Posted inରାଜ୍ୟ

ମୃତ୍ୟୁ ପୂର୍ବରୁ ସୌମ୍ୟାଶ୍ରୀ କହିଥିଲେ ତାଙ୍କ ଶେଷ କଥା, ଶୁଣିଲେ ଲୁହ ଆସିଯିବ…

ଭୁବନେଶ୍ୱର,୧୮।୭: ବାଲେଶ୍ବର ଛାତ୍ରୀ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଗୋଟିଏ ପଟେ କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ କରୁଥିବାବେଳେ ଅନ୍ୟପଟେ ସରକାରଙ୍କୁ ପ୍ରଶ୍ନବାଣରେ ଘାଇଲା କରୁଛନ୍ତି ବିରୋଧୀ। ଏହି ସମୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ସୌମ୍ୟାଶ୍ରୀଙ୍କ ଦେହରେ ନିଆଁ ଲାଗିବା ପରେ ଶେଷ କଥା କ’ଣ କହିଛନ୍ତି। ଏନେଇ ସୌମ୍ୟାଶ୍ରୀଙ୍କ ଅତି ଘନିଷ୍ଠ ବନ୍ଧୁ ପ୍ରକାଶ କରିଛନ୍ତି। ସୂଚନାନୁଯାୟୀ, ସୌମ୍ୟାଶ୍ରୀଙ୍କ ଦେହରେ ନିଆଁ ଲାଗିବା ପରେ ସେ ପ୍ରିନ୍ସପାଲଙ୍କ ଚାମ୍ବରକୁ ଯିବାକୁ ଚେଷ୍ଟା କରୁଥିଲେ, ତାହା ସିସିଟିଭିରେ ଦେଖିବାକୁ ମିଳିଥିଲା। ଏହାପରେ କଲେଜର ମଞ୍ଚ ପାଖକୁ ଯାଇଥିଲେ, ଆଉ ସେଇଠି ହିଁ ଅର୍ଦ୍ଧଧଗ୍ଧ ଅବସ୍ଥାରେ ପଡିଥିଲେ। ଘନିଷ୍ଠ ବନ୍ଧୁଙ୍କ କହିବାନୁସାରେ, ମୁଁ ସୌମ୍ୟାଶ୍ରୀଙ୍କ କଲେଜରେ ପଢୁନଥିଲି। ମୁଁ ଅନ୍ୟ ଏକ କଲେଜରେ ପଢେ। ସୌମ୍ୟାଶ୍ରୀଙ୍କ ଦେହରେ ନିଆଁ ଲାଗିବା କଥା ଶୁଣି ମୁଁ ସ୍କୁଟି ଯୋଗେ କଲେଜରେ ପହଞ୍ଚିଥିଲି। ପହଞ୍ଚିଲା ପରେ ଦେଖିଲି ସୌମ୍ୟାଶ୍ରୀ ତଳେ ପଡିଯାଇଥିଲେ। ସେଠାରେ ଉପସ୍ଥିତ ଥିବା ଛାତ୍ରୀଛାତ୍ର, ଅଧ୍ୟାପିକା, ଅଧ୍ୟାପକ କିଛି ସାହାଯ୍ୟ କରୁନଥିଲେ। ଉପରେ ଗୋଟେ ଓଢଣୀ ପଡିଥିଲା। କିଛି ସମୟ ପରେ ସୌମ୍ୟାଶୀ କହିଥିଲେ ମୋତେ ଟିକେ ପାଣି ଦରକାର। ତାଙ୍କର ଜଣେ ବଡ଼ ଭାଇ ପାଣି ଆଣିକି ଦେଇଥିଲେ, ପିଇବା ପରେ ଆମ୍ବୁଲାନ୍ସ ଆସି ପହଞ୍ଚିଥିଲା। ସୌମ୍ୟାଶ୍ରୀ ଚିତ୍କାର କରୁଥିଲେ, କହୁଥିଲେ ମୋତେ ବହୁତ କଷ୍ଟ ହେଉଛି, ମୁଁ ଠିକ୍‌ ହୋଇଯିବି ତ! ହେଲେ କିଛି ସମୟ ପରେ ତାଙ୍କର ଚିତ୍କାର ଶୁଭୁନଥିଲା। ବୋଧ ହୁଏ ସୌମ୍ୟାଶ୍ରୀଙ୍କ ଚେତା ପଳାଇଥିଲା।

ସୌମ୍ୟାଶ୍ରୀଙ୍କ ମୃତ୍ୟୁ ପରେ ରାଜ୍ୟ ସରକାର ଏହି ଘଟଣାକୁ ଗୁରୁତ୍ୱର ସହ ନେଇଛନ୍ତି। ଘଟଣାର ସତ୍ୟାସତ୍ୟ କିଭଳି ଖୁବ୍ଶୀଘ୍ର ଲୋକଲୋଚନକୁ ଆସିବ, ସେନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। କ୍ରାଇମବ୍ରାଞ୍ଚ ପୋଲିସ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ର ଏହି ମାମଲା(ସହଦେବଖୁଣ୍ଟା ଥାନାରେ ମାମଲା ନଂ. ୨୨୯/୨୫)ର ତଦନ୍ତ ପାଇଁ ଏକ ନିର୍ଦ୍ଦେଶନାମା ଜାରି କରିଥିଲେ। ତଦନ୍ତ ଭାର ଦାୟିତ୍ୱ ଡିଏସ୍ପି ଇମାନ କଲ୍ୟାଣ ନାୟକ ଓ ମାମଲାର ଆଇଓ ଭାବେ ଇନ୍ସପେକ୍ଟର ପାଞ୍ଚାଲି ରାଉତ ସହାୟତା କରିବେ ବୋଲି ନିର୍ଦ୍ଦେଶନାମାରେ ଦର୍ଶାଯାଇଥିଲା। ତଦନୁଯାୟୀ ଏହି ଟିମ ଗୁରୁବାର କଲେଜରେ ପହଞ୍ଚତ୍ ସମସ୍ତ ଘଟଣାର ଅନୁଧ୍ୟାନ କରିଥିଲେ। ଗ୍ରାଉଣ୍ଡରୁ ସମସ୍ତ ତଥ୍ୟ ସଂଗ୍ରହ ନିମନ୍ତେ ତଦନ୍ତ ତ୍ୱରାନ୍ବିତ କରିଥିଲେ। ଛାତ୍ରୀଙ୍କ ଆତ୍ମାହୁତି ଘଟଣାର ସମସ୍ତ ଦିଗକୁ ନେଇ ଆଇସିସିର ସଦସ୍ୟ ଓ କଲେଜ ଷ୍ଟାଫ୍‌ଙ୍କୁ ତଦନ୍ତ ପରିସରଭୁକ୍ତ କରିଛି। ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟରେ ଦୀର୍ଘ ୩ଘଣ୍ଟା ଧରି ପଚରାଉଚରା ଓ ରିପୋର୍ଟ ସଂଗ୍ରହ ପରେ ଆଇଜି ଏସ ସାଇନି ଗଣମାଧ୍ୟମକୁ ପ୍ରତିକ୍ରିୟାରେ କହିଥିଲେ, ଠିକ ଏବଂ ଯୋଜନାବଦ୍ଧ ଭାବେ ତଦନ୍ତ ଜାରି ରହିଛି। କୌଣସି ନିଷ୍କର୍ଷରେ ପହଞ୍ଚତ୍ବା ପୂର୍ବରୁ ସୂଚନା ଦେବା ସମ୍ଭବ ନୁହେଁ। ପରବର୍ତ୍ତୀ ସମୟରେ ଏ ବାବଦରେ ସମସ୍ତ ତଥ୍ୟ ପ୍ରଦାନ କରାଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri