ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ବୃତ୍ତି ଆବେଦନ ୨୪ ଯାଏ ବଢ଼ିଲା

ଭୁବନେଶ୍ୱର,୧୪ା୧୦(ସୁଚିସ୍ମିତା ସାହୁ):ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ୨୦୨୫-୨୬ ଶିକ୍ଷାବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ଅଧୀନରେ ବିଭିନ୍ନ ବୃତ୍ତି ପାଇଁ ଆବେଦନ ଅବଧିକୁ ବୃଦ୍ଧି କରାଯାଇଛି। ଇ-ମେଧାବୃତ୍ତି, ବ୍ୟାସକବି ଫକୀର ମୋହନ ଭାଷାବୃତ୍ତି ଯୋଜନା ଏବଂ ଗୋପବନ୍ଧୁ ଶିକ୍ଷା ସହାୟତା ଯୋଜନା ଲାଗି ଆବେଦନର ଶେଷ ତାରିଖ ଅକ୍ଟୋବର ୧୦ ରହିଥିଲା। ଏବେ ଏହାକୁ ଅକ୍ଟୋବର ୨୪ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। www.scholarship.odisha.gov.inରେ ଆବେଦନ କରିବାକୁ କୁହାଯାଇଛି। ସୋମବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଇ-ମେଧାବୃତ୍ତି ଓ ବ୍ୟାସକବି ଫକୀର ମୋହନ ଭାଷାବୃତ୍ତି ପାଇଁ ଆବେଦନ ଫର୍ମଗୁଡିକୁ ୩୧ ତାରିଖ ମଧ୍ୟରେ ଯାଞ୍ଚ କରାଯିବ। ଗୋପବନ୍ଧୁ ଶିକ୍ଷା ସହାୟତା ଯୋଜନାର ଫର୍ମଗୁଡିକ ଯାଞ୍ଚ ପାଇଁ ନଭେମ୍ବର ୧୦ ଶେଷ ତାରିଖ ରଖାଯାଇଛି। ଇ-ମେଧାବୃତ୍ତି ମାଧ୍ୟମରେ ସ୍ନାତକ ଛାତ୍ରୀଛାତ୍ରଙ୍କୁ ୧୦ହଜାର, ସ୍ନାତକୋତ୍ତରଙ୍କୁ ୧୫ ହଜାର ଏବଂ ବୈଷୟିକ ଓ ବୃତ୍ତିଗତ ଛାତ୍ରୀଛାତ୍ରଙ୍କୁ ୨୦ହଜାର ଟଙ୍କାର ସହାୟତା ପ୍ରଦାନ କରାଯିବ। ଗୋପବନ୍ଧୁ ଯୋଜନାରେ ଯେଉଁ ପିଲାଙ୍କର ପାରିବାରିକ ଆୟ ୨ଲକ୍ଷ ୫୦ ହଜାର ଟଙ୍କାରୁ କମ୍‌ ରହିଛି, ସେମାନଙ୍କୁ ପ୍ରତି ବର୍ଷ ୨୦ହଜାର ଟଙ୍କା ବୃତ୍ତି ପ୍ରଦାନ କରାଯାଉଛି। ସେହିପରି ଓଡ଼ିଆ ସ୍ନାତକୋତ୍ତର ପାଠ୍ୟକ୍ରମରେ ଯୋଗ୍ୟତା ଅର୍ଜନ କରିଥିବା ପ୍ରତ୍ୟେକ ଛାତ୍ରୀଛାତ୍ରଙ୍କୁ ଏକକାଳୀନ ୩୦ହଜାର ଟଙ୍କା ଏବଂ ଓଡ଼ିଆ ସମ୍ମାନ(ମେଜର)ସ୍ନାତକ ପାଠ୍ୟକ୍ରମରେ ଯୋଗ୍ୟତା ଅର୍ଜନ କରିଥିବା ଛାତ୍ରୀଛାତ୍ରଙ୍କୁ ଏକକାଳୀନ ୨୦ ହଜାର ଟଙ୍କା ଆର୍ଥିକ ଅନୁଦାନ ଯୋଗାଇ ଦିଆଯିବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଯୁବତୀଙ୍କ ପ୍ରେମରେ ପଡିଲେ ଝାଡ଼ଖଣ୍ଡ ଯୁବକ, ଦେଶୀ ଷ୍ଟାଇଲରେ କଲେ ବିବାହ

ସାହିବଗଞ୍ଜ,୮।୧୨: ଏହି କାହାଣୀଟି କୌଣସି ବଲିଉଡ ଫିଲ୍ମଠାରୁ କମ ନୁହେଁ। ସେମାନେ ପ୍ରଥମେ ଚାଇନାରେ ଭେଟ ହୋଇଥିଲେ, ତା’ପରେ ଲଣ୍ଡନରେ ପାଠପଢ଼ା ସମୟରେ ବନ୍ଧୁତା ଗଢ଼ି...

ହ୍ୟୁମାନଙ୍କ ଗୀତ ଶୁଣି ଷ୍ଟେଜ୍‌ରେ କାନ୍ଦି ପକାଇଲେ ମା’-ସ୍ତ୍ରୀ-ଝିଅ

ବଲାଙ୍ଗୀର,୮ା୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶାର ସୁନାମଧନ୍ୟ ଗାୟକ ହ୍ୟୁମାନ ସାଗରଙ୍କ ଉଦ୍ଦେଶ୍ୟରେ ଟିଟିଲାଗଡ଼ର ବୟଜ ହାଇସ୍କୁଲ ପଡ଼ିଆରେ ଓଡ଼ିଶା କଳାକାର ଏକତା ମଞ୍ଚ ପକ୍ଷରୁ ରବିବାର...

ପଲାଶଙ୍କ ସହ ସବୁ ସ୍ମୃତି ଲିଭାଇଦେଲେ ସ୍ମୃତି ମନ୍ଧାନା: କଲେ ଏମିତି କାମ…

ନୂଆଦିଲ୍ଲୀ,୮।୧୨: କ୍ରିକେଟର ସ୍ମୃତି ମନ୍ଧାନା ଏବଂ ଗାୟକ ପଲାଶ ମୁଛଲଙ୍କ ବିବାହ ଭାଙ୍ଗିଯାଇଛି। ଉଭୟ ଆନୁଷ୍ଠାନିକ ଭାବରେ ସେମାନଙ୍କ ବିବାହ ଶେଷ ହେବାର ଘୋଷଣା କରିଛନ୍ତି।...

ଏମିତି ଏକ ଦେଶ ଯେଉଁଠି ଲୋକଙ୍କୁ ଦେବାକୁ ପଡେ ନାହିଁ ଇନକମ ଟ୍ୟାକ୍ସ, ଏସବୁ ମିଳେ ମାଗଣାରେ

ବନ୍ଦର ସେରି ବେଗାୱାନ,୮।୧୨: COVID-19 ମହାମାରୀ ପ୍ରାୟ ପ୍ରତ୍ୟେକ ଦେଶର ଅର୍ଥନୀତିକୁ ଏକ ଗମ୍ଭୀର ଆଘାତ ଦେଇଥିଲା। ଅନେକ ଦେଶରେ ସରକାର ଖର୍ଚ୍ଚ ବୃଦ୍ଧି କରିବାକୁ,...

ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଞ୍ଚଳରେ ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ପୁରୀର ଜଣେ ବ୍ୟକ୍ତିଙ୍କ ଠାରୁ ୪ ଲକ୍ଷ ଟଙ୍କାର...

ଟ୍ରମ୍ପଙ୍କୁ ନେଇ ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡୀଙ୍କ ବଡ଼ ଘୋଷଣା

ହାଇଦ୍ରାବାଦ,୮।୧୨: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ତ ରେଡ୍ଡୀ ହାଇଦ୍ରାବାଦର ଏକ ରାସ୍ତାକୁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ନାମିତ କରିବାକୁ ପ୍ରସ୍ତାବ ଦେଇଛନ୍ତି। ଏହି...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

ଗୌତମ ଗମ୍ଭୀରଙ୍କୁ ନେଇ ଚାଞ୍ଚଲ୍ୟକର କଥା କହିଦେଲେ ରବି ଶାସ୍ତ୍ରୀ: ପରାଜୟ ପାଇଁ କେବଳ…

ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର ମୁଖ୍ୟ କୋଚ ଗୌତମ ଗମ୍ଭୀର ଆଜିକାଲି ସମାଲୋଚନାର ଶିକାର ହେଉଛନ୍ତି। ଗତବର୍ଷ ଜୁଲାଇରେ କୋଚ ହେବା ପରେ ସେ ଦଳକୁ ଚାମ୍ପିଅନ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri