ଦାରିଙ୍ଗବାଡ଼ିକୁ ଛୁଟୁଛି ପର୍ଯ୍ୟଟକଙ୍କ ସୁଅ, କୋହଲା ପାଗରେ ବୁଲି ନେଉଛନ୍ତି ମଜା

ଦାରିଙ୍ଗବାଡ଼ି,୩୦ା୧୦(ଅରୁଣ ସାହୁ): ଆସିଲା ପର୍ଯ୍ୟଟନ ଋତୁ। ଧିରେ ଧିରେ ପାହାନ୍ତିଆରେ ଶୀତ ପଡ଼ିବା ସହ କାକର ପଡୁଛି। ଅନ୍ୟ ଜିଲା ଅପେକ୍ଷା ଦାରିଙ୍ଗବାଡ଼ିକୁ ପ୍ରଥମ ପସନ୍ଦ କରିଥାନ୍ତି ପର୍ଯ୍ୟଟକ। ଏହି କ୍ରମରେ ଏବେ ପର୍ଯ୍ୟଟକ ଦାରିଙ୍ଗବାଡ଼ି ମୁହାଁ ହେଉଛନ୍ତି। ଯଦିଓ ଏବେ ବାହାରେ ଥଣ୍ଡା ଅନୁଭୂତ ହେଲାଣି କିନ୍ତୁ ୪ କାନ୍ଥ ଭିତରେ ସେତେଟା ଶୀତ ଅନୁଭତ ହୋଇନାହିଁ କିନ୍ତୁ ଜଳବାୟୁ କେତେବେଳେ ଶୁଖିଲା ତ ଆଉ କେତେବେଳେ ପାଗ ମେଘୁଆ କରି କୋହଲା ପାଗ ସୃଷ୍ଟି ହେଉଛି। ଯାହାକି କୋହଲା ପାଗ ସମୟରେ ପର୍ଯ୍ୟଟକ ବୁଲିବାକୁ ଅଧିକ ପସନ୍ଦ କରୁଥିବା ଦେଖିବାକୁ ମିଳିଛି।

ଦାରିଙ୍ଗବାଡ଼ିର କଫି ବଗିଚା ସମେତ ଡୁଲୁରୀ ପାଇନ ବଣ,ମିଡିୟୁବାନ୍ଦା ଜଳପ୍ରପାତ, ପାଙ୍ଗାଲି ରେନବୋ ଜଳପ୍ରପାତ, କିରିକୁଟିର ଲଭର୍ସ ପଏଣ୍ଟ, କିସୁବାଡ଼ି ଜଳପ୍ରପାତ, ଋଷିମାଳ, ହିଲଭିୟୁ ଓ ପ୍ରକୃତି ଉଦ୍ୟାନ ସମେତ ଶାନ୍ତି ଉପତ୍ୟକା ଆଦି ପର୍ଯ୍ୟଟକ ବୁଲି ମଜା ନେଉଛନ୍ତି।

ସେହିପରି ବିଭିନ୍ନ ସ୍ଥାନରେ ପରିବାର ସହ ବଣଭୋଜି କରି ମଜାନେଉଛନ୍ତି। ପର୍ଯ୍ୟଟକଙ୍କ ଆଗମନକୁ ଦୃଷ୍ଟିରେ ରଖି ସ୍ଥାନୀୟ ପ୍ରଶାସନ ମଧ୍ୟ ପର୍ଯ୍ୟଟକଙ୍କୁ ମୌଳିକ ସୁବିଧା ଯୋଗାଇଦେବାକୁ ପ୍ରୟାସ ଜୋରଦାର କରିଛି।

ବାଲିଗୁଡା ଉପଜିଲାପାଳ ପ୍ରଣୀତା ଦାସଙ୍କ ତତ୍ତ୍ୱାବଧାନରେ ଦାରିଙ୍ଗବାଡ଼ି ବିଡିଓ ପ୍ରୀତିରଞ୍ଜନ ରଥ, ସହକାରୀ ନିର୍ବାହୀ ଯନ୍ତ୍ରୀ ସଞ୍ଜୟ ରଥ, ସହକାରୀ ଯନ୍ତ୍ରୀ ତୁଷାର ସେଠୀ, କନିଷ୍ଠ ଯନ୍ତ୍ରୀ ଧୀରେନ ସେଠୀ, ଏପିଓ କେଦାର ଚନ୍ଦ୍ର ପଣ୍ଡା ଓ ଅନ୍ୟ ଅଧିକାରୀମାନେ ପର୍ଯ୍ୟଟନକ୍ଷେତ୍ରର ବିକାଶ ପାଇଁ କାର୍ଯ୍ୟ କରୁଛନ୍ତି। କିରିକୁଟି ଲଭର୍ସ ପଏଣ୍ଟରେ ଏକ ଉଚ୍ଚ ବିଶିଷ୍ଟ ଓ୍ବାଚ୍‌ ଟାଓ୍ବାର ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ଦାରିଙ୍ଗବାଡ଼ି ହିଲଭିୟୁ ପାର୍କ ପରିସର ମଧ୍ୟରେ ମଧ୍ୟ ଉଚ୍ଚ କ୍ଷମତା ଓ ଟୁ ଷ୍ଟାର ଓ୍ବାଚ୍‌ ଟାଓ୍ବାର ନିର୍ମାଣ କାର୍ଯ୍ୟ ଜୋରଦାର ଚାକିଥିବା ଜଣାପଡ଼ିଛି। ସେହିପରି କଫି ବଗିଚାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ମଧ୍ୟ ଜୋର୍‌ଦାର ଚାଲିଥିବା ଜଣାପଡ଼ିଛି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri