ରାଜ୍ୟ ସଂଗ୍ରହାଳୟରେ ସ୍ଥାନ ପାଇବେ କଳ୍ପନା

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଦ୍ୱିତୀୟ ଥର ପାଇଁ ଏଭେରେଷ୍ଟ ଶୃଙ୍ଗ ଆରୋହଣ କରି ପ୍ରତ୍ୟାବର୍ତ୍ତନ କରୁଥିବା ସମୟରେ ଜୀବନ ହାରିଛନ୍ତି ଏଭେରେଷ୍ଟ ବିଜୟିନୀ କଳ୍ପନା ଦାସ। ରାଜ୍ୟର ପ୍ରଥମ ମହିଳା ଭାବେ ୨୦୦୮ରେ ସଫଳତାର ସହ ଏଭେରେଷ୍ଟ ଆରୋହଣ କରିଥିବା କଳ୍ପନା ଏଭେରେଷ୍ଟର ବାଲ୍‌କୋନୀ ଏରିୟାରେ ଅସୁସ୍ଥ ହୋଇ ପ୍ରାଣ ହରାଇବା ସମଗ୍ର ରାଜ୍ୟ ଓ ଦେଶକୁ ସ୍ତବ୍ଧ କରିଛି। ଏଭଳିସ୍ଥଳେ କଳ୍ପନାଙ୍କ ସ୍ମୃତିକୁ ବର୍ତ୍ତମାନ ଏବଂ ଭବିଷ୍ୟତ ପିଢ଼ିଙ୍କ ପାଇଁ ସାଇତି ରଖିବାକୁ ଯୋଜନା କରିଛି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ। କଳ୍ପନା ଗତବର୍ଷ ତାଙ୍କ ସଫଳତାର ସନ୍ତକ ଭାବେ ଏଭେରେଷ୍ଟ ଆରୋହଣ ସମୟରେ ପିନ୍ଧିଥିବା ପୋଷାକ, ଜୋତା ଓ ଅନ୍ୟାନ୍ୟ ସାମଗ୍ରୀ ସଂସ୍କୃତି ବିଭାଗକୁ ପ୍ରଦାନ କରିଥିଲେ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପ୍ରମୁଖ ଶାସନ ସଚିବ ମନୋରଞ୍ଜନ ପାଣିଗ୍ରାହୀଙ୍କ ସହ ଏକ ଅନୌପଚାରିକ ସାକ୍ଷାତ ଅବସରରେ ସେ ଉପରୋକ୍ତ ସାମଗ୍ରୀଗୁଡ଼ିକ ପ୍ରଦାନ କରିଥିଲେ। ଏହି ସାମଗ୍ରୀ ଏବେ ସଂଗୃହିତ ହୋଇ ରାଜ୍ୟ ସଂଗ୍ରହାଳୟରେ ରଖାଯାଇଛି। କଳ୍ପନାଙ୍କ ମୃତ୍ୟୁ ପରେ ତାଙ୍କ ସ୍ମୃତି ଭାବେ ଏହି ସାମଗ୍ରୀଗୁଡ଼ିକୁ ଏଣିକି ସଂଗ୍ରହାଳୟରେ ସର୍ବସାଧାରଣଙ୍କ ପାଇଁ ପ୍ରଦର୍ଶନ କରାଯିବ। ଏହାଦ୍ୱାରା ଓଡ଼ିଶାର ଗୌରବ କଳ୍ପନା ଦାସଙ୍କ ସ୍ମୃତିକୁ ଉଜ୍ଜୀବିତ ରଖାଯାଇପାରିବ ବୋଲି ସଂଗ୍ରହାଳୟ ଅଧୀକ୍ଷକ ଡ. ଜୟନ୍ତୀ ରଥ କହିଛନ୍ତି। କଳ୍ପନା ‘ତିନି ମହିଳା ଅଭିଯାତ୍ରୀ’ ଦଳର ସଦସ୍ୟ ଭାବରେ ଦ୍ୱିତୀୟ ଥର ପାଇଁ ଏଭେରେଷ୍ଟ ଶୃଙ୍ଗ ଆରୋହଣ କରୁଥିଲେ। ପୂର୍ବରୁ ୨୦୦୮ ମେ ୨୧ରେ ସେ ଆମେରିକା, କାନାଡା ଓ ନେପାଳର ପର୍ବତାରୋହୀଙ୍କ ଦଳରେ ସାମିଲ ହୋଇ ବିଶ୍ୱର ଉଚ୍ଚତମ ପର୍ବତ ଶୃଙ୍ଗ ଆରୋହଣ କରିବାରେ ସଫଳ ହୋଇଥିଲେ। ଜଣେ ଆଇନଜୀବୀ ହୋଇଥିଲେ ମଧ୍ୟ ଦୁଃସାହସିକ କ୍ରୀଡ଼ାରେ ଆଜୀବନ ରୁଚି ରଖିଥିଲେ। ଦୁଃସାହସିକ ଅଭିଯାନରେ ସେ ଭାରତ ସହ ନେପାଳ, ଦକ୍ଷିଣ ଆମେରିକା, ଅଷ୍ଟ୍ରେଲିଆ ଓ ୟୁରୋପର ଅନେକ ପର୍ବତ ଶୃଙ୍ଗ ଆରୋହଣ କରିବାର ସୌଭାଗ୍ୟ ଅର୍ଜନ କରିଥିଲେ। ଦେଶର ସଫଳ ପର୍ବତାରୋହଣୀ ଭାବେ ସମଗ୍ର ରାଜ୍ୟର କ୍ରୀଡ଼ାବିତ୍‌ ଓ ଯୁବକମାନଙ୍କ ପାଇଁ ଏକ ମଡେଲ୍‌ ପାଲଟିଥିଲେ। ରାଜ୍ୟର ସମକାଳୀନ ଦୁଃସାହସିକ କ୍ରୀଡ଼ା ଇତିହାସରେ କଳ୍ପନା କିମ୍ବଦନ୍ତୀ ଭାବେ ସ୍ମରଣୀୟ ରହିବେ ପ୍ରମୁଖ ଶାସନ ସଚିବ ପାଣିଗ୍ରାହୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

ରାଜ୍ୟରେ ଆଣ୍ଟି ଟିବି ଔଷଧ ଅଭାବ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ): ଜାତୀୟ ଯକ୍ଷ୍ମା ବିଲୋପ କାର୍ଯ୍ୟକ୍ରମ(ଏନ୍‌ଟିଇପି) ହେଉଛି ଏକ ଫ୍ଲାଗ୍‌ଶିପ କାର୍ଯ୍ୟକ୍ରମ। ଏଥିରେ ଯକ୍ଷ୍ମା ବା ଟିବି ରୋଗର ଶୀଘ୍ର ଚିହ୍ନଟ, ଚିକିତ୍ସା...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ବିଜେଡିର ୩୪ ମହିଳା ପ୍ରାର୍ଥୀଙ୍କ ମଧ୍ୟରୁ ୧୨ ବିଧାୟକଙ୍କ ସ୍ତ୍ରୀ

ଭୁବନେଶ୍ୱର,୨୪ା୪(ଅନିଲ ଦାସ):ବିଜୁ ଜନତା ଦଳ ସପ୍ତମ ପର୍ଯ୍ୟାୟ ସୁଦ୍ଧା ୧୪୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସେମାନଙ୍କ ମଧ୍ୟରେ ୩୪ ଜଣ ମହିଳାଙ୍କୁ ଦଳ...

ମିଶନ ଶକ୍ତିକୁ ବନ୍ଦ ପାଇଁ ଷଡ଼ଯନ୍ତ୍ର କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୪ା୪(ଅନିଲ ଦାସ): ରାଜ୍ୟର ୭୦ ଲକ୍ଷ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ୬ ଲକ୍ଷ ମିଶନ ଶକ୍ତି ଏସ୍‌ଏଚ୍‌ଜି ସାରା ଓଡ଼ିଶାର ଅନେକ ଲକ୍ଷ...

ଏପର୍ଯ୍ୟନ୍ତ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିପାରୁନାହାନ୍ତି ରାଜ୍ୟର ୩ ପ୍ରମୁଖ ଦଳ:ଜାଣନ୍ତୁ କାହାର କେତେ ଆସନ ବାକି ଅଛି

ଭୁବନେଶ୍ୱର,୨୪।୪(ସୁନିତ୍‌ ମିଶ୍ର):ରାଜ୍ୟରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ବୁଧବାର ପ୍ରାର୍ଥତ୍ପତ୍ର ଦାଖଲର ଶେଷ ଦିନ ରହିଛି। ହେଲେ ଏପର୍ଯ୍ୟନ୍ତ ରାଜ୍ୟର ୩ ପ୍ରମୁଖ...

ରାସେଶ୍ୱରୀଙ୍କ ଇସ୍ତଫା ନେଇ ବିଜେଡିକୁ ଝଟକା ଚର୍ଚ୍ଚା

ସମ୍ବଲପୁର,୨୪ା୪(ପ୍ରମୋଦ ବହିଦାର):ସମ୍ବଲପୁରର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀ ମଙ୍ଗଳବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସମ୍ବଲପୁର ବିଧାନ ସଭା ଓ ଲୋକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri