ଅନୁଗୋଳ, ୩।୯(ଅମିତ କୁମାର ସାମଲ)କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରଣାଳୟ ପକ୍ଷରୁ କରାଯାଇଥିବା ସ୍ବଚ୍ଛ ବାୟୁ ସର୍ବେକ୍ଷଣରେ ଅନୁଗୋଳ ପୌରପାଳିକା ଦେଶରେ ତୃତୀୟ ସ୍ଥାନ ଅଧିକାର କରିଛି। ଆସନ୍ତା ୭ ତାରିଖରେ ମଧ୍ୟପ୍ରଦେଶସ୍ଥିତ ଭୋପାଳର କୁଶବାହୁ ଠାକ୍ରେ ହଲ୍ରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ସହ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଅନୁଗୋଳ ପୌରପାଳିକାକୁ ଏହି ପୁରସ୍କାର ପ୍ରଦାନ କରିବେ। ତେବେ ଦେଶରେ ୧୩୧ଟି ସହର ଓ ରାଜ୍ୟର ୭ଟି ସହରକୁ ପଛରେ ପକାଇ ଅନୁଗୋଳ ପୌରପାଳିକା ଦେଶରେ ତୃତୀୟ ସ୍ଥାନ ଅଧିକାର କରିଥିବା ଜଣାପଡ଼ିଛି।
ପ୍ରକାଶ ଯେ, ୨୦୨୩-୨୪ ଆର୍ଥିକ ବର୍ଷରେ ସ୍ବଚ୍ଛ ବାୟୁ ସର୍ବେକ୍ଷଣ ପାଇଁ ଗତ ଏକ ବର୍ଷ ଧରି ରାଜ୍ୟର କଟକ, ଭୁବନେଶର, ବାଲେଶ୍ୱର, ରାଉରକେଲା, କଳିଙ୍ଗନଗର, ତାଳଚେର ଓ ଅନୁଗୋଳରେ କେନ୍ଦ୍ର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଅନୁଧ୍ୟାନ ଚାଲିଥିଲା। ଏହି ପୌରପାଳିକାରେ ପାଖାପାଖି ୨୦ଟି ପର୍ଯ୍ୟାୟରେ ଅନୁଧ୍ୟାନ କରାଯାଇଥିଲା। ତେବେ ଅନୁଗୋଳ ପୌରପାଳିକାର ତତ୍କାଳୀନ ନିର୍ବାହୀ ଅଧିକାରୀ ଗିରିଜା ଶଙ୍କର ମଲ୍ଲିକଙ୍କ ସମୟରେ ଏଫ୍ଏସ୍ଟିଭି ପ୍ଲାଣ୍ଟରେ ପାଣିକୁ ପୂର୍ବ ବ୍ୟବହାର କରାଯିବା ସହ ମେଶିନରେ ପୌରପାଳିକା ସଫେଇ, ୱିଙ୍କଲର ସାହାଯ୍ୟରେ ରାସ୍ତାରେ ପାଣି ସିଞ୍ଚନ ଆଦି କାର୍ଯ୍ୟରେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ସନ୍ତୁଷ୍ଟ ହୋଇଥିଲା। ଏଭଳି କି ସହରରେ ଥିବା ବିଭିନ୍ନ କ୍ଷେତ୍ରରେ ଅନୁଧ୍ୟାନ ପରେ ଅନୁଗୋଳ ସହରର ବାୟୁରେ ପ୍ରଦୂଷଣମାତ୍ରା କମ୍ ଥିବା ଜାଣିବାକୁ ପାଇଥିଲା। ତେଣୁ ଦେଶରେ ଅନୁଗୋଳ ସହର ତୃତୀୟ ସ୍ଥାନ ଅଧିକାର କରିଥିବା କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନୁଗୋଳ ପୌରପାଳିକାକୁ ଚିଠି କରାଯାଇ ଅବଗତ କରାଯାଇଥିଲା। ଏଭଳି କି ଅନୁଗୋଳ ସହର ୨୦୦ ନମ୍ବରରୁ ୧୮୭.୫ ନମ୍ବର ରଖିଥିବା ଜଣାପଡ଼ିଛି।
Posted inHome, Home Left, ଅନୁଗୋଳ, ଆମ ଜିଲା ଖବର View All
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

