Posted inଖେଳ

ଅପରେଶନ ସରିଲା, ହେଲେ ଡାକ୍ତର କହିଲେ… ଶ୍ରେୟସଙ୍କୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌  

ନୂଆଦିଲ୍ଲୀ,୨୮।୧୦: ଭାରତୀୟ କ୍ରିକେଟ ଦଳର ଷ୍ଟାର୍‌ ବ୍ୟାଟ୍ସମ୍ୟାନ୍‌ ଶ୍ରେୟସ ଆୟର ଅଷ୍ଟ୍ରେଲିଆ ଗସ୍ତରେ ଏକ ବଡ଼ ଝଟକା ପାଇଛନ୍ତି। ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ତୃତୀୟ ଏକଦିବସୀୟ ମ୍ୟାଚ୍‌ ସମୟରେ, ଆୟର ଅଷ୍ଟ୍ରେଲୀୟ ଉଇକେଟକିପର ଆଲେକ୍ସ କ୍ୟାରିଙ୍କୁ କ୍ୟାଚ୍‌ କରିବାକୁ ଚେଷ୍ଟା କରିବା ସମୟରେ ପଡ଼ିଯାଇଥିଲେ। ଏହି ଘଟଣା ତାଙ୍କ ପ୍ଳିହାରେ ଆଘାତ ଦେଇଥିଲା ଏବଂ ଡାକ୍ତରୀ ପରୀକ୍ଷାରୁ ଭିତରେ ରକ୍ତସ୍ରାବ ହୋଇଥିବା ଜଣାପଡ଼ିଥିଲା। ଯେଉଁଥିଲାଗି ତାଙ୍କୁ ସିଡନୀର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏବେ ତାଙ୍କ ଅସ୍ତ୍ରୋପଚାର ସମ୍ପର୍କରେ ଏକ ବଡ଼ ଅପଡେଟ ସାମ୍ନାକୁ ଆସିଛି।
ଖୁସି ଖବର ହେଉଛି ଯେ ଶ୍ରେୟସ ଆୟରଙ୍କ Spleen(ପ୍ଳିହା) ଆଘାତ ପାଇଁ ଛୋଟ ଅସ୍ତ୍ରୋପଚାର କରାଯାଇଛି। ସେ ଏଥିରୁ ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି। କ୍ରିକବଜ ରିପୋର୍ଟ ଅନୁଯାୟୀ ତାଙ୍କ ଅବସ୍ଥା ସମ୍ପୂର୍ଣ୍ଣ ସ୍ଥିର ଅଛି ଏବଂ ତାଙ୍କୁ ICUରୁ ବାହାରକୁ ଅଣାଯାଇଛି। ଏହା ଏକ ଛୋଟ ଅସ୍ତ୍ରୋପଚାର ଥିଲା, କିନ୍ତୁ ତାଙ୍କୁ ଅତି କମରେ ପାଞ୍ଚ ଦିନ ଏବଂ ସର୍ବାଧିକ ଗୋଟିଏ ସପ୍ତାହ ବିଶ୍ରାମ ନେବାକୁ ପରାମର୍ଶ ଦିଆଯାଇଛି। ତେଣୁ ସେ ଆଗାମୀ କିଛି ଦିନ ପାଇଁ ହସ୍ପିଟାଲରେ ରହିବେ। ବର୍ତ୍ତମାନ ସେ ବିପଦରୁ ମୁକ୍ତ ଏବଂ ସୁସ୍ଥ ହେଉ ଥିବାରୁ, କ୍ରିକେଟ ପ୍ରଶଂସକମାନେ ଆଶ୍ୱସ୍ତ ହୋଇଛନ୍ତି।
ରିପୋର୍ଟ ଅନୁସାରେ, ଆୟରଙ୍କ ଅବସ୍ଥାରେ ଦ୍ରୁତ ଉନ୍ନତି ଘଟିଛି। ତାଙ୍କୁ ଏକ ସାଧାରଣ ୱାର୍ଡକୁ ସ୍ଥାନାନ୍ତର କରାଯାଇଛି ଏବଂ ସେ ଖୁବ୍‌ଶୀଘ୍ର ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଘରକୁ ଫେରିବେ ବୋଲି ଆଶା କରାଯାଉଛି। ବିସିସିଆଇ ଡାକ୍ତରୀ ଦଳ ସିଡନୀରେ ତାଙ୍କ ଆଘାତ ଉପରେ ମଧ୍ୟ ନଜର ରଖିଛନ୍ତି।
ଶ୍ରେୟସ ହସ୍ପିଟାଲରୁ ଡିସଚାର୍ଜ ହେବା ପରେ ଭାରତ ଫେରିବେ। ତଥାପି ମଇଦାନକୁ ଫେରିବାକୁ ତାଙ୍କୁ ଚାରିରୁ ଛଅ ସପ୍ତାହ ଲାଗିପାରେ। ଫଳସ୍ବରୂପ ସେ ନଭେମ୍ବର ୩୦ ତାରିଖରୁ ଭାରତରେ ଖେଳାଯିବାକୁ ଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ODI ସିରିଜରେ ଖେଳି ନ ପାରନ୍ତି ବୋଲି କୁହାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri