ଭୟଙ୍କର ହେଉଛି ବାତ୍ୟା ମୋନ୍ଥା: ରେଡ୍‌ ଆଲର୍ଟରେ ଏହି ଜିଲା, ପ୍ରବଳ ଛେଚିବ

ଭୁବନେଶ୍ୱର,୨୮।୧୦: ଆଜି ପାଇଁ ୫ ଜିଲାକୁ ରେଡ, ୪ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ରାୟଗଡ଼ା ଜିଲାକୁ ରେଡ୍‌ ଆଲର୍ଟ ଥିବା ବେଳେ ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ଗଜପତିକୁ ଅରେଞ୍ଜ ଆଲର୍ଟ ଏବଂ ଅବଶିଷ୍ଟ ୨୧ ଜିଲାକୁ ବର୍ଷା ପାଇଁ ୟେଲୋ ୱାର୍ନିଂ ଜାରି କରାଯାଇଛି।

ସମୁଦ୍ର ମଧ୍ୟରେ ବଳ ଗୋଟାଉଛି ଭୀଷଣ ବାତ୍ୟା ‘ମୋନ୍ଥା’। ଘଣ୍ଟା ପ୍ରତି ୧୨ କିମି ବେଗରେ ଗତି କରି ନିକଟତର ହେଉଛି। ମଛଲିପଟନମ ଠାରୁ ୧୪୦, କାକିନାଡ଼ା ଠାରୁ ୨୪୦ କିମି ଏବଂ ଗୋପାଳପୁର ଠାରୁ ୫୩୦ କିମି ଦୂରରେ ଅଛି। ଆଜି ସନ୍ଧ୍ୟା କିମ୍ବା ରାତିରେ ସ୍ଥଳଭାଗ ଛୁଇଁବ। ଆନ୍ଧ୍ର ଉପକୂଳ କାକିନାଡ଼ା ଦେଇ ଅତିକ୍ରମ କରିବ ‘ମୋନ୍ଥା’। ଲ୍ୟାଣ୍ଡଫଲ ବେଳେ ପବନର ସର୍ବାଧିକ ବେଗ ୧୧୦ କିମି ରହିବ ।

ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲାରେ ସର୍ବାଧିକ ୯୦ରୁ ୧୦୦କିମି ବେଗରେ ପବନ ବହିବ । ଝଟକା ପବନର ବେଗ ରହିବ ଘଣ୍ଟାପ୍ରତି ୧୧୦ କିମି । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri