ଜୁନ୍‌ ୧ରୁ ଝାରସୁଗୁଡ଼ାରୁ ଭୁବନେଶ୍ୱର, ରାୟପୁର ଉଡ଼ିବ ବିମାନ

ଭୁବନେଶ୍ୱର,୨୫।୫(ବ୍ୟୁରୋ)- ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ଭୁବନେଶ୍ୱର ଓ ଛତିଶଗଡ଼ ରାଜଧାନୀ ରାୟପୁରକୁ ବିମାନ ଉଡ଼ିବ। ଆସନ୍ତା ଜୁନ୍‌ ୧ରୁ ଏହି ସେବା ଆରମ୍ଭ ହେବ। ଆଲିଏନ୍ସ ଏୟାର ଏହି ସେବା ପ୍ରଦାନ କରିବ ବୋଲି ବିମାନବନ୍ଦର ନିର୍ଦ୍ଦେଶକ ସୁଦେଶ କୁମାର ଚୌହାନ କହିଛନ୍ତି। ଆଲିଏନ୍ସ ଏୟାର ତରଫରୁ ଏଟିଆର୍‌-୭୨ ବିମାନ ଚଳାଚଳ କରାଯିବ, ଯେଉଁଥିରେ ୭୨ଜଣ ଯାତ୍ରା କରିପାରିବେ। ସୂଚନାଯୋଗ୍ୟ, ଆଲିଏନ୍ସ ଏୟାର ହେଉଛି ଏୟାର ଇଣ୍ଡିଆର ଏକ ସବ୍‌ସିଡାଏରୀ ସଂସ୍ଥା। ଝାରସୁଗୁଡ଼ା-ଭୁବନେଶ୍ୱର ବିମାନର ସମୟସୂଚୀ ବାହାରିଯାଇଛି। ପ୍ରତିଦିନ ସକାଳ ୯ଟା ୫ରୁ ଭୁବନେଶ୍ୱରରୁ ଉଡ଼ାଣ ଆରମ୍ଭ କରି ପୂର୍ବାହ୍ନ ୧୦ଟା ୧୦ରେ ଝାରସୁଗୁଡ଼ା ବିମାନବନ୍ଦରରେ ଅବତରଣ କରିବ। ସେହିପରି ପୂର୍ବାହ୍ନ ୧୦ଟା ୩୦ରୁ ଝାରସୁଗୁଡ଼ା ବିମାନବନ୍ଦରରୁ ଉଡ଼ାଣ ଆରମ୍ଭ କରି ୧୧ଟା ୪୦ରେ ଭୁବନେଶ୍ୱରରେ ଅବତରଣ କରିବ। ଝାରସୁଗୁଡ଼ା-ରାୟପୁର ପାଇଁ ଖୁବ୍‌ଶୀଘ୍ର ସମୟସୂଚୀ ବାହାର କରାଯିବ। ଆଗକୁ ଝାରସୁଗୁଡ଼ା-କୋଲକାତା ରୁଟ୍‌ରେ ବିମାନ ଚଳାଚଳ ହେବ ବୋଲି ନିର୍ଦ୍ଦେଶକ ସୁଦେଶ ଚୌହାନ କହିଛନ୍ତି। ସୂଚନାଯୋଗ୍ୟ, ଝାରସୁଗୁଡ଼ାରୁ ଅନ୍ୟ ସହରକୁ ଉଡ଼ୁଥିବା ବିମାନରେ ଗତ ମାର୍ଚ୍ଚ ମାସରେ ୪,୬୯୨ଜଣ ଯାତ୍ରୀ(ପ୍ରତିଦିନ ୧୭୦) ବାହାରକୁ ଯାତ୍ରା କରିଥିବା ବେଳେ ୫,୧୨୦ଜଣ(ପ୍ରତିଦିନ ୧୮୫) ଝାରସୁଗୁଡ଼ା ବିମାନବନ୍ଦରକୁ ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri