ଶରୀର ପାଇଁ ଉପଯୋଗୀ କଞ୍ଚା ପିଆଜ

ପିଆଜ ବିଭିନ୍ନ ବ୍ୟଞ୍ଜନର ସୁଆଦ ବଢ଼ାଇଥାଏ। ତେବେ ଗ୍ରୀଷ୍ମରେ ଏହାର ବ୍ୟବହାର ଶରୀର ପାଇଁ ଖୁବ ଭଲ। ଖାଦ୍ୟ ବିଶେଷଜ୍ଞଙ୍କ ମତରେ ଗ୍ରୀଷ୍ମରେ କଞ୍ଚା ପିଆଜ ଅଧିକ ପରିମାଣରେ ଖାଇବା ଉଚିତ୍‌। ଭାତ ହେଉ କିମ୍ବା ରୁଟି ଭୋଜନ ସମୟରେ କଞ୍ଚା ପିଆଜର ସାଲାଡ ଖାଆନ୍ତୁ। ନଚେତ ଦହିରେ ଟିକ୍‌ ଟିକ୍‌ କାଟି ପିଆଜକୁ ଖାଇପାରିବେ। ଏହା ଶରୀରର ପାଇଁ ବେଶ୍‌ ଲାଭଦାୟକ।
* ଗ୍ରୀଷ୍ମ ଋତୁରେ ଅଂଶୁଘାତ ହେବା ସାଧାରଣ କଥା। ହେଲେ ଆପଣ ଜାଣିଛନ୍ତି କି ଏଥିରୁ ବର୍ତ୍ତିବା ପାଇଁ କଞ୍ଚା ପିଆଜର ବ୍ୟବହାର ଅତ୍ୟନ୍ତ ଲାଭଦାୟକ। କଞ୍ଚା ପିଆଜ ଖାଇବା ଦ୍ୱାରା ଅଂଶୁଘାତ ହୋଇ ନ ଥାଏ। ଓ ଅଂଶୁଘାତ ହୋଇଥିଲେ ପିଆଜ ରସ ପିଇଲେ ଭଲ ହୋଇଥାଏ।
* ଗ୍ରୀଷ୍ମରେ ଅଧିକାଂଶ ମଧୁମେହ ରୋଗୀଙ୍କ ରକ୍ତ ଶର୍କରା ବୃଦ୍ଧି ପାଇଥାଏ। ଏହି ବର୍ଗର ଲୋକେ ଦ୍ବିପହର ଭୋଜନ ସମୟରେ କଞ୍ଚା ପିଆଜ ଫାଳେ ଖାଇବା ସ୍ବାସ୍ଥ୍ୟ ପାଇଁ ଭଲ।
* କଞ୍ଚା ପିଆଜ ଖାଇବା ଦ୍ବାରା ପେଟ ସମସ୍ୟା ମଧ୍ୟ ଦୂର ହୋଇଥାଏ।
* ପିଆଜ କର୍କଟ ରୋଗରୁ ମଧ୍ୟ ରକ୍ଷା କରିଥାଏ। ବିଭିନ୍ନ ବ୍ୟଞ୍ଜନରେ ଏହାର ଉପଯୋଗ କରିବା ସହ ସ୍ୟାଣ୍ଡୱିଚ ଘରେ ପ୍ରସ୍ତୁତ କରି କଞ୍ଚା ପିଆଜର ଉପଯୋଗ କରନ୍ତୁ। କଞ୍ଚା ପିଆଜରେ ଥିବା ବିଭିନ୍ନ ପୋଷକତତ୍ତ୍ବ ଶରୀରର ରୋଗ ପ୍ରତିରୋଧକ ଶକ୍ତିକୁ ବଢ଼ାଇଥାଏ।
* ସେହିପରି ଦୁର୍ଗନ୍ଧ ସମସ୍ୟା ଦେଖାଦେଲେ ମଧ୍ୟ କଞ୍ଚା ପିଆଜର ବ୍ୟବହାର କରିପାରିବେ। ଏହାକୁ ଖାଇଲେ ଦୁର୍ଗନ୍ଧ ସମସ୍ୟା ଦୂର ହୋଇଥାଏ ବୋଲି ବିଭିନ୍ନ ଅନୁସନ୍ଧାନରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଣିଜତୈଳ

ଶକ୍ତି କହିଲେ ବସ୍ତୁର କାର୍ଯ୍ୟ କରିବାର ସାମର୍ଥ୍ୟକୁ ବୁଝାଯାଏ। ତେଣୁ ଆମ ପାଖରେ କିମ୍ବା ଯନ୍ତ୍ର ପାଖରେ ଶକ୍ତି ଥିଲେ କାମ କରିବା ସମ୍ଭବ ହେବ।...

ବାସି ରୁଟି ଓ ସ୍ବାସ୍ଥ୍ୟ

ସକାଳ ଜଳଖିଆକୁ ‘ଦିନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଭୋଜନ’ ବୋଲି କୁହାଯାଏ। ଏହାର କାରଣ ହେଲା ଯେ, ରାତିରେ ଦୀର୍ଘ ସମୟ ଧରି ଆମେ କିଛି ଖାଇ...

ଏସବୁ କାମ ମା’ ଲକ୍ଷ୍ମୀଙ୍କୁ ନାପସନ୍ଦ, କରିବା ପୂର୍ବରୁ…

ଭଲ ହେଉ କି ମନ୍ଦ, ପ୍ରତ୍ୟେକ କାମର କିଛି ନା କିଛି ପରିଣାମ ରହିଥାଏ। କିଛି କାମ ଘର ପାଇଁ ଉନ୍ନତିର ପଥ ଖୋଲିଥାଏ ତ...

ଅତ୍ୟଧିକ ଚା ପିଉଛନ୍ତି କି ? ହୋଇପାରେ ଏହି ସମସ୍ୟା

ପୃଥିବୀରେ ଅନେକ ଲୋକେ ଚା ପିଇବାକୁ ଭଲ ପାଆନ୍ତି। ଚା ପିଇଲେ କିଛି ସୁଫଳ ମିଳିଲେ ଅନେକ କୁଫଳ ମଧ୍ୟ ମିଳିଥାଏ। ଯାହା ଲୋକମାନଙ୍କର ସ୍ୱାସ୍ଥ୍ୟକୁ...

ଜାଣନ୍ତୁ କିପରି କରିବେ ଟେନ୍‌ସନ୍‌ ଫ୍ରି ଟ୍ରାଭେଲ୍‌

ଦିନ ଥିଲା, କୌଣସି ଅଜଣା ସ୍ଥାନକୁ ଯିବା ଲାଗି ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଥିଲା। କେବେ ପଚାରି ପଚାରି ଯିବାରେ ଅଯଥା ସମୟ ସାଙ୍ଗକୁ...

ଅସମୟରେ ଆପଣଙ୍କ ଚୁଟି ପାଚୁଛି କି? ମୁକ୍ତି ପାଇବାକୁ କିଛିଟା ଟିପ୍ସ

ଖରାପ ଲାଇଫ୍‌ଷ୍ଟାଇଲ୍‌ ହେଉ ଅଥବା ଖାଦ୍ୟପେୟରେ ସନ୍ତୁଳନ ନ ରହିବା ଯୋଗୁ କେବଳ ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଯାଏ ତାହା ନୁହେଁ, ଏହାର ଅନେକ କୁପ୍ରଭାବ ଆମର...

ଏହି ୭ ଜିନିଷରେ ଗୋଡ ବଜାନ୍ତୁ ନାହିଁ କି ମାରନ୍ତୁନି ଗୋଇଠା, ନଚେତ ହୋଇଯିବେ ବରବାଦ…

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡିତ ବିଭିନ୍ନ ସମସ୍ୟା ଓ ତାର ସମାଧାନ ବିଷୟରେ ଉଲ୍ଲେଖ କରିଛନ୍ତି। ସେ ଅର୍ଥ, ପଦୋନ୍ନତି,...

ପ୍ରେମିକା ରାଗିଥିବା ବେଳେ ଭୁଲରେ ବି କୁହନ୍ତୁ ନାହିଁ ଏହି ୫ କଥା, ହୋଇଯିବ ବ୍ରେକଅପ!

ଯେଉଁ ସମ୍ପର୍କରେ ଝଗଡ଼ା, ବାଦ ବିବାଦ ନ ଥାଏ, ତାହା ହୃଦୟରୁ ନୁହେଁ କେବଳ ମନରୁ ବୋଲି କହିପାରିବା। ହେଲେ ଅନେକ ସମୟରେ ପ୍ରେମିକଙ୍କ କିଛି...

Advertisement
Business Eminence Awards 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri