ଘର ନ ଦେବାକୁ ୯୭୪ ଅଭିଯୋଗ

ବରୀ,୨୬ା୧(ଡି.ଏନ.ଏ.): ବରୀ ବ୍ଲକ୍‌ର ବିଭିନ୍ନ ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ)ର ସମ୍ଭାବ୍ୟ ହିତାଧିକାରୀଙ୍କ ତାଲିକା ପ୍ରକାଶ ପାଇବା ପରେ ଘର ନ ଦେବାକୁ ୯୭୪ଟି ଅଭିଯୋଗ ପଞ୍ଜୀକୃତ ହୋଇଛି। ବ୍ଲକ୍‌ ଅଧୀନ ୨୯ ପଞ୍ଚାୟତର ୨୮୧୦ ହିତାଧିକାରୀଙ୍କୁ ଚୟନ କରାଯାଇ ପ୍ରତି ପଞ୍ଚାୟତ କାର୍ଯ୍ୟାଳୟରେ ଜାନୁୟାରୀ ୧୬ରୁ ୨୪ ତାରିଖ ପର୍ଯ୍ୟନ୍ତ ତାଲିକା ପ୍ରକାଶ ପାଇଥିଲା। ଯଦି କୌଣସି ଅଯୋଗ୍ୟ ହିତାଧିକାରୀ ପ୍ରକାଶିତ ତାଲିକାରେ ଅନ୍ତର୍ଭୁକ୍ତ ହୋଇଥାନ୍ତି ତାହେଲେ ସେମାନଙ୍କ ବିରୋଧରେ ଅଭିଯୋଗ କରିବାକୁ ସରକାରୀସ୍ତରରେ ସୂଚନା ଦିଆଯାଇଥିଲା। ଅଭିଯୋଗ ଚଳିତ ମାସ ୨୪ ତାରିଖ ମଧ୍ୟରେ କରିବାକୁ ନିର୍ଦ୍ଦେଶ ରହିଥିଲା।

ମାତ୍ର ବହୁ ଯୋଗ୍ୟ ହିତାଧିକାରୀଙ୍କ ନାମ ମୂଳ ତାଲିକାରେ ଥିବା ବେଳେ ପ୍ରକାଶିତ ତାଲିକାରେ ନ ଥିଲା। ଫଳରେ ଏହାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଥିଲା। ତେଣୁ ମୂଳ ତାଲିକାରେ ନାମ ଥିବା ଯୋଗ୍ୟ ହିତାଧିକାରୀଙ୍କ ନାମ କିଭଳି କଟିଲା ଏବଂ ଅନ୍ୟମାନଙ୍କ ନାମ କିଭଳି ତାଲିକାଭୁକ୍ତ ହୋଇ ପଞ୍ଚାୟତ କାର୍ଯ୍ୟାଳୟ ଗୁଡିକରେ ଉପଲବ୍ଧ ହେଲା ତାହା ଚୟନ ପ୍ରକ୍ରିୟାରେ ଅଧିକ ଦ୍ୱନ୍ଦ୍ୱ ସୃଷ୍ଟି କରିଛି। କେନ୍ଦ୍ର ସରକାରଙ୍କ ତରଫରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଚୟନ ପ୍ରକ୍ରିୟାରେ ସ୍ବଚ୍ଛତା ଅବଲମ୍ବନ କରାଯିବାକୁ କଡ଼ା ନିର୍ଦ୍ଦେଶ ରହିଛି। ସେହି ଅନୁସାରେ ରାଜ୍ୟ ସରକାର ଏହାକୁ ପାଳନ କରିବାକୁ ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ଏହି ବ୍ଲକ୍‌ରେ ଚୟନ ପ୍ରକ୍ରିୟାର ଅନିୟମିତତାର ଅଭିଯୋଗ ପରେ ଦାୟିତ୍ୱରେ ଥିବା ଅଧିକାରୀମାନେ ପ୍ରକ୍ରିୟାକୁ କେତେ ଦୂର ସ୍ବଚ୍ଛ ଭାବେ ପାଳନ କରିଛନ୍ତି ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଯେଉଁ ହିତାଧିକାରୀଙ୍କ ନାମରେ ଅଭିଯୋଗ ହୋଇଛି ସେମାନଙ୍କୁ ପୁନଃ ତଦନ୍ତ ପରିସରଭୁକ୍ତ କରାଯିବା ପରେ ବାସ୍ତବପକ୍ଷେ ଏହି ବ୍ଲକ୍‌ରେ କେତେ ଯୋଗ୍ୟ ହିତାଧିକାରୀ ଅଛନ୍ତି ତାହା ଜଣାପଡିବ। ବହୁ ଯୋଗ୍ୟ ବ୍ୟକ୍ତିଙ୍କ ନାମ ତାଲିକାରେ ନ ଥିବାରୁ ପଞ୍ଚାୟତସ୍ତରରେ ବସିଥିବା ଅଭିଯୋଗ ବାକ୍ସରେ ସେମାନେ ମଧ୍ୟ ଆବେଦନ କରିଥିବା ସୂଚନା ମିଳିଛି।

ଅନ୍ୟପକ୍ଷରେ ବୁଧବାର ବରୀ ଭାଜପା ତରଫରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଠିକ୍‌ ତାଲିକା ଚୂଡ଼ାନ୍ତ ନ ହେବା ପର୍ଯ୍ୟନ୍ତ ଗ୍ରାମସଭା ବନ୍ଦ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି ହୋଇଛି। ଭାଜପା ନେତା ଆଶୁତୋଷ ପରିଡ଼ା, ଉମେଶ ଜେନା, ପୂର୍ବତନ ଜିଲା ପରିଷଦ ସଭ୍ୟ ରବୀନ୍ଦ୍ର ଜେନାଙ୍କ ସହ ଶତାଧିକ ଦଳୀୟ କର୍ମୀ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ବରୀ ମଣ୍ଡଳ ଉନ୍ନୟନ ଅଧିକାରୀଙ୍କୁ ପ୍ରଦାନ କରିଛନ୍ତି। ତେବେ ଯଦି ସେମାନଙ୍କ ଦାବି ପୂରଣ ନ ହୁଏ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ରତର ହେବ ବୋଲି ଦାବିପତ୍ରରେ ଉଲ୍ଲେଖ କରାଯାଇଛି। ଏ ସମ୍ପର୍କରେ ବରୀ ମଣ୍ଡଳ ଉନ୍ନୟନ ଅଧିକାରୀ ଚିନ୍ମୟ ଦାସଙ୍କୁ ପଚାରିବାରେ ସେ କହିଛନ୍ତି, ଯେଉଁ ଅଭିଯୋଗ ସବୁ ଆସିଛି ତା’ର ଯାଞ୍ଚ କରାଯିବ। ଏହାପରେ ସରକାରଙ୍କ ନିର୍ଦ୍ଦେଶ ମୁତାବକ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri