‘ପାରିଶ୍ରମିକ ପଛରେ ନ ପଡ଼ି ପିଲାଙ୍କ ଭବିଷ୍ୟତ ପ୍ରତି ଗୁରୁତ୍ୱ ଦେବାକୁ ଆହ୍ବାନ’

ପୁରୁଷୋତ୍ତମପୁର,୭ା୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଡି ହାଇସ୍କୁଲର ୧୯୮୪ ମାଟ୍ରିକ୍‌ ବ୍ୟାଚ୍‌ ଛାତ୍ରଙ୍କ ପକ୍ଷରୁ ଶିକ୍ଷା-ଶିକ୍ଷକ ସମ୍ପର୍କ କାର୍ଯ୍ୟକ୍ରମ ଓ ଗୁରୁ ସମ୍ବର୍ଦ୍ଧନା ଉସବ ରବିବାର କଲ୍ୟାଣମଣ୍ଡପ ପରିସରରେ ପ୍ରାକ୍ତନ ଛାତ୍ର ଡାକ୍ତର ମାନସ ରଞ୍ଜନ ବେହେରାଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଅବସରପ୍ରାପ୍ତ ବର୍ଷିଆନ ଶିକ୍ଷକ ଏ.ରାଜୁଗୋପାଳ ରାଓ, ସୂର୍ଯ୍ୟ ନାରାୟଣ ରଥ, ହୟଗ୍ରିବ ତ୍ରିପାଠୀ ଓ ଶରତ ଚନ୍ଦ୍ର ଦାଶ ଯୋଗଦେଇ ଗୁରୁ ବିନା କୌଣସି କାର୍ଯ୍ୟ ଅସମ୍ଭବ ବୋଲି କହି କେବଳ ପାଠପଢାରେ ନୁହେଁ ଯିଏ ଯାହାଠାରୁ ଯେଉଁ ଶିକ୍ଷା ହାସଲ କରିଥାଏ ସିଏ ତାଙ୍କର ଗୁରୁ। ମା’ ବାପା ହିଁ ଆମର ପ୍ରଥମ ଗୁରୁ ଅଟନ୍ତି। ସେମାନଙ୍କୁ ସର୍ବଦା ଭକ୍ତି କରିବାକୁ ପରାମର୍ଶ ଦେଇଥିଲେ। ଏହାସହ ଶିକ୍ଷକମାନେ ପାରିଶ୍ରମିକ ପଛରେ ନ ପଡି ପିଲାଙ୍କୁ ସ୍ନେହ ଦେଇ ତାଙ୍କର ଭବିଷ୍ୟତ ପ୍ରତି ଗୁରୁତ୍ୱ ଦେବାକୁ ଆଜିର ଶିକ୍ଷକ ସମାଜକୁ ଆହ୍ବାନ ଦେଇଥିଲେ। ଦୀର୍ଘ ୪୧ ବର୍ଷ ପରେ ନିଜର ଛାତ୍ରମାନଙ୍କୁ ପାଖରେ ପାଇ ଶିକ୍ଷକମାନେ ଆତ୍ମବିଭୋର ହୋଇପଡ଼ି ସେମାନଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ। ଏହି ଅବସରରେ ଛାତ୍ରମାନେ ମଧ୍ୟ ନିଜର ଗୁରୁଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଏହାକୁ ପ୍ରାକ୍ତନ ଛାତ୍ର ଅନୁପ କୁମାର ପାଢ଼ୀ, କିଶୋର ସାହୁ, ରଜନୀକାନ୍ତ ଦାଶ, ପ୍ରହଲ୍ଲାଦ ନାୟକ, ନରେନ୍ଦ୍ର ସେନାପତି, ବଳରାମ ବେହେରା ପ୍ରମୁଖ ପରିଚାଳନା କରିଥିବାବେଳେ ବହୁ ପୁରାତନ ଛାତ୍ର ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...

ଦିଗପହଣ୍ଡି କୋର୍ଟରେ ରାଷ୍ଟ୍ରୀୟ ଲୋକ ଅଦାଲତ, ୮୦ ମାମଲାର ଫୈସଲା

ଦିଗପହଣ୍ଡି,୧୩।୧୨,(ଅଶେଷ ନାଥ ମିଶ୍ର): ରାଜ୍ୟ ଆଇନ ସେବା ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ...

ତାରାତାରିଣୀ ମନ୍ଦିରର ନୂତନ ନିର୍ବାହୀ ଅଧିକାରୀ ଭାବେ ଯୋଗଦେଲେ ତହସିଲଦାର

ପୁରୁଷୋତ୍ତମପୁର,୧୩।୧୨ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରଶିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା’ ତାରାତାରିଣୀ ମନ୍ଦିରର ନୂତନ ନିର୍ବାହୀ ଅଧିକାରୀ ଭାବରେ ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରା...

ଜାତୀୟ ଲୋକ ଅଦାଲତ: ୫୮ଟି ବିଭିନ୍ନ ମାମଲାର ଫଇସଲା

ପୁରୁଷୋତ୍ତମପୁର,୧୩।୧୨(ସବିତା ମଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାରବିଭାଗିୟ ଅଦାଲତ ପରିଷରରେ ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ଜାତୀୟ ଲୋକ ଅଦାଲତ ଶନିବାର ଅନୁଷ୍ଟିତ ହୋଇଯାଇଛି...

ଜୟଶ୍ରୀ- ଶନି ମନ୍ଦିର ଛକଠାରେ ଓଭର ବ୍ରିଜ ନିର୍ମାଣଦାବି ଜୋର ଧରିଲା, ପ୍ରଶାସନ ନ ଶୁଣିଲେ…

ଗଞ୍ଜାମ,୧୩।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ୧୬ନଂ ଜାତୀୟ ରାଜପଥ ରାଜପଥ ଜୟଶ୍ରୀ ଛକ ଏବଂ ଶନି ମନ୍ଦିର ଛକଠାରେ ଓଭର ବ୍ରିଜ ନିର୍ମାଣ ଦାବି...

ସ୍କୁଲ ଯାଉଥିବାବେଳେ ଅଧାରାସ୍ତାରେ ଟଳିପଡ଼ିଲେ ଛାତ୍ର: ବାହୁନି ବାହୁନି କାନ୍ଦୁଛନ୍ତି ପରିବାର

ଦିଗପହଣ୍ଡି,୧୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ଗ୍ରାମସ୍ଥିତ ରାଧାମୋହନ ନୋଡାଲ ବିଦ୍ୟାପୀଠର ୭ମ ଶ୍ରେଣୀ ଛାତ୍ର ଆକାଶ କୁମାର ଗୌଡ଼(୧୨) ସ୍କୁଲ...

ପାଣି ଆଣିବାକୁ ଯାଇ ହାତୀ ହାବୁଡରେ ପଡ଼ିଲେ, ଦୌଡୁଥିଲେ ହେଲେ…

ଭଞ୍ଜନଗର,୧୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ତୋଲଡି ନୂଆଁସାହିରେ ଶୁକ୍ରବାର ଅପରାହ୍ନରେ ହାତୀଆକ୍ରମଣରେ ଜଣେ ମହିଳା ଚାଷୀ ମୃତ୍ୟୁବରଣ କରିଛନ୍ତି। ସେ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri