ଭୟଙ୍କର ରୂପରେ ମାଡ଼ିଆସୁଛି ବାତ୍ୟା ‘ମୋନ୍ଥା’: ଓଡ଼ିଶାର ଏସବୁ ଜିଲା ହେବ ଅଧିକ ପ୍ରଭାବିତ

ଭୁବନେଶ୍ୱର,୨୮।୧୦: ସମୁଦ୍ରରୁ ବଳ ଗୋଟାଇ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ମୋନ୍ଥା’। ମଙ୍ଗଳବାର ସକାଳ ସୁଦ୍ଧା ଏହା ଭୟଙ୍କର ବାତ୍ୟା କିମ୍ବା ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବ। ସେହିପରି ସନ୍ଧ୍ୟା କିମ୍ବା ରାତି ସୁଦ୍ଧା ଏହା ଆନ୍ଧ୍ରପ୍ରଦେଶର କାକିନାଡା ନିକଟବର୍ତ୍ତୀ ମଛଲିପଟନମ୍‌ ଏବଂ କଳିଙ୍ଗାପଟନମ୍‌ ମଝିରେ ସ୍ଥଳଭାଗ ଅତିକ୍ରମ କରିବ। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୯୦ରୁ ୧୦୦ କି.ମି. ରହିବ ଏବଂ ଝଟକା ପବନର ବେଗ ୧୧୦ କି.ମି. ଛୁଇଁବ। ଏହାର ପ୍ରଭାବ ସାରା ରାଜ୍ୟର ଜଳବାୟୁ ଉପରେ ପଡ଼ିବ। ବାତ୍ୟା କାକିନାଡ଼ାରୁ ମାଲକାନଗିରି ଦେଇ ଛତିଶଗଡ଼ ଆଡ଼କୁ ଗତି କରିବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି।

ଦକ୍ଷିଣ-ପଶ୍ଚିମ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ସକ୍ରିୟ ରହିଛି। ସୋମବାର ଏହା ୬ଘଣ୍ଟାରେ ଘଣ୍ଟାପ୍ରତି ୧୭ କି.ମି. ବେଗରେ ଗତିକରି ସନ୍ଧ୍ୟାସୁଦ୍ଧା ଗୋପାଳପୁରଠାରୁ ୭୨୦କି.ମି. ଦକ୍ଷିଣରେ ରହିଥିଲା। ତେବେ ଏହା ଉତ୍ତର, ଉତ୍ତର-ପଶ୍ଚିମ ଦିଗକୁ ଗତିକରି ମଙ୍ଗଳବାର ସକାଳ ସୁଦ୍ଧା ଭୟଙ୍କର ବାତ୍ୟାରେ ପରିଣତ ହେବ। ବାତ୍ୟା ଅତିକ୍ରମ କରିବା ସମୟରେ ଏହାର ପ୍ରଭାବ ସାରା ଓଡ଼ିଶା ଉପରେ ପଡ଼ିବାକୁ ଥିବାବେଳେ ଦକ୍ଷିଣ ଓଡ଼ିଶାରେ ଏହାର ପ୍ରଭାବ ଅଧିକ ରହିବ। କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଦେଇ ‘ମୋନ୍ଥା’ ଗତି କରିବ। ଏହି ସମୟରେ ପବନର ବେଗ ୬୦ରୁ ୭୦ କି.ମି. ରହିବ ଏବଂ ଅତି ବେଶିରେ ପବନର ବେଗ ଘଣ୍ଟାପ୍ରତି ୮୦ କି.ମି. ରହିବ। ଛତିଶଗଡ଼ ପହଞ୍ଚତ୍ଲା ବେଳକୁ ଅବପାତ ହୋଇ ଦୁର୍ବଳ ହେବ ବୋଲି ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ୨୮ ତାରିଖ ମଙ୍ଗଳବାର ରାଜ୍ୟର ସମସ୍ତ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ତେବେ ୫ ଜିଲା ଯଥା ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା, ମାଲକାନଗିରି ଜିଲାକୁ ଅତି ଭୀଷଣ ବର୍ଷା ନେଇ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ନୟାଗଡ଼ା, ଖୋର୍ଦ୍ଧା, ବଲାଙ୍ଗୀର, କନ୍ଧମାଳ, ପୁରୀ, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଜିଲାକୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଏବଂ ବାକି ସମସ୍ତ ଜିଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ରେଡ୍‌ ଓ୍ବାର୍ନିଂ ଜାରି ହୋଇଥିବା ଜିଲାଗୁଡ଼ିକରେ ୨୦ ସେ.ମି.ରୁ ଅଧିକ ବର୍ଷା ହେବ। ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଥିବା ଜିଲାଗୁଡ଼ିକରେ ୧୨ରୁ ୨୦ ସେ.ମି. ଏବଂ ୟେଲୋ ଓ୍ବାର୍ନିଂ ଜାରି ହୋଇଥିବା ଜିଲାଗୁଡ଼ିକରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହେବା ନେଇ ଆକଳନ କରାଯାଇଛି।

ସେହିପରି ୨୯ ତାରିଖ ବୁଧବାର ପାଇଁ କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲାକୁ ଭୀଷଣ ବର୍ଷା ନେଇ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି, ବଲାଙ୍ଗୀର ଓ ନୂଆପଡ଼ା ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଏବଂ ବାକି ଜିଲାଗୁଡ଼ିକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ବର୍ଷା ସହ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଜିଲାରେ ପ୍ରବଳ ପବନ ବହିବା ନେଇ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ବର୍ଷା ଲାଗି ରହିବ ବୋଲି ପାଣିପାଗ ନିର୍ଦ୍ଦେଶିକା ଡ. ମହାନ୍ତି ସୂଚନା ଦେଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri