ବାତ୍ୟାର ପ୍ରାକ ପ୍ରଭାବ ଆରମ୍ଭ: ପାରାଦୀପ ୨ ନମ୍ବର ବିପଦ ସଙ୍କେତ

ଭୁବନେଶ୍ୱର,୨୭ା୧୦: ସ୍ପଷ୍ଟ ହୋଇଛି ବାତ୍ୟା ‘ମୋନ୍ଥା’ର ଗତିପଥ। ଆଗାମୀ ୨୪ଘଣ୍ଟା ମଧ୍ୟରେ ଏହା ଭୟଙ୍କର ରୂପ ଧାରଣ କରି ୨୮ ତାରିଖ ମଙ୍ଗଳବାର ସନ୍ଧ୍ୟାରୁ ରାତି ମଧ୍ୟରେ ଆନ୍ଧ୍ରପ୍ରଦେଶର କାକିନାଡ଼ା ଅଞ୍ଚଳରେ ‘ମୋନ୍ଥା’ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଛୁଇଁବ। ଏହି ସମୟରେ ପବନ ବେଗ ଘଣ୍ଟା ପ୍ରତି ୯୦/୧୦୦ କି.ମି. ରହିବ। ଏହାର ପ୍ରଭାବରେ ୨୭ ତାରିଖ ସୋମବାରଠାରୁ ୪ ଦିନ ଯାଏ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ପାରାଦୀପ ବନ୍ଦରରେ ୨ ନଂ ବିପଦ ସଙ୍କେତ ଜାରି କରାଯାଇଛି। ଏପରିକି ସମୁଦ୍ରକୁ ଯାଇଥିବା ସମସ୍ତ ମତ୍ସ୍ୟଜୀବୀ ଫେରି ଆସିଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଅନ୍ୟପକ୍ଷେ ସୋମବାର ସକାଳୁ ଆନ୍ଧ୍ରପ୍ରଦେଶର କାକିନାଡ଼ାରେ ବାତ୍ୟା ତାର ପ୍ରାକ ପ୍ରଭାବ ଦେଖାଇବା ଆରମ୍ଭ କରିଦେଇଛି। ଏଭଳିସ୍ଥତିରେ ସମୁଦ୍ର ମଝିରେ ଏକ ମାଛ ଧରା ବୋଟ ଫସି ରହିଥିବା ସୂଚନା ମିଳିଛି।

ବାରମ୍ବାର ସତର୍କତା ପରେ ମଧ୍ୟ ଏଭଳି ଘଟଣା ସ୍ଥାନୀୟ ପ୍ରଶାସନର ମୁଣ୍ଡବିନ୍ଧାର କାରଣ ହୋଇଛି। ତୁରନ୍ତ ଫସି ରହିଥିବା ବୋଟକୁ ଉଦ୍ଧାର କରିବାକୁ ପ୍ରଶାସନ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି।

ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ରାଜସ୍ବମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକର ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ସମସ୍ତ ଜିଲାକୁ ବାତ୍ୟା ଓ ବର୍ଷା ଆଲର୍ଟ ଜାରି କରାଯାଇଛି। ବାତ୍ୟାର ପ୍ରକୋପ ୧୫ ଜିଲା ଉପରେ ଅଧିକ ରହୁଥିବାରୁ ସେଠାରେ ସଜାଗ ରହିବାକୁ ସମ୍ପୃକ୍ତ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri