ନୂଆବୋହୂ ହାତରୁ ଛାଡ଼ିନି ମେହେନ୍ଦୀ: ଲିଭିଗଲା ମଥାର ସିନ୍ଦୁର, ବାହୁନି ବାହୁନି କାନ୍ଦୁଛି….

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ପଞ୍ଚାୟତ ଗୋପାଳପୁର ଗ୍ରାମର ନବବିବାହିତ ଯୁବକ ମନ୍ମଥ କୁମାର ଭୁଁୟା (୨୮) ସାପ କାମୁଡାରେ ମୃତ୍ୟୁବରଣ କରିଛନ୍ତି। ଗୁରୁବାର ସେ ଚାଷ ଜମିରେ କାମ କରୁଥିବା ବେଳେ ତାଙ୍କ ବାମ ଗୋଡ଼କୁ ଏକ ସାପ କାମୁଡି ଥିଲା। ମନ୍ମଥ ଘରକୁ ଆସି ପରିବାର ଲୋକଙ୍କୁ ସାପ କାମୁଡ଼ିଥିବା ଜଣାଇବା ପରେ ସଂଜ୍ଞାହୀନ ହୋଇଯାଇଥିଲେ। ପରିବାର ଲୋକେ ଗ୍ରାମର ସମିତି ସଭ୍ୟ ପ୍ରତିନିଧି ବାବୁନି ପ୍ରଧାନଙ୍କ ସହାୟତାରେ ଏକ ଅଟୋ ଯୋଗେ ବ୍ରହ୍ମପୁର ବଡ଼ମେଡ଼ିକାଲ ନେଇଥିଲେ । ସେଠାରେ ଉପସ୍ଥିତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ ବ୍ରହ୍ମପୁର ବୈଦ୍ୟନାଥପୁର ପୋଲିସ ମୃତଦେହ ଜବତ କରିବା ସହ ଅପମୃତ୍ୟୁ ମାମଲା ରୁଜୁ କରଛି। ବ୍ୟବଚ୍ଛେଦ ପରେ ବିଳମ୍ବିତ ସନ୍ଧ୍ୟାରେ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରିବା ପରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ଗାଁ ଶ୍ମଶାନରେ ଅନ୍ତିମ ସଂସ୍କାର କରାଯାଇଥିଲା । କାଳୁ ଭୂୟାଁ ଓ ସୁଦଷ୍ଣା ଭୂୟାଁଙ୍କ ୩ ପୁଅଙ୍କ ମଧ୍ୟରେ ମନ୍ମଥ ବଡ଼ପୁଅ ହୋଇ ଥିବା ବେଳେ ଗତ ପ୍ରାୟ ୩ ମାସ ପୂର୍ବେ ହିଞ୍ଜିଳି ଗ୍ରାମ ନିକଟସ୍ଥ କେଳା ଗୋବିନ୍ଦପୁର ଗ୍ରାମରେ ବିବାହ କରିଥଲେ । ଏପଟେ ନବ ବଧୂୂର ହାତରୁ ମେହେନ୍ଦି ଲିଭି ନ ଥିବା ବେଳେ ସେପଟେ ସ୍ବାମୀର ଏଭଳି ମୃତ୍ୟୁକୁ ଦେଖି ସହ୍ୟ କରିପାରୁନି ସ୍ତ୍ରୀ। ଅପରପକ୍ଷରେ ଭେଣ୍ଡିଆ ପୁଅକୁ ହରାଇ ମଥାକୁ ପିଟି କାନ୍ଦୁଛନ୍ତି ବାପା ମାଆ ବାପା । ମୃତକଙ୍କ ପରିବାର ଲୋକଙ୍କୁ ତୁରନ୍ତ ସରକାରୀ ସହାୟତା ଯୋଗାଇ ଦେବାକୁ ସରପଞ୍ଚ ବିଜୟ କୁମାର ପ୍ରଧାନ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

୩୦ ବର୍ଷ ପରେ ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ, ଏହି ୪ରାଶିରେ ପଡିବ ଖରାପ ପ୍ରଭାବ, ଅଡୁଆରେ ପଡି ଫସିବେ…

ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ 2025, ଯାହା ଗ୍ରହମାନଙ୍କର ରାଜା ସୂର୍ଯ୍ୟଙ୍କ କନ୍ୟା ରାଶିରେ ପ୍ରବେଶ ସହିତ ଆରମ୍ଭ ହୋଇଥିଲା। ସୂର୍ଯ୍ୟ ବର୍ତ୍ତମାନ କନ୍ୟା ରାଶିରେ ଅଛନ୍ତି...

ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ...

୨୦୨୬ରେ କେମିତି ରହିବ ତୁଳା ରାଶିର ଭାଗ୍ୟ, ବୃହସ୍ପତିଙ୍କ ଚଳନ, ଟଙ୍କାରେ ପୋତି ହେବେ…

ବର୍ଷ ୨୦୨୬ ତୁଳା ରାଶି ପାଇଁ ସେମାନଙ୍କ ଅଧ୍ୟୟନ ଏବଂ କ୍ୟାରିୟର ଉଭୟ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ । ବର୍ଷର ମଧ୍ୟଭାଗରେ ବୃହସ୍ପତିଙ୍କ ପ୍ରଭାବ ଆପଣଙ୍କୁ ସ୍ଥଗିତ...

ଭାରତର ଟପ୍‌ ୭ଟିି ସରକାରୀ ଚାକିରି, IAS ଭଳି ଦରମା, କମ୍‌ ପରିଶ୍ରମରେ…

ନୂଆଦିଲ୍ଲୀ,୭।୧୨: ସରକାରୀ ଚାକିରି ପାଇବା ଲକ୍ଷ ଲକ୍ଷ ଯୁବକ ଯୁବତୀଙ୍କ ସ୍ୱପ୍ନ। ତଥାପି, ଅଧିକାଂଶ ଲୋକ କେବଳ କିଛି ହାଇ-ପ୍ରୋଫାଇଲ ପଦବୀ ବିଷୟରେ ଜାଣନ୍ତି –...

ସ୍ମୃତି ମନ୍ଧାନାଙ୍କ ପୋଷ୍ଟ ପରେ ବଡ଼ ଖୁଲାସା କଲେ ପଲାଶ! କହିଲେ ଆକ୍ସନ ନେବି…

ନୂଆଦିଲ୍‌ଲୀ,୭।୧୨: କ୍ରିକେଟର ସ୍ମୃତି ମନ୍ଧାନା ଏବଂ ସଂଗୀତକାର ପଲାଶ ମୁଛଲଙ୍କ ବିବାହ ଚର୍ଚ୍ଚାରେ ଏବେ ଫୁଲଷ୍ଟପ ପଡିଛିି। ସ୍ମୃତି ଏବଂ ପଲାଶଙ୍କ ବିବାହ ବହୁତ ଦିନ...

ବିବାହକୁ ନେଇ ଶେଷରେ ମୁହଁ ଖୋଲିଲେ ସ୍ମୃତି ମନ୍ଧାନା, କହିଲେ ପଲାଶଙ୍କ ସହ…

ନୂଆଦିଲ୍‌ଲୀ,୭।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ ସେୟାର କରି ତାଙ୍କ ବିବାହକୁ ନେଇ ଚାଲିଥିବା...

ବିଲରୁ ଫେରୁଥିବା ବେଳେ ଗୋଡ଼ାଇ ଗୋଡ଼ାଇ କାମୁଡିଲା ବିଲୁଆ

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିରେ ମାତିଛି ବିଲୁଆ। ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ରୋହି ଗାଁର ସୁକୁନୁ ଜେନା(୫୮), ସୋଲି ସ୍ବାଇଁ(୬୦),ତପସ୍ବିନୀ ଜେନା(୨୫),ଶର୍ମିଲା ଜେନା(୩୫),ଗୁରୁଦେବ ରଣା(୩୮)ବିଲୁଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri