୮୩୦ ଲିଟର ଦେଶୀ ରନ୍ଧାମଦ ଜବତ, ୬ ଗିରଫ

ଭଦ୍ରକ ଅଫିସ,୧୪।୫- ଭଦ୍ରକ ଗ୍ରାମାଞ୍ଚଳ ଥାନI ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ନଳାଙ୍ଗଛକ ନିକଟରେ ପୋଲିସ ଟିମ୍‌ ପାଟ୍ରୋଲିଂ କରୁଥିବା ବେଳେ ବିପୁଳ ପରିମାଣର ଦେଶୀ ମଦ ଜବତ କରିଛନ୍ତି।
ମିଳିଥିବା ସୂଚନା ମୁତାବକ, ସମ୍ପୃକ୍ତ ଅଞ୍ଚଳରେ ମଦ ଚୋରା ଚାଲାଣ ହେଉଥିବା ନେଇ ଅଭିଯୋଗ ହୋଇଥିଲା। ଏନେଇ ଅବକାରୀ ନିରୀକ୍ଷକ ଧନେଶ୍ୱର ବରାଡ଼ଙ୍କ ନେତୃତ୍ୱରେ ଜିଲା ଅବକାରୀ ବିଭାଗ ପକ୍ଷରୁ ଧାମନଗର ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ପ୍ରହଲ୍ଲାଦ ସାମଲ, ଭଦ୍ରକ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ସନ୍ତୋଷ କୁମାର ବଳ ଏବଂ ପୋଲିସ କର୍ମଚାରୀଙ୍କୁ ନେଇ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଥିଲା। ଅନ୍ୟପକ୍ଷେ ନଳାଙ୍ଗଛକ ନିକଟରେ ପୋଲିସ ଟିମ୍‌ ପାଟ୍ରୋଲିଂ କରୁଥିବା ବେଳେ ଏକ କାର (ଓଆର-୦୨ବିକେ-୦୯୦୭)କୁ ଅଟକାଇ ଯାଞ୍ଚ କରିଥିଲେ। ପୋଲିସ ଅଧିକାରୀମାନେ ୪୦୦ ଲିଟର ଦେଶୀ ରନ୍ଧାମଦ ଜବତ କରିଥିଲେ। ଏପରିକି ପୋଲିସ ଚଢ଼େୟା ଗ୍ରାମରେ ଚଢ଼ାଉ କରି ଏକ ନମ୍ବରବିହୀନ ବାଇକ୍‌ରୁ ୫୦ ଲିଟର ଦେଶୀ ମଦ ଜବତ କରିଥିଲା। ପୋଲିସ ଘଟଣାରେ ସମ୍ପୃକ୍ତ ଗୋପବନ୍ଧୁପୁର ଗ୍ରାମର ନିରାକାର ମଲ୍ଲିକ ଓରଫ କାଳିଆ ଏବଂ ଚଢ଼େୟା ଗ୍ରାମର ତନେଶ୍ୱର ବେହେରା ଓ ରମାକାନ୍ତ ବେହେରାଙ୍କୁ ଗିରଫ କରିଛି।
ସେହିପରି ଭଣ୍ଡାରିପୋଖରୀ ଥାନା ଅଧୀନ ମଞ୍ଜୁରୀ, ରଣଜିତ, କୋର୍କରା ଓ ବଳିଘାଇ ଗ୍ରାମରେ ଚଢ଼ାଉ କରାଯାଇ ୩୮୦ ଲିଟର ଦେଶୀ ରନ୍ଧାମଦ ଜବତ କରିବା ସହିତ କୋର୍କରା ଗ୍ରାମର ନିରଞ୍ଜନ ସାହୁ, ମଞ୍ଜୁରୀ ଗ୍ରାମର ମହେଶ୍ୱର ମଳିକ ଓ ତପନ ମଳିକଙ୍କୁ ଗିରଫ କରାଯାଇଛି। ଅବକାରୀ ବିଭାଗ ପକ୍ଷରୁ ହୋଇଥିବା ଏହି ଚଢ଼ାଉରେ ୮୩୦ ଲିଟର ଦେଶୀ ରନ୍ଧାମଦ ଜବତ କରାଯିବା ସହିତ ୬ଜଜଣଙ୍କୁ ଗିରଫ କରାଯାଇଛି । ଜବତ ଦେଶୀ ମଦ, କାର ଓ ବାଇକ୍‌ର ଆନୁମାନିକ ମୂଲ୍ୟ ୩ ଲକ୍ଷ ଟଙ୍କାରୁ ଊଦ୍ଧର୍‌ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି। ଚଢ଼ାଉରେ ଏଏସ୍‌ଆଇ ପୁରୁଷୋତ୍ତମ ମଲ୍ଲିକ, କନଷ୍ଟେବଳ ରମେଶ ନାୟକ, ଅଜିତ କୁମାର ସିଙ୍କୁ, ଅନବାଦିତ୍ୟ ବାରିକ, ଶିବପ୍ରସାଦ ସାହୁ, ସାରାଣୀ ସେନାପତି, ଜେନାମଣି ଜାମୁଡା ପ୍ରଭୃତି ସାମିଲ ଥିଲେ। ଏନେଇ ଅବକାରୀ ବିଭାଗ ୫ଟି ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri