ଛାତ୍ରୀଙ୍କୁ ଅସଦାଚରଣ କରି ଅଧ୍ୟାପକ ଗିରଫ: କଲେଜରେ ଉତ୍ତେଜନା

ରାୟଗଡ଼ା,୩୧।୧୦(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହରସ୍ଥିତ ଉକତ୍ଳ ଗୌରବ ମଧୁସୂଦନ ବୈଷୟିକ (ୟୁଜିଏମଆଇଟି) କଲେଜର ଅଧ୍ୟାପକ ଜଣେ ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଶୁକ୍ରବାର କଲେଜ ପରିସରରେ ଉତ୍ତେଜନା ପ୍ରକାଶ ପାଇଛି। ଛାତ୍ରୀଛାତ୍ର ଅନୁଷ୍ଠାନ ଆଗରେ ଧାରଣାରେ ବସିବା ସହ ପୀଡିତାଙ୍କୁ ତୁରନ୍ତ ନ୍ୟାୟ ପ୍ରଦାନ ପାଇଁ ଦାବି କରଥିଲେ। ଛାତ୍ରୀ ଜଣକ ରାୟଗଡ଼ା ଟାଉନ ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ତାଙ୍କ ବୟାନ ରେକର୍ଡ କରିଥିଲା। ଏହି ଘଟଣାରେ ସମ୍ପୃକ୍ତ ଅଧ୍ୟାପକ ପ୍ରଦୀପ ତ୍ରିପାଠୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ରାୟଗଡା ଟାଉନ ଥାନା ଆଇଆଇସି ପ୍ରସନ୍ନ କୁମାର ବେହେରା ସୂଚନା ଦେଇଛନ୍ତି।
ଘଟଣାରୁ ପ୍ରକାଶ, ଡିପ୍ଲୋମା ପ୍ରଥମ ସେମିଷ୍ଟାରର ଜଣେ ଛାତ୍ରୀଙ୍କୁ ଗଣିତ ବିଭାଗ ଅଧ୍ୟାପକ ପ୍ରଦୀପ ତ୍ରିପାଠୀ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା। ଏ ନେଇ ଛାତ୍ରୀ ଜଣକ ଗତ ୨୫ ତାରିଖରେ କଲେଜ ଅଧ୍ୟକ୍ଷଙ୍କ ନିକଟରେ ଅଭିଯୋଗ କରିଥିଲେ। ଏହାପରେ କଲେଜ ଇଣ୍ଟରନାଲ କମିଟି ଯାଞ୍ଚ କରିଥିଲେ ହେଁ ସମ୍ପୃକ୍ତ ଅଧ୍ୟାପକଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନେବା ପରିବର୍ତ୍ତେ ମାର୍କ କାଟିଦେବା ନେଇ ଧମକ ଦିଆଯାଇଥିବା ଛାତ୍ରୀ ଜଣକ କହିଛନ୍ତି। ପୂର୍ବରୁ ମଧ୍ୟ ସମ୍ପୃକ୍ତ ଅଧ୍ୟାପକଙ୍କ ବିରୋଧରେ ଅଭିଯୋଗ ହୋଇଥିବା ନେଇ ଅନୁଷ୍ଠାନର ଛାତ୍ରୀଛାତ୍ର କହିଛନ୍ତି। ତେଣୁ ଅଭିଯୋଗ ପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ହେଉ ନ ଥିବାରୁ ଛାତ୍ରୀଛାତ୍ର କଲେଜକୁ ଘେରାଉ କରିବା ସହ ମୁଖ୍ୟ ଗେଟରେ ତାଲା ପକାଇ ଧାରଣାରେ ବସିଥିଲେ। ଅନୁଷ୍ଠାନର ଫାଟକ ବନ୍ଦ କରି ଅନ୍ୟ କର୍ମଚାରୀଙ୍କୁ ମଧ୍ୟ ଅଟକ ରଖିଥିଲେ। ଯାହାକୁ ନେଇ କଲେଜରେ ଉତ୍ତେଜନା ପ୍ରକାଶ ପାଇଥିଲା। ଖବରପାଇ ପୋଲିସ କଲେଜରେ ପହଞ୍ଚତ୍ଥିଲେ ମଧ୍ୟ ଛାତ୍ରୀଛାତ୍ର ସେମାନଙ୍କୁ ଭିତରକୁ ଛାଡ଼ି ନ ଥିଲେ। ଏସ୍‌ଡିପିଓ ଗୌରହରୀ ସାହୁ, ଆଇଆଇସି ପ୍ରସନ୍ନ କୁମାର ବେହେରା ଛାତ୍ରୀଛାତ୍ରଙ୍କୁ ବୁଝାଶୁଝା କରିବା ସହ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଥିଲେ। ଖବରପାଇ ରାୟଗଡା ବିଧାୟକ ଆପଲସ୍ବାମୀ କାଡ୍ରାକା, ବରିଷ୍ଠ କଂଗ୍ରେସ ନେତା ଦୁର୍ଗା ପ୍ରସାଦ ପଣ୍ଡା ପହଞ୍ଚତ୍ ଭିତରକୁ ଯାଇ ପୀଡ଼ିତା ଛାତ୍ରୀଙ୍କ ସହିତ ଆଲୋଚନା କରିଥିଲେ। ଜିଲାପାଳ ଆସି ଘଟଣାର ସମାଧାନ କରିବାକୁ ଛାତ୍ରୀଛାତ୍ର ଦାବି କରିଥିଲେ। ବିଭିନ୍ନ ରାଜନୈତିକ ଦଳ ଭାଜପା, ବିଜେଡି ନେତା କଲେଜରେ ପହଞ୍ଚତ୍ ଛାତ୍ରୀଛାତ୍ରଙ୍କ ସହିତ ଆଲୋଚନା କରିଥିଲେ। ଆଦିବାସୀ ନେତା ଗଙ୍ଗାଧର ପୁଆଲା, ରାୟଗଡ଼ା ବ୍ଲକ ଉପାଧ୍ୟକ୍ଷ ହରପ୍ରସାଦ ହେପୃକାଙ୍କ ସହ ଆଦିବାସୀ ନେତା ଉପସ୍ଥିତ ରହି ପୀଡ଼ିତା ଛାତ୍ରୀଙ୍କୁ ସମର୍ଥନ ପୂର୍ବକ ଥାନାରେ ଏତଲା ଦେବାକୁ ଦାବି କରିଥିଲେ। ରାୟଗଡ଼ା ତହସିଲଦାର ପ୍ରିୟଦର୍ଶିନୀ ସ୍ବାଇଁ ଘଟଣାସ୍ଥଳରେ ପହଞ୍ଚତ୍ ପୀଡ଼ିତା ଛାତ୍ରୀଙ୍କ ସହିତ ଆଲୋଚନା କରିଥିଲେ। ପରେ ଛାତ୍ରୀ ଜଣକ ମା’ବାପାଙ୍କ ସହ ରାୟଗଡ଼ା ଟାଉନ ଥାନାରେ ଲିଖିତ ଅଭିଯୋଗ କରିବା ପରେ କେସ ନଂ ୩୯୯/୨୫ରେ ମାମଲା ରୁଜୁ କରାଯାଇଛି।।
ଅନ୍ୟପଟେ ଏହି ମାମଲାକୁ ଚାପି ଦେବା ପାଇଁ କଲେଜ କର୍ତ୍ତୃପକ୍ଷଙ୍କ ସମେତ ଅନ୍ୟ କିଛି ଯୁବଗୋଷ୍ଠୀ ଚେଷ୍ଟା କରିଥିବା ଆଦିବାସୀ ନେତା ଗଙ୍ଗାଧର ପୁଆଲା ଓ ବ୍ଲକ ଉପାଧ୍ୟକ୍ଷ ହରପ୍ରସାଦ ହେପୃକା ଅଭିଯୋଗ କରିଛନ୍ତି। ତେବେ ଛାତ୍ରୀଛାତ୍ର ଧାରଣା ଦେବା ସମୟରେ ରିଂ ରୋଡ଼ରେ ଭିଡ଼ ଜମାଇବା କାରଣରୁ ଅଞ୍ଚଳବାସୀ ଓ ସ୍କୁଲ ଛାତ୍ରୀଛାତ୍ର ଯାତାୟାତରେ ଅସୁବିଧାର ସମ୍ମୁଖୀନ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri