FM କଲେଜ: ଛାତ୍ରୀଙ୍କୁ ନେଇ ଆସିଲା ବଡ଼ ଖବର, ଡାକ୍ତର କହିଲେ…

ବାଲେଶ୍ବର,୧୩।୭: ଫକୀର ମୋହନ ସୱୟଂଶାସିତ ମହାବିଦ୍ୟାଳୟ (FM କଲେଜ)ରେ ଜଣେ ଛାତ୍ରୀଙ୍କ ଆତ୍ମହୁତି ଉଦ୍ୟମ ଘଟଣା ସମଗ୍ର ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଛି। ଅଭିଯୋଗ ରହିଛି ଯେ, ଜଣେ ଶିକ୍ଷକଙ୍କ ଦ୍ୱାରା ଯୌନ ର୍ନିଯାତନା ଓ ମାନସିକ ଉତ୍ପୀଡ଼ନ ଯୋଗୁଁ ଏହି ଛାତ୍ରୀ ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଏହି ଘଟଣା ଜୁଲାଇ ୧୨, ୨୦୨୫ ରେ ଘଟିଥିଲା ଏବଂ ଛାତ୍ରୀଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ବର AIIMS ରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।

AIIMS ଭୁବନେଶ୍ବରର ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ବାସ ଏହି ଘଟଣା ସମ୍ପର୍କରେ ପ୍ରତିକ୍ରିୟା ରଖି କହିଛନ୍ତି ଯେ, ଛାତ୍ରୀଙ୍କ ଅବସ୍ଥା ଅତ୍ୟନ୍ତ ଗୁରୁତର ରହିଛି। ତାଙ୍କ ଦେହରେ ପ୍ରାୟ ୯5% ଜଳିଯାଇଥିବା ଜଣାପଡ଼ିଛି। AIIMS ରେ ଏକ ୧୨ ଜଣିଆ ଡାକ୍ତରୀ ଦଳ ତାଙ୍କ ଚିକିତ୍ସା ପାଇଁ ନିୟୋଜିତ ହୋଇଛନ୍ତି। ଡ. ବିଶ୍ବାସ କହିଛନ୍ତି, “ଆମେ ସମସ୍ତ ସମ୍ଭାବ୍ୟ ଉପାୟରେ ତାଙ୍କୁ ବଞ୍ଚାଇବା ପାଇଁ ଚେଷ୍ଟା କରୁଛୁ। ବର୍ନ ୟୁନିଟରେ ତାଙ୍କର ଚିକିତ୍ସା ଚାଲିଛି ଏବଂ ଆବଶ୍ୟକ ହେଲେ ଏୟାରଲିଫ୍ଟ କରି ଅଧିକ ଉନ୍ନତ ଚିକିତ୍ସା ପାଇଁ ପ୍ରସ୍ତୁତି ଚାଲିଛି।”

ସୂଚନା ଅନୁଯାୟୀ, ଛାତ୍ରୀଜଣକ କଲେଜର ଶିକ୍ଷା ବିଭାଗର ମୁଖ୍ୟ (HOD) ସମୀର କୁମାର ସାହୁଙ୍କ ବିରୁଦ୍ଧରେ ଯୌନ ର୍ନିଯାତନାର ଅଭିଯୋଗ ଆଣିଥିଲେ। ଅଭିଯୋଗ ଥାଇ ମଧ୍ୟ କଲେଜ ପ୍ରଶାସନ ଏହା ଉପରେ କୌଣସି କାର୍ଯ୍ୟାନୁଷ୍ଠାନ ନ କରିବା ଯୋଗୁଁ ଛାତ୍ରୀଜଣକ ଏହି ଚରମ ପଦକ୍ଷେପ ନେଇଥିବା ଜଣାପଡ଼ିଛି। ଏହି ଘଟଣା ପରେ ଓଡ଼ିଶା ଉଚ୍ଚ ଶିକ୍ଷା ବିଭାଗ କଲେଜର ପ୍ରିନ୍ସିପାଲ ଦିଲୀପ ଘୋଷ ଏବଂ HOD ସମୀର କୁମାର ସାହୁଙ୍କୁ ନିଲମ୍ବନ କରିଛି। ଅଭିଯୁକ୍ତ ଶିକ୍ଷକଙ୍କୁ ପୁଲିସ ଗିରଫ କରିଛି ଏବଂ ଘଟଣାର ତଦନ୍ତ ଚାଲିଛି। ଓଡ଼ିଶା ସରକାର ଏହି ମାମଲାର ତଦନ୍ତ ପାଇଁ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି।

ଏଫଏମ କଲେଜ ଘଟଣା: ରାଗିଗଲେ ସୋଫିଆ, କହିଦେଲେ ବଡ଼କଥା


Enter your email to get our daily news in your inbox.

All Right Reserved By Dharitri.Com

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ଆକ୍ସନ ନେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୬।୧୨: ଗତ ପାଞ୍ଚ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି...

ଫିକା ପଡ଼ିଲା ଖ୍ରୀଷ୍ଟମାସ ସେଲିବ୍ରେଶନ, ୧୦ ମୃତ ୧୯ ଆହତ

ପ୍ୟାରିସ,୬।୧୨: ଫ୍ରାନ୍ସର ଗୁଆଡେଲୁପର ସେଣ୍ଟ-ଆନରେ ଏକ ଖ୍ରୀଷ୍ଟମାସ କାର୍ଯ୍ୟକ୍ରମରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଗାଡ଼ି କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତ ହେଉଥିବା ଲୋକଙ୍କୁ ଚାପି...

ବେଆଇନ ଚୋରା ବାଲି ଚାଲାଣ: ୨ ହାଇୱାକୁ ମାଡିବସିଲା…

ପୋଲିସ।ପାଟଣା,୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡା ଫାଣ୍ଡି ପୋଲିସ ସାହାରପଡା ପେଟ୍ରୋଲ ପମ୍ପ ନିକଟରୁ ଶନିବାର ଭୋର ସକାଳୁ ୨ଟି ଚୋରା ବାଲି...

ଇଣ୍ଡିଗୋ ବିମାନ ରଦ୍ଦ ପରେ ବି କେମିତି ଧଡାଧଡ ବିକ୍ରି ହେଉଛି ଟିକେଟ! ୩ ଗୁଣା ଅଧିକ ଦାମରେ ବି କିଣୁଛନ୍ତି ଲୋକେ

ନୂଆଦିଲ୍ଲୀ,୬।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଅନେକ ଦିନ ଧରି ସଂଘର୍ଷ କରୁଛି। ଡିସେମ୍ବର ୨ରୁ ବିମାନ ବାତିଲ ଚାଲିଛି। ଇଣ୍ଡିଗୋ ପ୍ରତିଦିନ ୫୦୦ରୁ ଅଧିକ ବିମାନ ବାତିଲ...

ଶେଷରେ ଟସ୍‌ ଜିତିଲା ଭାରତ: ଖୁସିକୁ ରୋକି ନ ପାରି ରାହୁଲ କରିଦେଲେ…

ନୂଆଦିଲ୍ଲୀ,୬।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଦିନିକିଆରେ ଭାରତୀୟ ଅଧିନାୟକ କେଏଲ ରାହୁଲ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତ ୨୦...

ଏହିସବୁ ଭାରତୀୟ ଖାଦ୍ୟ ଖାଇଲେ ପୁଟିନ୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମ୍ମାନାର୍ଥେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଆୟୋଜିତ ରାଜ୍ୟ ଭୋଜିରେ କଶ୍ମୀର ଅଖରୋଟ ଗୁଚ୍ଚି ଦୁନ ଚେଟିନ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri