କାର୍‌ରେ ଆସୁଥିବାବେଳେ ଦୁର୍ଘଟଣା: ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସ୍ତ୍ରୀ-ଝିଅ ଆହତ

ବଇଣ୍ଡା,୧୫ା୬(ପରୀକ୍ଷିତ ସାହୁ): କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ହଣ୍ଡପା ଥାନା ହଣ୍ଡପା ବଜାର ନିକଟରେ ରବିବାର ଏକ ଇନୋଭା କାର୍‌ ପଛରେ ଏକ କାର୍‌ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ କାର୍‌ରେ ବସିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ସ୍ତ୍ରୀ ଉର୍ମିଳା ବିଶ୍ୱାଳ (୭୮)ତାଙ୍କ ଝିଅ ଅନିତା (୩୮), ନାତୁଣୀ ଅନବିକା ଧାମେ (୧୧) ସହ ଗାଡ଼ିର ଚାଳକ ସଞ୍ଜୟ ବେଉରା ଗୁରୁତର ହୋଇଛନ୍ତି l ସେମାନଙ୍କୁ ହଣ୍ଡପା ଆଇଆଇସି ନମିତା ନାୟକ ଉଦ୍ଧାର କରି ଚିକିତ୍ସା ପାଇଁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି ।

ଘଟଣାରୁ ଜଣାପଡ଼ିଛି ଯେ, ସମ୍ବଲପୁରରୁ ଭୁବନେଶ୍ୱର ଅଭିମୁଖେ ପୂର୍ବତନ ବିଧାୟକ ଅମର ଶତପଥୀ ଓ ପ୍ରଭାତ ତ୍ରିପାଠୀ ଏକ ଇନୋଭା ନମ୍ବର (ଓଡି ୦୫ ବି ଜେଡ ୪୦୪୦) ଯୋଗେ ଯାଉଥିବା ବେଳେ ପଛରେ ଏକ କାର୍‌ ନମ୍ବର (ଓଡି ୨୩ ଏନ୍‌ ୫୨୨୫) ଯୋଗେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପରିବାର ଲୋକେ ଭୁବନେଶ୍ୱର ଯାଉଥିଲେ। ହେଲେ ହଣ୍ଡପା ବଜାର ନିକଟରେ ଭାରସାମ୍ୟ ହରାଇ ଇନୋଭା ପଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଦୁଇ ପୂର୍ବତନ ବିଧାୟକଙ୍କର କୌଣସି କ୍ଷତି ହୋଇ ନ ଥିବା ହଣ୍ଡପା ପୋଲିସ ସୂଚନା ଦେଇଛି। ପୋଲିସ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri