ଦିଗପହଣ୍ଡି ପାଇଁ ଏମ.ପି ପ୍ରତିନିଧି ହେଲେ ଭବାନୀ

ଦିଗପହଣ୍ଡି,୧୯।୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଭାଜପା ଯୁବନେତା ଭବାନୀ ଶଙ୍କର ପଣ୍ଡାଙ୍କୁ ଦିଗପହଣ୍ଡି ଏନଏସି ପାଇଁ ବ୍ରହ୍ମପୁର ଏମପିଙ୍କ ପ୍ରତିନିଧି ଭାବେ ନିଯୁକ୍ତ କରାଯାଇଛି। ବ୍ରହ୍ମପୁର ଏମପି ଡ଼ା.ପ୍ରଦୀପ କୁମାର ପାଣିଗ୍ରାହୀ ଏ ସମ୍ପର୍କରେ ଏକ ପତ୍ର ଲେଖି ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ରଙ୍କୁ ଅବଗତ କରାଇଛନ୍ତି। ଭାଜପାର ଦିଗପହଣ୍ଡି ନଗର ସଭାପତି ଭାବେ ୩ ଥର ଦାୟିତ୍ୱରେ ରହିବା ପରେ ବର୍ତ୍ତମାନ ସେ ଜିଲା କାର୍ଯ୍ୟକାରିଣୀ ସଦସ୍ୟ ଭାବେ କାର୍ଯ୍ୟ କରୁଛନ୍ତି। ଭବାନୀ ଦୀର୍ଘଦିନ ଧରି ସକ୍ରିୟ ରାଜନୀତିିରେ ରହି ଆସିବାସହ ଜଣେ ଯୁବ ସଙ୍ଗଠକ ଭାବେ ବେଶ ଜଣାଶୁଣା । ଦିଗପହଣ୍ଡି ଏନଏସି ପ୍ରତିନିଧି ଭାବେ ମନୋନୀତ ହୋଇଥିବା ଭବାନୀ ବ୍ରହ୍ମପୁର ଏମପି ଦିଗପହଣ୍ଡି ବିଧାୟକ ଡ଼ା.ସିଦ୍ଧାନ୍ତ ମହାପାତ୍ର, ଭାଜପା ଜିଲା ସଭାପତି ସରୋଜ ସାବତ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ବିପିନ ଚନ୍ଦ୍ର ପ୍ରଧାନ,ଭାଜପା ରାଜ୍ୟ ପରିଷଦ ସଦସ୍ୟ ପରେଶ ଚନ୍ଦ୍ର ରଥଙ୍କ ସମେତ ଭାଜପା ଜିଲା କାର୍ଯ୍ୟକର୍ତ୍ତା ମାନଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri