ସମ୍ବଲପୁର: ୪୧ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଲେ ୧୦ ହଜାର ୭୨୨ ଛାତ୍ରୀଛାତ୍ର

ସମ୍ବଲପୁର,୧୮ା୨(ପ୍ରମୋଦ ବହିଦାର): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ବାର୍ଷିକ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ପୂର୍ବାହ୍ନ ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଚାଲିବ। ପୂର୍ବାହ୍ନ ସାଢ଼େ ୯ଟାରେ ପରୀକ୍ଷାର୍ଥୀ ପରୀକ୍ଷା କେନ୍ଦ୍ରରେ ପ୍ରବେଶ କରିଥିଲେ।

ପୂର୍ବାହ୍ନ ୯ଟା ୪୫ରେ ପଶ୍ନପତ୍ର ଓ ୯ଟା ୫୫ରେ ଖାତା ବଣ୍ଟନ କରାଯାଇଥିଲା। ସମ୍ବଲପୁର ଜିଲାର ୪୧ ପରୀକ୍ଷା କେନ୍ଦ୍ରରେ ମୋଟ ୫୪ ଶିକ୍ଷାନୁଷ୍ଠାନର ୧୦ ହଜାର ୭୨୨ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ଜଣାପଡିଛି।

ସମ୍ବଲପୁର ଜିଲାରେ ପରୀକ୍ଷାକୁ ସ୍ବଚ୍ଛ, ସୁରକ୍ଷିତ ତଥା ସୁରୁଖୁରୁରେ ପରିଚାଳନା ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ସମ୍ବଲପୁର ଜିଏମ୍‌ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ସରକାରୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଚିଣ୍ଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ରେଢ଼ାଖୋଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବାମରା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ଲଇଡ଼ା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଆଦି ୬ଟି ପରୀକ୍ଷା ପରିଚାଳନା ହବ୍‌ ସେଣ୍ଟର ଖୋଲାଯାଇଛି।

ପ୍ରତ୍ୟେକ ହବ୍‌ ସେଣ୍ଟରରେ ଜଣେ ଲେଖାଏ ସରକାରୀ ଅଧିକାରୀ ଅବଜରଭର ଦାୟିତ୍ୱରେ ରହିଛନ୍ତି। ହବ୍‌ ସେଣ୍ଟର୍‌ରେ ବର୍ତ୍ତମାନ ପଶ୍ନପତ୍ର ଗୁଡ଼ିକୁ ପୋଲିସର କଡ଼ା ସୁରକ୍ଷା ମଧ୍ୟରେ ଗଛିତ ରଖାଯାଇଛି। ପ୍ରତ୍ୟେକ ପରୀକ୍ଷା କେନ୍ଦ୍ରରେ ସିସି ଟିଭିକୁ ବାଧ୍ୟତାମୂଳକ କରାଯାଇଛି। ସମସ୍ତ ପରୀକ୍ଷାକେନ୍ଦ୍ରରେ ପୋଲିସ ସୁରକ୍ଷା ବ୍ୟବସ୍ଥା କରାଯାଇଛି।

ପ୍ରତି ପରୀକ୍ଷା କେନ୍ଦ୍ରରେ ଜଣେ ଲେଖାଏଁ ସେଣ୍ଟର ସୁପରଭାଇଜଙ୍କୁ ନିୟୋଜିତ କରାଯାଇଛି। ପ୍ରତ୍ୟେକ ୨୦ ପରୀକ୍ଷାର୍ଥୀଙ୍କ ଉପରେ ଜଣେ ଲେଖାଏ ପରୀକ୍ଷା ପରିଚାଳକ ନଜର ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦ରୁ ୨୨ ବନ୍ଦ ରହିବ ଏହି ଜିଲାର ସମସ୍ତ ସରକାରୀ-ବେସରକାରୀ ସ୍କୁଲ, ଜିଲାପାଳ କହିଲେ ଆଗକୁ ଆହୁରି…

ସମ୍ବଲପୁର,୧୮ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଜାରି ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କ ସୁରକ୍ଷା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ…

ପୁଣି ହର୍ମୁଜ ପ୍ରଣାଳୀ ବନ୍ଦ କଲା ଇରାନ, ଆମରିକା ଉପରେ ଲଗାଇଲା ସାଂଘାତିକ ଅଭିଯୋଗ

ତେହରାନ,୧୮।୪: ଇରାନ ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବାର ନିଷ୍ପତ୍ତିକୁ ତୁରନ୍ତ ପ୍ରତ୍ୟାହାର କରିଛି। ଏହି ପଦକ୍ଷେପ ଦ୍ୱାରା ଏହାର ଅବରୋଧ ହଟିବ ନାହିଁ ବୋଲି ଆମେରିକା କହିବା…

ମହିଳା ସଂରକ୍ଷଣ ବିଲ୍‌ ପାସ୍‌ ନ ହେବା ପରେ କାହିଁକି ଦେଶକୁ ସମ୍ବୋଧିତ କରିବେ ମୋଦି? ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୮।୪: ଦେଶରେ ମହିଳା ସଂରକ୍ଷଣ ବିଲକୁ ନେଇ ତୀବ୍ର ରାଜନୈତିକ ଉତ୍ତେଜନା ମଧ୍ୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାତି ୮ଟା ୩୦ରେ ଦେଶକୁ ସମ୍ବୋଧିତ କରିବାକୁ…

ହଟିବେ ହେଡ କୋଚ?କେଭିନ ପିଟରସନଙ୍କ ବଡ଼ ଦାବି, ମ୍ୟାକକୁଲମ ହେବେ KKRର ପ୍ରଶିକ୍ଷକ

ନୂଆଦିଲ୍ଲୀ,୧୮।୪: କୋଲକାତା ନାଇଟ ରାଇଡର୍ସ (କେକେଆର) ୨୦୨୬ ଆଇପିଏଲ ସିଜିନରେ ଏପର୍ଯ୍ୟନ୍ତ ସବୁଠାରୁ ବଡ ସଙ୍କଟର ସମ୍ମୁଖୀନ ହେଉଛି। ୧୭ ଏପ୍ରିଲ ଶୁକ୍ରବାର, ଦଳ ଗୁଜୁରାଟ ଟାଇଟାନ୍ସ…

ହଠାତ୍‌ ନୀତିଶଙ୍କ ପୁଅଙ୍କୁ ମିଳିଲା ଉପମୁଖ୍ୟମନ୍ତ୍ରୀଙ୍କ ଭଳି ‘Z’ ସୁରକ୍ଷା, ବିହାର ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୧୮।୪: ବିହାରରେ ସୁରକ୍ଷା ବ୍ୟବସ୍ଥାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରାଯାଇଛି। ପୂର୍ୱତନ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ପୁଅ ନିଶାନ୍ତ ଏବଂ ପୂର୍ୱତନ ମନ୍ତ୍ରୀ ଶ୍ରବଣ କୁମାରଙ୍କ ସୁରକ୍ଷାକୁ ଆହୁରି…

ବିଶ୍ୱକପ ବିଜୟୀ ଅଧିନାୟକଙ୍କୁ ମିଳିଲା ପାକିସ୍ତାନ ଦାୟିତ୍ୱ; ବାଂଲାଦେଶ ଗସ୍ତ ପାଇଁ ଦଳ ଘୋଷଣା

ଇସଲାମାବାଦ,୧୮।୪: ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମେ ମାସରେ ହେବାକୁ ଥିବା ବାଂଲାଦେଶ ଗସ୍ତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ବୋର୍ଡ ଟେଷ୍ଟ ଦଳର ନୂତନ…

ବଦଳିଲା ରାଜ୍ୟ ଯୋଜନା ବୋର୍ଡ, ଏହି ନୂଆ ନାମରେ ହେଲା ନାମିତ

ଭୁବନେଶ୍ୱର,୧୮ା୪: ରାଜ୍ୟ ଯୋଜନା ବୋର୍ଡର ନାମ ପରିବର୍ତ୍ତନ କରିଛନ୍ତି ମୋହନ ସରକାର। ନୀତି ଓ ବିକାଶର ଥିଙ୍କ୍‌ ଟ୍ୟାଙ୍କ ପାଲଟିଥିବା ଯୋଜନା ବୋର୍ଡ ଏବେ ଇତିହାସ ପାଲଟିଛି।…

ରାଜସାକ୍ଷୀ ହେବେ ଜାକ୍‌ଲିନ୍‌: ମନିଲଣ୍ଡରିଂ ମାମଲାରେ ନୂଆମୋଡ଼

ନୂଆଦିଲ୍ଲୀ,୧୮ା୪:ଠକ ସୁକେଶ ଚନ୍ଦ୍ରଶେଖରଙ୍କ ବିରୋଧରେ ମନିଲଣ୍ଡରିଂ ମାମଲା ଏକ ନୂଆ ମୋଡ଼ ନେଇଛି। ଅଭିନେତ୍ରୀ ଜାକ୍‌ଲିନ୍‌ ଫର୍ନାଣ୍ଡିଜ୍‌ ମାମଲାରେ ରାଜସାକ୍ଷୀ ହେବା ଲାଗି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri