ଗମନାଗମନରେ ଉନ୍ନତି ଆଣିବା ଲକ୍ଷ୍ୟ: ବସ ମାଲିକ ସଂଘ ସହ ଆଲୋଚନା କଲେ ବିଧାୟକ

ଗଞ୍ଜାମ,୨୬।୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକରେ ଯାତ୍ରୀଙ୍କ ସୁବିଧା ଓ ଗମନାଗମନରେ ଉନ୍ନତି ଆଣିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ସଭାରେ ସରକାରୀ ଓ ବେସରକାରୀ ବସ ମାଲିକ ସଂଘର କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ। ସଭାରେ ବସ ଚଳାଚଳ ସମ୍ବନ୍ଧୀୟ ବିଭିନ୍ନ ସମସ୍ୟା ଓ ଅଭିଯୋଗ ଉପରେ ଆଲୋଚନା ହୋଇଥିଲା। ଯାତ୍ରୀଙ୍କ ସୁବିଧା ବୃଦ୍ଧି କରିବା ନେଇ ବିଧାୟକ ଶ୍ରୀ ନାୟକ ବିଭିନ୍ନ ଉପାଦେୟ ପରାମର୍ଶ ଗ୍ରହଣ କରିଥିଲେ।

ଏହି ଅବସରରେ ତହସିଲଦାର ସୁକାନ୍ତ କୁମାର ମିଶ୍ର, ବିଡ଼ିଓ ଅଚ୍ୟୁତାନନ୍ଦ ଜାନୀ, ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ବିଧାୟକଙ୍କ ପ୍ରତିନିଧି ମାନସ ନାହାକ, ପୂର୍ବତନ ବ୍ଲକ ଅଧକ୍ଷ ରଘୁନାଥ ସାହୁ ଏବଂ ବ୍ଲକ କର୍ମଚାରୀମାନେ ଉପସ୍ଥିତ ଥିଲେ। ସଭାରେ ବସ ସେବାରେ ନିୟମିତତା, ଯାତ୍ରୀଙ୍କ ସୁରକ୍ଷା ଓ ସମୟାନୁବର୍ତ୍ତିତା ଉପରେ ଗୁରୁତ୍ୱ ଦିଆଯାଇଥିଲା। ଏହାଦ୍ୱାରା ଗଞ୍ଜାମ ବ୍ଲକର ଜନସାଧାରଣଙ୍କ ଯାତାୟତ ସୁବିଧାରେ ନିଶ୍ଚିତ ଉନ୍ନତି ହେବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri