‌ ସମୃଦ୍ଧ କରାଯିବ। ସ୍କୁଲ ରକ୍ଷଣାବେକ୍ଷଣ ସହ ମଧ୍ୟାହ୍ନ ଭୋଜନ, ରୋଷେଇ ଓ ବଗିଚା କାର୍ଯ୍ୟର ଦାୟିତ୍ୱ ପ୍ରାୟ ୧୫ ହଜାର ମହିଳା ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)ର ସଦସ୍ୟାଙ୍କୁ ଦିଆଯିବ। ସମସ୍ତ ବିଦ୍ୟାଳୟ କୋଠା ଏକ ପ୍ରକାର ରଙ୍ଗ ହେବ। ଆଗାମୀ ବର୍ଷଠାରୁ ଆଦର୍ଶ ବିଦ୍ୟାଳୟରେ ଯେପରି ଶତ ପ୍ରତିଶତ ପିଲା ଉତ୍ତୀର୍ଣ୍ଣ ହେବେ ସେଥିପାଇଁ ପଦକ୍ଷେପ ନେବାକୁ ଅଧ୍ୟକ୍ଷମାନଙ୍କୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି।
ଚଳିତ ବର୍ଷଠାରୁ ନବମ ଓ ଦଶମ ଶ୍ରେଣୀ ସାହିତ୍ୟ ବହିରେ ଛାତ୍ରୀଛାତ୍ରଙ୍କ ଜାତୀୟତାବୋଧ ପାଇଁ ‘ବନ୍ଦେ ଉତ୍କଳ ଜନନୀ’ ପାଠ୍ୟକ୍ରମ ଅନ୍ତର୍ଭୁକ୍ତ କରାଯାଇଛି। ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ଲାଭକୁ ଛାତ୍ରୀଛାତ୍ରଙ୍କ ପାଖରେ ପହଞ୍ଚାଇବା ପାଇଁ ଜିଲା ଶିକ୍ଷାଧିକାରୀମାନେ ସେମାନଙ୍କ ମୋବାଇଲ୍‌ ନମ୍ବର ସଂଗ୍ରହ କରିବେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଏକାଦଶ ଏବଂ ଦ୍ବାଦଶ ଶ୍ରେଣୀ ଥିବାରୁ ଶିକ୍ଷା ଅଧିକାରୀମାନେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକର କାର୍ଯ୍ୟ ତଦାରଖ ସହ ବିଭାଗୀୟ ନିର୍ଦ୍ଦେଶ ପ୍ରତିପାଳନ କରିବେ। ଅତିରିକ୍ତ ଜିଲା ଶିକ୍ଷାଧିକାରୀ (ଯୋଜନା) ଏଥିପାଇଁ ନୋଡାଲ ଅଧିକାରୀ ରହିବେ। ମଧ୍ୟାହ୍ନ ଭୋଜନ ନିମନ୍ତେ ଜିଲା ଶିକ୍ଷାଧିକାରୀମାନେ ଚାଉଳ ଉଠାଇବା ପାଇଁ ପ୍ରମୁଖ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri