ବାତ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏଇଠି କରିବ ଲ୍ୟାଣ୍ଡଫଲ! ଜାଣନ୍ତୁ ବାତ୍ୟାର ଗତିପଥ

ଭୁବନେଶ୍ୱର,୨୪।୧୦: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଯାହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଘନୀଭୂତ ହେବାର ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେଇପାରେ ଏବଂ ୨୬ ତାରିଖ ସୁଦ୍ଧା ଗଭୀର ଅବପାତରେ ପରିଣତ ହେବାର ଆଶଙ୍କା କରାଯାଉଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୨୭ ତାରିଖ ସକାଳେ ଏହା ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୬୦ରୁ ୭୦ କିମି ରହିପାରେ। ବାତ୍ୟା କେଉଁଠି ଲ୍ୟାଣ୍ଡଫଲ କରିବ ଜଣାପଡିନଥିଲେ ବି ଆନ୍ଧ୍ରକୁ ଅଧିକ କ୍ଷତି ପହଞ୍ଚାଇବ ବୋଲି କୁହାଯାଇଛି। ଓଡିଶାରେ କେବଳ ପ୍ରବଳ ବର୍ଷା ହେବ। ତିନି ଦିନ ଧରି ବର୍ଷା ପବନ ରହିଛି ।

ଏହି ସମ୍ଭାବ୍ୟ ବାତ୍ୟାର ପ୍ରଭାବରେ ଆଜିଠାରୁ ଦକ୍ଷିଣ, ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ଆରମ୍ଭ ହେବ। ତେବେ, ଅକ୍ଟୋବର ୨୭ରୁ ୨୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ଆକଳନ କରାଯାଇଛି। ବିଶେଷକରି ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ଜିଲା ଯଥା- ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ମତ୍ସ୍ୟଜୀବୀମାନଙ୍କୁ ୨୬ରୁ ୨୯ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri