ଧାନ ବିଲରୁ ଯୁବତୀଙ୍କ ମୃତଦେହ ମିଳିବା ଘଟଣା: ରହସ୍ୟର ପର୍ଦ୍ଦାଫାଶ କଲେ ଏସ୍‌ପି, ଯୁବତୀଙ୍କ ସହ…

ବଲାଙ୍ଗୀର,୩୦।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଗଏଲପିଟା ଗାଁ କୁମନାଶି ଜଙ୍ଗଲ ନିକଟ ଏକ ଧାନ କିଆରିରୁ ବୁଧବାର ସକାଳେ ଏକ ଯୁବତୀଙ୍କ ମୃତଦେହକୁ ଉଦ୍ଧାର କରାଯାଇଛି। ଆଜି ସମ୍ପୃକ୍ତା ଯୁବତୀଙ୍କ ପରିଚୟ ମିଳିବା ପରେ ପୋଲିସ ପକ୍ଷରୁ ଏସ୍‌ପି ଅଭିଳାଷ ଜି ଗୁରୁବାର ଖବରଦାତା ସମ୍ମିଳନୀରେ ହତ୍ୟା ଓ ଧର୍ଷଣ ହୋଇ ନଥିବା କହିଛନ୍ତି। ସମ୍ପୃକ୍ତା ଯୁବତୀ ଜଣଙ୍କ ପାଟଣାଗଡ଼ ଅଞ୍ଚଳ ରତାଖଣ୍ଡି ଗାଁ କୁନ୍ତି ଧରୁଆ (୨୯) । ସେ ଗତ ୨୦ ତାରିଖରୁ ନିଖୋଜ ଥିଲେ। ତାଙ୍କ ପରିବାର ବର୍ଗଙ୍କ ସୂଚନା ଅନୁସାରେ ସେ ମାନସିକ ବିକାର ଗ୍ରସ୍ତ ଥିଲେ। ସେ ଜଣେ ବିବାହିତା। ୨୦୨୧ରୁ ସ୍ବାମୀଙ୍କୁ ଛାଡି ବାପ ଘରେ ରହୁଥିଲେ। ପରିବାର ଲୋକେ ତାଙ୍କର ଚିକିତ୍ସା କରୁଥିଲେ । ତେବେ ଗଣମାଧ୍ୟମରେ ଯୁବତୀଙ୍କୁ ହତ୍ୟା ଧର୍ଷଣ ହୋଇଥିବା ଖବର ପ୍ରକାଶିତ ହେବା ପରେ ଉକ୍ତ ଘଟଣାର ସମ୍ପୂର୍ଣ୍ଣ ରହସ୍ୟକୁ ବଲାଙ୍ଗୀର ଏସପି ଖବରଦାତା ସମ୍ମୀଳନୀ କରି ଲୋକଲୋଚନକୁ ଆଣିଛନ୍ତି। ଏହି ଖବରଦାତା ସମ୍ମିଳନୀର ବଲାଙ୍ଗୀର ଏସଡିପିଓ ସରୋଜ କୁମାର ଉପାଧ୍ୟାୟ ଓ ଦେଓଗାଁ ଥାନା ଅଧିକାରୀ ବୁଲୁ ମୁଣ୍ଡା ଉପସ୍ଥିତ ଥିଲେ l

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଟପ୍‌ ୭ଟିି ସରକାରୀ ଚାକିରି, IAS ଭଳି ଦରମା, କମ୍‌ ପରିଶ୍ରମରେ…

ନୂଆଦିଲ୍ଲୀ,୭।୧୨: ସରକାରୀ ଚାକିରି ପାଇବା ଲକ୍ଷ ଲକ୍ଷ ଯୁବକ ଯୁବତୀଙ୍କ ସ୍ୱପ୍ନ। ତଥାପି, ଅଧିକାଂଶ ଲୋକ କେବଳ କିଛି ହାଇ-ପ୍ରୋଫାଇଲ ପଦବୀ ବିଷୟରେ ଜାଣନ୍ତି –...

ସ୍ମୃତି ମନ୍ଧାନାଙ୍କ ପୋଷ୍ଟ ପରେ ବଡ଼ ଖୁଲାସା କଲେ ପଲାଶ! କହିଲେ ଆକ୍ସନ ନେବି…

ନୂଆଦିଲ୍‌ଲୀ,୭।୧୨: କ୍ରିକେଟର ସ୍ମୃତି ମନ୍ଧାନା ଏବଂ ସଂଗୀତକାର ପଲାଶ ମୁଛଲଙ୍କ ବିବାହ ଚର୍ଚ୍ଚାରେ ଏବେ ଫୁଲଷ୍ଟପ ପଡିଛିି। ସ୍ମୃତି ଏବଂ ପଲାଶଙ୍କ ବିବାହ ବହୁତ ଦିନ...

ବିବାହକୁ ନେଇ ଶେଷରେ ମୁହଁ ଖୋଲିଲେ ସ୍ମୃତି ମନ୍ଧାନା, କହିଲେ ପଲାଶଙ୍କ ସହ…

ନୂଆଦିଲ୍‌ଲୀ,୭।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ ସେୟାର କରି ତାଙ୍କ ବିବାହକୁ ନେଇ ଚାଲିଥିବା...

ବିଲରୁ ଫେରୁଥିବା ବେଳେ ଗୋଡ଼ାଇ ଗୋଡ଼ାଇ କାମୁଡିଲା ବିଲୁଆ

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିରେ ମାତିଛି ବିଲୁଆ। ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ରୋହି ଗାଁର ସୁକୁନୁ ଜେନା(୫୮), ସୋଲି ସ୍ବାଇଁ(୬୦),ତପସ୍ବିନୀ ଜେନା(୨୫),ଶର୍ମିଲା ଜେନା(୩୫),ଗୁରୁଦେବ ରଣା(୩୮)ବିଲୁଆ...

ହ୍ୟୁମାନ ସାଗରଙ୍କ ଘରେ ପହଞ୍ଚିଲେ ଓଲିଉଡ୍‌ ସୁପରଷ୍ଟାର ଅନୁଭବ, ମା’ଙ୍କୁ ଭେଟି କହିଲେ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ଘରେ ରବିବାର ପହଞ୍ଚିଛନ୍ତି ଓଲିଉଡ୍‌ ସୁପରଷ୍ଟାର ଅନୁଭବ ମହାନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ହ୍ୟୁମାନ ସାଗରଙ୍କ ଘରେ ତାଙ୍କ...

୨୫ରୁ କୂର୍ମୀ କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ମହାସଭା: ଘୁମୁସର ବୀର ଚକରାଙ୍କ ଇତିହାସ ଜାଣିବେ

ଭଞ୍ଜନଗର,୭।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ନିଖିଳ ଉତ୍କଳ କୁର୍ମି କ୍ଷତ୍ରିୟ ସଂସ୍ଥାର ଦ୍ୱାଦଶତମ...

ଶୀତରେ ଥରୁଛି ଜି. ଉଦୟଗିରି: ଲୋକଙ୍କ ପାଇଁ ନିଆଁ ହିଁ ସାହା ଭରସା

ଜି.ଉଦୟଗିରି,୭।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସବୁଜ ସୁନ୍ଦର ଚତୁଃପାର୍ଶ୍ୱରେ ପାହାଡ଼ ପର୍ବତ ଘେରି ରହିଥିବା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ ତାପମାତ୍ରା...

ଭୁବନେଶ୍ୱରରେ ପହଞ୍ଚିଲେ ଯଶପ୍ରୀତ୍‌ ବୁମ୍‌ରା

ଭୁବନେଶ୍ୱର,୭ା୧୨: ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଭାରତୀୟ କ୍ରିକେଟ୍‌ ଟିମ୍‌ର ଷ୍ଟାର ବୋଲର୍‌ ଯଶପ୍ରୀତ ବୁମ୍‌ରା। ଆସନ୍ତା ୯ ତାରିଖରେ ବାରବାଟୀରେ T-20 ଖେଳିବାକୁ ଆଗୁଆ ଆସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri