୪୪ଟି ତହସିଲ ଅଫିସରେ ଜମି କିଣାବିକାକୁ ଅନୁମୋଦନ, ଅନଲାଇନରେ…

ଭୁବନେଶ୍ୱର,୨ା୧୧(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ରାଜ୍ୟର ୧୩ଟି ଜିଲାର ୪୪ଟି ତହସିଲରେ ନୂଆ ସବ୍‌ରେଜିଷ୍ଟ୍ରେଶନ ବା ଉପନିବନ୍ଧନ କାର୍ଯ୍ୟାଳୟ ଆଭାସି ଜରିଆରେ ଉଦ୍‌ଘାଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ପର୍ଯ୍ୟାୟକ୍ରମେ ରାଜ୍ୟର ସବୁ ତହସିଲରେ ସବ୍‌ରେଜିଷ୍ଟ୍ରେଶନ ଅଫିସ୍‌ ଖୋଲାଯିବ। ସରକାରୀ ସେବା ସୁବିଧାରେ ପାଇବା ହେଉଛି ଲୋକଙ୍କ ଅଧିକାର। ସେମାନଙ୍କୁ ସମ୍ମାନର ସହ ଉତ୍ତମ ସେବା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ରାଜସ୍ବ ବିଭାଗ କର୍ମଚାରୀଙ୍କୁ ପରାମର୍ଶ ଦେଇଛନ୍ତି।
ଲୋକସେବା ଭବନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ରାଜସ୍ବ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂହ, ରାଜସ୍ବ ରେଜିଷ୍ଟ୍ରେଶନ ଇନ୍‌ସ୍ପେକ୍ଟର ଜେନେରାଲ ପି. ଅନ୍ବେଷା ରେଡ୍ଡୀଙ୍କ ସମେତ ବିଭାଗୀୟ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ। ଆଭାସି ଜରିଆରେ ୧୩ ଜିଲାର ଜିଲାପାଳ, ଅତିରିକ୍ତ ଜିଲାପାଳ, ଉପଜିଲାପାଳ, ତହସିଲଦାର ଓ ସବ୍‌ରେଜିଷ୍ଟ୍ରାରମାନେ ଯୋଗଦେଇଥିଲେ। ସୂଚନାଯୋଗ୍ୟ, ରାଜ୍ୟର ସମୁଦାୟ ୩୧୭ ତହସିଲ ମଧ୍ୟରୁ ୨୧୭ ତହସିଲରେ ପୂର୍ବରୁ ସବ୍‌-ରେଜିଷ୍ଟ୍ରେଶନ ଅଫିସ୍‌ ଖୋଲାଯାଇଛି। ଅବଶିଷ୍ଟ ୧୦୦ରୁ ଆଜି ୪୪ଟି ସବ୍‌-ରେଜିଷ୍ଟ୍ରେଶନ ଅଫିସ ଖୋଲାଗଲା। ବାକି ୫୬ଟି ପର୍ଯ୍ୟାୟକ୍ରମେ ଚଳିତବର୍ଷ ଶେଷ ସୁଦ୍ଧା ଖୋଲିବା ପାଇଁ ଯୋଜନା ରଖାଯାଇଛି।
କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗତ ୧୬ ମାସ ମଧ୍ୟରେ ତାଙ୍କ ସରକାର ପ୍ରଶାସନିକ ବ୍ୟବସ୍ଥାରେ ଅନେକ ସଂସ୍କାର ଆଣିଛନ୍ତି। ସରକାରଙ୍କ ମୂଳ ଲକ୍ଷ୍ୟ ହେଉଛି ଶାସନ ବ୍ୟବସ୍ଥାକୁ ସ୍ବଚ୍ଛ, ପାରଦର୍ଶୀ ଓ ଲୋକାଭିମୁଖୀ କରିବା। ବର୍ତ୍ତମାନ ରାଜ୍ୟ ସରକାର ୩୨ଟି ବିଭାଗର ୪୩୩ଟି ସେବାକୁ ଅନ୍‌ଲାଇନ ଜରିଆରେ ଯୋଗାଇ ଦେଉଛନ୍ତି। ନିକଟରେ ଜମିଜମା ପଞ୍ଜୀକରଣ ପାଇଁ ସ୍ଲଟ୍‌ ବୁକିଂ ନିମନ୍ତେ ଇ-ରେଜିଷ୍ଟ୍ରେଶନ ମୋବାଇଲ୍‌ ଆପ୍‌ ମଧ୍ୟ ଶୁଭାରମ୍ଭ ହୋଇଛି। ଏଥିରେ ସ୍ଲଟ୍‌ ବୁକିଂ ସହ ଇସି ଏବଂ ଅନ୍ୟାନ୍ୟ ଜରୁରୀ କାଗଜପତ୍ର ମଧ୍ୟ ମିଳିପାରୁଛି। ଉଦ୍ଦେଶ୍ୟ ହେଉଛି ଯେତେଦୂର ସମ୍ଭବ ଲୋକଙ୍କୁ ସୁବିଧାରେ ଓ ସହଜରେ ସେବା ଯୋଗାଇବା। ସ୍ମାର୍ଟ ସର୍ଭେଲାନ୍ସ ଜରିଆରେ ସମସ୍ତ ସବ୍‌-ରେଜିଷ୍ଟ୍ରେଶନ ଅଫିସକୁ ସିସିଟିଭି ଜରିଆରେ ନିରୀକ୍ଷଣ କରାଯାଉଛି। ଏହାଦ୍ୱାରା କର୍ମଚାରୀମାନଙ୍କ ସମୟାନୁବର୍ତ୍ତିତା ଏବଂ ପାରଦର୍ଶିତାକୁ ସୁନିଶ୍ଚିତ କରାଯାଇପାରୁଛି। ଉପନିବନ୍ଧନ କାର୍ଯ୍ୟାଳୟକୁ ଦୁର୍ନୀତିମୁକ୍ତ ଓ ମଧ୍ୟସ୍ଥମୁକ୍ତ କରିବା ଦିଗରେ ଏହି ସ୍ମାର୍ଟ ସର୍ଭିଲାନ୍ସ ବ୍ୟବସ୍ଥା ଖୁବ୍‌ ଉପଯୋଗୀ ହୋଇପାରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସବୁ ତହସିଲରେ ସବ୍‌ ରେଜିଷ୍ଟ୍ରେଶନ ଅଫିସ ଖୋଲିବା ଦ୍ବାରା ଜନସାଧାରଣଙ୍କୁ ଅନେକ ସୁବିଧା ମିଳିପାରିବ। ନୂଆ ସରକାର ଆସିବା ପରେ ରାଜସ୍ବ ମନ୍ତ୍ରୀଙ୍କ ନେତୃତ୍ୱରେ ବିଭାଗ ପକ୍ଷରୁ ଲୋକଙ୍କୁ ସେବା ପ୍ରଦାନ କରିବାରେ ଦକ୍ଷତା ଆସିଛି ବୋଲି ମତଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଭାବେ ମାଛ ଧରୁଥିବାବେଳେ ଆନ୍ଧ୍ରପ୍ରଦେଶର ଦୁଇ ଡଙ୍ଗାକୁ ଧରିଲା ମତ୍ସ୍ୟବିଭାଗ, ତାଗିଦ ପରେ…

ଛତ୍ରପୁର, ୧୧।୧୦ (ଦିଲ୍ଲୀପ ସାମଲ) ଆର୍ଯ୍ୟପଲ୍ଲୀ ସମୁଦ୍ରକୁ ବେଆଇନ ଭାବେ ପଡୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶରୁ ଅଧିକାଂଶ ସମୟରେ ବଡ ବଡ ଡଙ୍ଗା ଓ ଟ୍ରଲର ଆସି...

ପାହାଳ ରସଗୋଲାକୁ ନେଇ ଏମିତି କଥା କହିଦେଲେ କେନ୍ଦ୍ରମନ୍ତ୍ରୀ: ବାଟରେ…

ବାଲିଅନ୍ତା ୧୧। ୧୧ (ନୀଳମାଧବ ସାହୁ):କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ ଓ ରାଜ୍ୟ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ସୋମବାର ଓଡ଼ିଶା ବିଖ୍ୟାତ...

ଘରେ ପଶି ମହିଳାଙ୍କୁ ହାଣିଲେ, ଚିତ୍କାର କରିବାରୁ ସାର୍ଟ, ହେଲମେଟ ଛାଡ଼ି ଦୌଡିଲେ ଆକ୍ରମଣକାରୀ

ହିଞ୍ଜିଳିକାଟୁ, ୧୧।୧୧( ଦ୍ବିତୀକୃଷ୍ଣ ପଣ୍ଡା): ସକାଳେ ପରିବା ଦେବା ବାହାନାରେ ଘରକୁ ଆସି ପରିବା ଦେଇଗଲେ। ସନ୍ଧ୍ୟାରେ ବଳପୂର୍ବକ ଘରେ ପଶି ଖଣ୍ଡାରେ ମହିଳାଙ୍କୁ ହାଣିଲେ।...

ନୂଆପଡ଼ା ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ: ୧୪ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ

ନୂଆପଡ଼ା,୧୧।୧୧(ମକାରୁ ବେମାଲୁ):ନୂଆପଡ଼ା ଉପନିର୍ବାଚନ ପାଇଁ ମଙ୍ଗଳବାର ଭୋଟିଂ ଆରମ୍ଭ ହୋଇଛି। ଭୋଟିଂ ସ୍ଥାନ ଗୁଡିକରେ ସକାଳ ୭ଟାରୁ ଗହଳି ଦେଖିବାକୁ ମଳିଛି। ନିର୍ବାଚନ ମଇଦାନକୁ ଓହ୍ଲାଇଥିବା...

ଦିଲ୍ଲୀରେ ବିସ୍ଫୋରଣ ପରେ ଭୁବନେଶ୍ବରରେ ହାଇଆଲର୍ଟ ଜାରି: ବାଲିଯାତ୍ରା ଚାଲୁଥିବାରୁ ମୁଖ୍ୟମନ୍ତ୍ରୀ ଦେଲେ ଏଭଳି ପରାମର୍ଶ

ଭୁବନେଶ୍ୱର,୧୦।୧୧: ଦିଲ୍ଲୀର ଲାଲକିଲ୍ଲା ମେଟ୍ରୋ ଷ୍ଟେଶନ ନିକଟରେ ହୋଇଥିବା ବିସ୍ଫୋରଣ ଏକ ଆତଙ୍କବାଦୀ ଆକ୍ରମଣ ବୋଲି ଆଶଙ୍କା କରାଯାଉଛି। ଯାହାକୁ ନେଇ ଦେଶବ୍ୟାପୀ ହାଇଆଲର୍ଟ କରାଯାଉଛି।...

ଦିଲ୍ଲୀ ବିସ୍ଫୋରଣ ପରେ ବାଲିଯାତ୍ରା ପଡ଼ିଆରେ ହାଇଆଲର୍ଟ

କଟକ,୧୦।୧୧: ଦିଲ୍ଲୀ ଲାଲ୍ କିଲ୍ଲା ନିକଟରେ ହୋଇଥିବା ବିସ୍ଫୋରଣ ଘଟଣା ପରେ ସମଗ୍ର ଓଡ଼ିଶା ରାଜ୍ୟରେ ସୁରକ୍ଷା କଡ଼ାକଡ଼ି କରାଯାଇଛି। ରାଜ୍ୟ ପୋଲିସ୍ ମହାନିର୍ଦ୍ଦେଶକ (ଡିଜିପି)...

କନ୍ଧମାଳ ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି: ୨୨୯ଟି ଅଭିଯୋଗ ଶୁଣିଲେ…

ଦାରିଙ୍ଗବାଡି, ୧୦ ।୧୧ (ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ସୋମବାର ଦାରିଙ୍ଗବାଡି ବ୍ଲକ ସଭାଗୃହଠାରେ ଅଭିଯୋଗ ଶୁଣିଛନ୍ତି । ସେ ମୋଟ ୨୨୯ଟି...

ଏହି ଦିନ ଖୋଲିବ ଇକୋ ରିଟ୍ରିଟ: ଜିଲାପାଳ ଦେଲେ ବଡ଼ ସୂଚନା, ଏଥର ପର୍ଯ୍ୟଟକଙ୍କୁ…

ଦାରିଙ୍ଗବାଡି, ୧୦।୧୧ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ବଢିବା ସାଙ୍ଗକୁ ପର୍ଯ୍ୟଟକ ମଧ୍ୟ ଭିଡ଼ ମଧ୍ୟ ବଢିଛି। ସ୍ଥାନୀୟ ପ୍ରଶାସନ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri