କେସିଙ୍ଗାରେ ସମସ୍ତ ଦୋକାନ ବଜାର, ଶିକ୍ଷାନୁଷ୍ଠାନ ବନ୍ଦ

କେସିଙ୍ଗା,୧୭ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ପ୍ରାଣୀ ଚିକିତ୍ସାଳୟ ନିକଟରେ କଂଗ୍ରେସ ଟାଉନ ସଭାପତି ସୁଭାଷ ଚନ୍ଦ୍ର ଜୈନଙ୍କ ନେତୃତ୍ୱରେ ଗୁରୁବାର କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ କେସିଙ୍ଗା ସହରରେ ଗୁରୁବାର ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି। ଫକୀର ମୋହନ କଲେଜ ଛାତ୍ରୀ ଆତ୍ମାହୁତି ଘଟଣାରେ କଂଗ୍ରେସ ନେତା ଓ କର୍ମୀମାନେ ରାଜରାସ୍ତାକୁ ଓହ୍ଲାଇ ପ୍ରତିବାଦ କରୁଛନ୍ତି।
ବାଲେଶ୍ବର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣାରେ ରାଜ୍ୟ ସରକାରଙ୍କ ଆପାରଗତା ଓ ଉଦାସୀନତାର ପ୍ରତିବାଦରେ କେସିଙ୍ଗା ଟାଉନ କଂଗ୍ରେସ ପକ୍ଷରୁ କେସିଙ୍ଗା ସହର ର ସମସ୍ତ ଦୋକାନ ବଜର ବନ୍ଦ ରହିଛି । ‘ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତିକୁ ନେଇ କେସିଙ୍ଗା ଅଞ୍ଚଳର ବହୁ ଅନୁଷ୍ଠାନ, ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ଅସନ୍ତୋଷ ପ୍ରକାଶ ପାଉଛି। ସହରର ବ୍ଲକ, ଏନ୍‌ଏସି,ତହସିଲ ଅଫିସ ସ୍କୁଲ, କଲେଜ ବନ୍ଦ ରହିବା ସମେତ ସମସ୍ତ ବସ୍‌, ଟ୍ରକ୍‌, ଦୋକାନ ବଜାର, ବ୍ୟବସାୟିକ ବ୍ୟାଙ୍କ, ବନ୍ଦ ରହିଥିବାର ଦେଖିବାକୁ ମିଳିଛି। ଯାନବାହନ ବନ୍ଦ ରହିଥିବାରୁ ଯାତ୍ରୀମାନେ ଅସୁବିଧା ସମ୍ମୁଖୀନ ହେଉଥିବାର ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ: ଯୋଗଦେବେ ୫୦ ହଜାରରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା

ଭଞ୍ଜନଗର,୨୬/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗୀ ଠାରେ ଶୁକ୍ରବାର ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ ହୋଇଯାଇଛି । ଏହା ରବିବାର ପର୍ଯ୍ୟନ୍ତ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri