କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ ସୁରେନ୍ଦ୍ର ସିଂ ଭୋଇ ବିଧାନସଭା ନିର୍ବାଚନ ପୂର୍ବରୁ ବିଜୁ ଜନତା ଦଳ (ବିଜେଡି)...

ମୁଖତାର ଅନସାରି ଗୁରୁତର, ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୨୮।୩: ବାହୁବଳୀ ନେତା ମୁଖତାର ଅନସାରି ଗୁରୁତର ହୋଇପଡିଛନ୍ତି। ବାନ୍ଦା ଜେଲରେ ଥିବା ବେଳେ ତାଙ୍କର ସ୍ବାସ୍ଥ୍ୟ ବିଗିଡି ଯାଇଛି। ଏହା ପରେ ତାଙ୍କୁ ବାନ୍ଦା ମେଡିକାଲ କଲେଜକୁ ନିଆଯାଇଛି। କଡା ସୁରକ୍ଷା ବ୍ୟବସ୍ଥା ମଧ୍‌ୟରେ ତାଙ୍କୁ ଜେଲରୁ ହସ୍ପିଟାଲ...

କେଜ୍‌ରିଓ୍ବାଲଙ୍କ ଗିରଫଦାରୀକୁ ନେଇ ଆମେରିକା ଦେଇଥିବା ମନ୍ତବ୍ୟ ଉପରେ କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୨୮।୩ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଗିରଫଦାରୀ ଏବଂ କଂଗ୍ରେସର ବ୍ୟାଙ୍କ ଆକାଉଣ୍ଟକୁ ଅଚଳ କରାଯିବା ଘଟଣା ଉପରେ ଆମେରିକାର ମନ୍ତବ୍ୟ ଅବାଞ୍ଛିତ ବୋଲି ଭାରତର ବହିର୍ବ୍ୟାପାର ମନ୍ତ୍ରଣାଳୟ ଗୁରୁବାର କହିଛି। ଆମେରିକା ପରରାଷ୍ଟ୍ର ବିଭାଗର ମନ୍ତବ୍ୟ ଉପରେ...

କେଶବ ମହାରାଜଙ୍କୁ ଦଳରେ ସାମିଲ କଲା ରାଜସ୍ଥାନ ରୟାଲ୍ସ, କେକେଆର ଆଣିଲା ୧୬ ବର୍ଷ ବୟସ୍କ ଆଫଗାନିସ୍ତାନ ସ୍ପିନର

ନୂଆଦିଲ୍ଲୀ ,୨୮।୩: ଆହତ ପ୍ରସିଦ୍ଧ କ୍ରିଷ୍ଣାଙ୍କ ସ୍ଥାନରେ ବଦଳ ଖେଳାଳି ଭାବେ ରାଜସ୍ଥାନ ରୟାଲ୍ସ ଦକ୍ଷିଣ ଆଫ୍ରିକାର ସ୍ପିନର କେଶବ ମହାରାଜଙ୍କୁ ଦଳରେ ସାମିଲ କରିଛି। ସେହିଭଳି କେକେଆର୍ ଆଫଗାନିସ୍ତାନର ୧୬ ବର୍ଷ ବୟସ୍କ ଅଫ୍ ସ୍ପିନର ଆଲ୍ଲହା ଗଜାନଫରଙ୍କୁ...

ଭାଜପା ସହ ହେଲା ନାହିଁ ମେଣ୍ଟ ତ ନବୀନ ଖେଳିଲେ ନୂଆ ଗେମ! ପୁରୁଷଙ୍କ ଟିକେଟ କାଟି ପତ୍ନୀମାନଙ୍କୁ କଲେ ପ୍ରାର୍ଥୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮।୩: ଓଡ଼ିଶାରେ ଶାସକ ବିଜୁ ଜନତା ଦଳ (ବିଜେଡି) ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪ ମହିଳାଙ୍କୁ ସେମାନଙ୍କ ସ୍ବାମୀଙ୍କ ସ୍ଥାନରେ ପ୍ରାର୍ଥୀ କରିଛି। ଏହି ୪ ମହିଳାଙ୍କର ସ୍ବାମୀମାନେ ୨୦୧୯ ନିର୍ବାଚନରେ ଜିତିଥିଲେ କିମ୍ବା ଦ୍ୱିତୀୟ ସ୍ଥାନରେ ଥିଲେ।...

ଇତିହାସ ରଚିଲେ ରିଷଭ ପନ୍ତ, ଏଭଳି କରିବାରେ ହେଲେ ୭ମ ଖେଳାଳି

ଜୟପୁର,୨୮।୩: ୨୦୨୪ ଆଇପିଏଲର ୧୭ ତମ ସିଜନରେ ପ୍ରାୟ ପ୍ରତ୍ୟେକ ମ୍ୟାଚରେ ନୂଆ ରେକର୍ଡ ସୃଷ୍ଟି ହେଉଛି । ଜୟପୁରର ସୱାଇ ମାନ ସିଂ ଷ୍ଟାଡିୟମରେ ରାଜସ୍ଥାନ ରୟାଲ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଆଇପିଏଲ ୨୦୨୪ର ୯ମ ମ୍ୟାଚ...

ସୁଧାଂଶୁଙ୍କୁ ଗୁରୁଦାୟିତ୍ୱ ଦେଲା କଂଗ୍ରେସ

ରୂପସା,୨୮।୩(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା କଂଗ୍ରେସ କମିଟି ସାଧାରଣ ସମ୍ପାଦକ ଓ ମୁଖ୍ୟ ମୁଖପାତ୍ର ସୁଧାଂଶୁ ଶେଖର ଜେନାଙ୍କୁ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭଦ୍ରକ ଲୋକସଭା ନିର୍ବାଚନ ମଣ୍ଡଳୀ ପାଇଁ କଂଗ୍ରେସ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି। ଦଳର...

ରାଜ୍ୟର ୬ଟି ଲୋକ ସଭା ଆସନରେ କାହାକୁ ଟିକେଟ ଦେବ ବିଜେଡି, ଚର୍ଚ୍ଚାରେ ଏହି ନାଁ

ଭୁବନେଶ୍ୱର,୨୮।୩: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଓଡ଼ିଶାର ୨୧ଟି ଲୋକ ସଭା ନିର୍ବାଚନ ମଣ୍ଡଳୀ ଭିତରୁ ୧୮ଟି ସ୍ଥାନରେ ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବିଜେଡି ୧୫ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ହେଲେ କଂଗ୍ରେସ ପକ୍ଷରୁ...

ଗୋପାଳପୁର ଚିନ୍ତାରେ ବିଜେଡି: ପ୍ରଦୀପଙ୍କ ପଛେ ପଛେ ଭାଜପାରେ ସାମିଲ ହେଉଛନ୍ତି କର୍ମୀ

ଗୋପାଳପୁର,୨୮।୩(ନବୀନ ରାଜ ଆଚାରୀ): ସାଧାରଣ ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ରାଜନୀତି ତାତି ସେତେ ବଢୁଛି। ଗୁରୁବାର ଗୋପାଳପୁର ନିର୍ବାଚନ ମଣ୍ଡଳୀ ଗୋଳନ୍ଥରା ସ୍ଥିତ ବନ୍ଦେ ମାତରଂ କାର୍ଯ୍ୟାଳୟରେ ଭାଜପା ବ୍ରହ୍ମପୁର ଲୋକସଭା ପାର୍ଥୀ ଡ଼ ପ୍ରଦୀପ କୁମାର...

ଓଡ଼ିଶା ପାଇଁ ଏପ୍ରିଲ ପ୍ରଥମ ସପ୍ତାହରେ ପ୍ରାର୍ଥୀ ଘୋଷଣା କରିବ କଂଗ୍ରେସ

ଭୁବନେଶ୍ୱର,୨୮।୩: ଓଡ଼ିଶା ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା) ୧୮ ଟି ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବିଜୁ ଜନତା ଦଳ(ବିଜେଡି) ୧୫ ଟି ଲୋକସଭା ଏବଂ ୭୨ ଟି ବିଧାନସଭା ପ୍ରାର୍ଥୀଙ୍କ ନାମ ଘୋଷଣା...

୧୪ ବର୍ଷର ବନବାସ ଶେଷ କରି କାହିଁକି ରାଜନୀତିକୁ ଫେରିଲେ ଛୋଟେ ମିଆଁ

ମୁମ୍ବାଇ,୨୮।୩: ବଲିଉଡ଼ ଅଭିନେତା ତଥା ପୂର୍ବତନ ଏମପି ଗୋବିନ୍ଦା ଗୁରୁବାର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନାରେ ଯୋଗ ଦେଇଛନ୍ତି। ମୁମ୍ବାଇ ଉତ୍ତର ପଶ୍ଚିମରେ ଶିବସେନାର ଉଦ୍ଧବ ବାଲାସାହେବ ଠାକରେଙ୍କ ପ୍ରାର୍ଥୀ ଅମୋଲ କୀର୍ତ୍ତିକରଙ୍କ ବିରୋଧରେ ତାଙ୍କୁ ପ୍ରାର୍ଥୀ କରାଯାଇପାରେ...

୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସିଟିଓ-ଜିଏସଟି ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର,୨୮।୩: ପୁରୀରେ ଲାଞ୍ଚ ନେଉଥିଲା ବେଳେ ବାଣିଜ୍ୟିକ ଟିକସ ଅଧିକାରୀ (ସିଟିଓ) ଏବଂ ଦ୍ରବ୍ୟ ଏବଂ ସେବା କର (ଜିଏସଟି) ଅଧିକାରୀଙ୍କୁ ଗିରଫ କରିଛି ଓଡ଼ିଶା ଭିଜିଲାନ୍ସ। ଅଭିଯୁକ୍ତ ଜଣକ ପୁରୀର ଏନଫୋର୍ସମେଣ୍ଟ ୟୁନିଟର ସିଟିଓ ଏବଂ ଜିଏସଟି ଅଧିକାରୀ...

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜି ମଙ୍ଗଳ ସହ ଶନିଙ୍କ ସଂଯୋଗ ହେତୁ ସ୍ବାସ୍ଥ୍ୟ ଭଲ ରହି ନ ପାରେ। ବ୍ୟବସାୟ,ବାଣିଜ୍ୟ, ପରିବହନ, ଆନୁଷ୍ଠାନିକ କାମ ସାଧନ ପାଇଁ କୌଣସି ଅସୁବିଧା ହେବନାହିଁ। ପଡ଼ୋଶୀ କିମ୍ବା ସହକର୍ମୀଙ୍କୁ ସତର୍କତାର ସହ କିଛି କହିବା କିମ୍ବା...

ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଖରାପ ଖବର, ଏହି ଗୁରୁତ୍ୱପୂର୍ଣ୍ଣ ଖେଳାଳିଙ୍କ ଫେରିବା କଷ୍ଟକର

ନୂଆଦିଲ୍ଲୀ,୨୮।୩: ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ପରାଜୟ ପରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଆଉ ଏକ ଖରାପ ଖବର ଆସିଛି। ଦଳର ଷ୍ଟାର ବ୍ୟାଟର ସୂର୍ଯ୍ୟକୁମାର ଯାଦବ ଏ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଫିଟ ନୁହଁନ୍ତି। ଏଭଳି ପରିସ୍ଥିତିରେ ସେ ଆଉ କିଛିି...

କଟକରେ ହେବ ବଡ଼ ଲଢେଇ, ମୁହାଁମୁହିଁ ହୋଇପାରନ୍ତି ଭର୍ତ୍ତୃହରି-ସଂତୃପ୍ତ

ଭୁବନେଶ୍ୱର,୨୮।୩: ଆସନ୍ତା ସାଧାରଣ ନିର୍ବାଚନରେ ଭାଜପାର ଭର୍ତ୍ତୃହରି ମହତାବ ଏବଂ ବିଜେଡିର ସଂତୃପ୍ତ ମିଶ୍ରଙ୍କ ମଧ୍ୟରେ କଟକ ଲୋକ ସଭା ଆସନରୁ ଦେଖିବାକୁ ମିଳିପାରେ ବଡ଼ ଲଢେଇ। ବିଜେଡିରୁ ଇସ୍ତଫା ଦେବା ପରେ ଭର୍ତ୍ତୃହରି ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି।...

ଇଡି ମୋ ସ୍ବାମୀଙ୍କୁ ହଇରାଣ କରୁଛନ୍ତି, ସେ ବହୁତ ଅସୁସ୍ଥ ଅଛନ୍ତି:ସୁନୀତା

ନୂଆଦିଲ୍ଲୀ,୨୮।୩: ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଗୁରୁବାର କୋର୍ଟରୁ ଆଶ୍ୱସ୍ତି ପାଇନାହାଁନ୍ତି ଏବଂ ତାଙ୍କୁ ଏପ୍ରିଲ ୧ ପର୍ଯ୍ୟନ୍ତ ଇଡି ରିମାଣ୍ଡରେ ପଠାଯାଇଛି। କୋର୍ଟଙ୍କ ନିଷ୍ପତ୍ତି ପରେ ତାଙ୍କ ପତ୍ନୀ ସୁନୀତା କେଜରିୱାଲ ଗଣମାଧ୍ୟମକୁ କହିଛନ୍ତି...

ସିଦ୍ଧାର୍ଥଙ୍କୁ ବିବାହ ଲାଗି ହଁ କହିଲେ ଅଦିତି, ସରିଲା ନିର୍ବନ୍ଧ

ବମ୍ବେ: ବିବାହ ହୋଇନି, ସରିଛି ନିର୍ବନ୍ଧ। ଲୁଚାଛପାରେ ବଲିଉଡ୍‌ ଅଭିନେତ୍ରୀ ଅଦିତି ରାଓ ହୈଦରୀ ଏବଂ ସିଦ୍ଧାର୍ଥ କର୍ନାଟକର ଏକ ମନ୍ଦିରରେ ବିବାହ କରିନେଇଛନ୍ତି ବୋଲି ଚର୍ଚ୍ଚା ହୋଇଥିଲା। ହେଲେ ଏହି ଯୋଡ଼ି ସୋସିଆଲ ମିଡିଆରେ ଫଟୋ ଶେୟାର କରି...

ଅନ୍ୟକୁ ଡରାଇବା ଧମକାଇବା କଂଗ୍ରେସର ସଂସ୍କୃତି…ଓକିଲଙ୍କ ଚିଠିକୁ ନେଇ ଏମିତି କହିଲେ ମୋଦି

ନୂଆଦିଲ୍ଲୀ,୨୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଅନ୍ୟମାନଙ୍କୁ ଭୟଭୀତ କରିବା ହେଉଛି କଂଗ୍ରେସର ପୁରୁଣା ସଂସ୍କୃତି। ମାତ୍ର ୫ଦଶନ୍ଧି ପୂର୍ବରୁ ସେ ଏକ ‘ପ୍ରତିବଦ୍ଧ ନ୍ୟାୟପାଳିକା’ର ଆହ୍ବାନ କରିଥିଲେ – ସେମାନେ ଲଜ୍ଜାଜନକ ଭାବରେ ନିଜର ସ୍ବାର୍ଥ ପାଇଁ...

ଭାଜପାରେ ମିଶିଲେ ଭାରତର ସବୁଠାରୁ ଧନୀ ମହିଳା ସାବିତ୍ରୀ ଜିନ୍ଦଲ

ନୂଆଦିଲ୍ଲୀ,୨୮।୩: ଆଗାମୀ ସାଧାରଣ ନିର୍ବାଚନ ପୂର୍ବରୁ ଭାରତର ସବୁଠାରୁ ଧନୀ ମହିଳା ତଥା ହରିୟାଣାର ପୂର୍ବ ମନ୍ତ୍ରୀ ସାବିତ୍ରୀ ଜିନ୍ଦଲ(୮୪) ଭାଜପାରେ ସାମିଲ ହୋଇଛନ୍ତି। କିଛି ଦିନ ପୂର୍ବେ ତାଙ୍କ ବ୍ୟବସାୟୀ ପୁଅ ନବୀନ ଜିନ୍ଦଲ ଭାଜପାରେ ସାମିଲ ହୋଇଥିଲେ।...

ପୋଲିସ ନମ୍ବରରୁ ହ୍ବାଟ୍ସଆପ୍‌କୁ ଆସିବ କଲ୍‌, ମିଳିବ ଧମକ, ଭୟଭୀତ ହେଲେ ଆକାଉଣ୍ଟ ହୋଇଯିବ ଖାଲି…

ଦୁଇମାସ ତଳେ କେରଳର ଜଣେ ବାସିନ୍ଦା ପୋଲିସ ଅଧିକାରୀଙ୍କ ଡିପି ଥାଇ ଏକ ନମ୍ବରରୁ ହ୍ବାଟ୍ସଆପ୍‌କୁ କଲ୍‌ ଆସିଥିଲା। ସେ ଏହାକୁ ଉଠାଇବା ମାତ୍ରେ ଏକ ସ୍ବର ଶୁଭିଲା, ‘ଶୁଣ, ଦିଲ୍ଲୀରୁ ଡିସିପି ଡାକୁଛନ୍ତି, ତୁମ ଝିଅ ଡ୍ରଗ୍ସ କାରବାରରେ...

ଅଗ୍ନିବୀର ଯୋଜନାକୁ ନେଇ ସରକାର ନେବେ ବଡ ନିଷ୍ପତ୍ତି? ରାଜନାଥ ଦେଲେ ସୂଚନା

ନୂଆଦିଲ୍ଲୀ,୨୮।୩: ଅଗ୍ନିବୀର ଯୋଜନା ସମ୍ପର୍କରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ଆବଶ୍ୟକତା ପଡେ ତେବେ ସରକାର ଏହି ଯୋଜନାରେ ପରିବର୍ତ୍ତନ ଆଣିବାକୁ ପ୍ରସ୍ତୁତ ଅଛନ୍ତି। ଏକ ଘରୋଇ ଟେଲିଭିଜନି...