Posted inରାଜ୍ୟ

ୱାଟର ହିଟରରେ ପାଣି ଗରମ କରୁଥିଲେ, ହଠାତ୍‌ ଘଟିଲା…

ହାଟଡିହୀ,୫।୧୧(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନନ୍ଦିପଦା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମହିଳା ବୁଧବାର ସକାଳୁ ମୃତ୍ୟୁ ବରଣ କରିଛନ୍ତି।
ସୂଚନା ଅନୁସାରେ, ଗ୍ରାମର ଅଭିମନ୍ୟୁ ରାଉଳଙ୍କ ସ୍ତ୍ରୀ  ମନ୍ଦାକିନୀ  (୪୦ ବର୍ଷ) ୱାଟର ହିଟରରେ ପାଣି ଗରମ କରୁଥିଲେ । ଅସାବଧାନତା ବଶତଃ ବିଦ୍ୟୁତ ସଂସ୍ପର୍ଶରେ ଆସି ସେଠାରେ ଟଳି ପଡ଼ିଥିଲେ । ସେହି ସମୟରେ ଘରେ କେହି ନ ଥିଲେ । ଗ୍ରାମର ଜଣେ ସମ୍ପର୍କୀୟ ମହିଳା କୌଣସି କାରଣରୁ  ମନ୍ଦାକିନୀଙ୍କ ଘରକୁ ଯାଇଥିବା ବେଳେ ମନ୍ଦାକିନୀ ତଳେ ପଡ଼ିଥିବା ଦେଖିଥିଲେ। ସଙ୍ଗେ ସଙ୍ଗେ ତାଙ୍କୁ ଆନନ୍ଦପୁର ଉପଖଣ୍ଡ ମେଡିକାଲ ନିଆଯାଇଥିଲା । ଡାକ୍ତର ସେଠାରେ ମନ୍ଦାକିନୀଙ୍କୁ ମୃତ ଘୋଷଣା କରିଥିଲେ । ପୋଲିସ ପହଞ୍ଚି ମୃତଦେହ ଜବତ ସହ ବ୍ୟବଚ୍ଛେଦ କରାଇ ତଦନ୍ତ ଚଳାଇଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri