କଳାହାଣ୍ଡି ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଆରମ୍ଭ

କର୍ଲାମୁଣ୍ଡା;୨।୧୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ରବିବାର କଳାହାଣ୍ଡି ଜିଲାସ୍ତରୀୟ ଦୌଡକୁଦ ପ୍ରତିଯୋଗିତା ଉଦ୍‌ଘାଟିତ ହୋଇଯାଇଛି। ଜିଲା ଶିକ୍ଷା କାର୍ଯ୍ୟଳୟ ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ଜିଲାର ୧୩ଟି ବ୍ଲକରୁ ୧୪ ଓ ୧୭ କମ ବୟସର ଛାତ୍ରୀଛାତ୍ର ଅଂଶ ଗ୍ରହଣ କରିଛନ୍ତି।

ଉଦଘାଟନୀ ସମାରୋହରେ ଜିଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ ସଭାପତିତ୍ୱ କରିଥିବା ବେଳେ କଳାହାଣ୍ଡି ଅତିରିକ୍ତ ଜିଲାପାଳ ତନ୍ମୟ କୁମାର ଦରୱାନ ମୁଖ୍ୟଅତିଥି ଭାବେ ଯୋଗଦେଇ ଶିବିରକୁ ଉଦ୍‌ଘାଟନ କରିଥିଲେ। ଏଥିରେ ସମ୍ମାନୀତ ଅତିଥି ଭାବେ ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ହେମସାଗର ମହାନନ୍ଦ, କର୍ଲାମୁଣ୍ଡା ଗୋଷ୍ଠୀ ଶିକ୍ଷା ଅଧିକାରୀ ବାଞ୍ଛାନିଧି ପଣ୍ଡା, ଲାଞ୍ଜିଗଡ଼ ଗୋଷ୍ଠୀ ଶିକ୍ଷା ଅଧିକାରୀ ଋଷିଆ ମେହେର, ପ୍ରାକ୍ତନ କଲମପୁର ବିଇଓ ବିଜୟ କୁମାର ପୁରୋହିତ ଯୋଗଦେଇ କ୍ରୀଡା ମାଧ୍ୟମରେ ଶୈଷିକ ବିକାଶର ଗୁଣବତ୍ତା ଉପରେ ଆଲୋକପାତ କରିଥିଲେ।

ସାଙ୍ଗଠନିକ ସମ୍ପାଦକ ତଥା ତେରେସିଂହା ହାଇସ୍କୁଲ ପ୍ରଧାନ ଶିକ୍ଷକ ଗରୁଡଧ୍ୱଜ ଗହୀର ସ୍ବାଗତ ଭାଷଣ ଦେଇଥିବା ବେଳେ ଜିଲା ଶାରିରୀକ ଶିକ୍ଷା ନିରୀକ୍ଷକ ରୂପସିଂ ରାଉତ ବିବରଣୀ ପାଠ କରିଥିଲେ। ରିଷିଡା ବାପୁଜୀ ହାଇସ୍କୁଲ ଛାତ୍ରୀମାନେ ଦଳଗତ ନୃତ୍ୟ ପରିବେଷଣ କରିଥିଲେ।

ଶିକ୍ଷକ ସୂର୍ଯ୍ୟମଣି ଭୋଇ ସଭା ସଂଯୋଜନା କରିଥିବା ବେଳେ ସୁଧୀର ରଞ୍ଜନ ସୁନା ଓ ପ୍ରିତମ ହୋବୋ ସାଂସ୍କୃତିକ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ। ମୁଖ୍ୟଅତିଥି ପତାକା ଉତ୍ତୋଳନ କରିବା ସହ କ୍ରୀଡାବିତମାନଙ୍କୁ ଶପଥ ପାଠ କରାଇଥିଲେ।

କାର୍ଯ୍ୟକ୍ରମରେ ଶିକ୍ଷକ ପର୍ଶୁରାମ ଓଝା, ପଙ୍କଜ ବାରିକ, ସୂର୍ଯ୍ୟମଣି ରଣା, ଆଶିଷ କୁମାର ମଲ୍ଲିକ, ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ସଭାପତି ଅନ୍ତର୍ଯ୍ୟାମୀ ମଲ୍ଲିକ, ସମ୍ପାଦକ ସଞ୍ଜୟ କୁମାର ଦାସ, ସିଆର୍‌ସିସି ପ୍ରଶନ୍ନ କୁମାର ସାହୁ, ଯୁଗଳ ନାଗ, ବିଶିକେଶନ ସୁନା, ମିଲାପ କୁମାର, ହେମନ୍ତ ନାୟକ, ଉଜ୍ଜଳ କୁମାର ସାହୁ ପ୍ରମୁଖ ସହଯୋଗ କରିଥିଲେ।

ପ୍ରକାଶଥାଉକି ଶିବିରରେ ଜିଲାର ପ୍ରତି ବ୍ଲକରୁ ୫୦ଜଣ ଲେଖାଏ ପ୍ରତିଯୋଗୀ ଭାଗ ନେଉଥିବା ବେଳେ ମୋଟ ୪୦ଟି ବିଭାଗରେ ପ୍ରତିଯୋଗିତା ହେଉଥିବା ଜଣାପଡିଛି। ସୋମବାର ସନ୍ଧ୍ୟାରେ ଶିବିର ଉଦ୍‌ଯାପିତ ହେବାର କାର୍ଯ୍ୟକ୍ରମ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri