ମନ୍ଦିର ଦର୍ଶନ ସାରି ଫେରୁଥିଲେ,ପଥରରେ ପିଟିହେଲା ବାଇକ୍‌, ଚାଲିଗଲା ଜୀବନ

ଚିକିଟି,୫ା୧୧(ପ୍ରକାଶ ଚନ୍ଦ୍ର ସାହୁ): ଧାନଘରଠାରୁ ପ୍ରାୟ ୧୨ କିମି ଦୂର କେରାଣ୍ଡି ମାଳ ପର୍ବତ ଶିଖରେ ଅବସ୍ଥିତ ମା’ ବାଳକୁମାରୀ। ଘାଟିରେ ବୁଧବାର ବାଇକ୍‌ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତ ଜଣକ ହେଲେ ଶିବ ଶଙ୍କର ସାହୁ (୩୪), ଗୁରୁତର ଆହତ ଦ୍ୱୟ ହେଲେ ସୁରେଶ ଚୌଧୁରୀ (୪୯)ଓ ଡିକେଶ୍ୱର ରେଡ୍ଡୀ (୨୮)l ଉଭୟ ସମସ୍ତେ ଗୋଳନ୍ଥରା ଥାନା ଅନ୍ତର୍ଗତ କତୁରୁ ନୂଆଗାଁ ବୋଲି ଜଣାପଡ଼ିଛି।

ସୂଚନାଯୋଗ୍ୟ, ଶିବ ଶଙ୍କର, ଡିକେଶ୍ୱର ଓ ସୁରେଶ ଗୋଟିଏ ସ୍କୁଟିରେ ୩ ଜଣ ମିଶି ମା’ ବାଳକୁମାରୀ ପୀଠକୁ ଆଜି ସକାଳେ ଦର୍ଶନ କରିବା ପାଇଁ ଯାଇଥିଲେ। ସେଠାରୁ ଦର୍ଶନ କରି ଫେରୁଥିବା ବେଳେ ଘାଟିରେ ଭାରସାମ୍ୟ ହରାଇ ଏକ ପଥରକୁ ଧକ୍କା ଦେଇ ରାସ୍ତା କଡ଼କୁ ଛିଟିକି ପଡ଼ିଥିଲେ। ଯାହାଫଳରେ ଘଟଣାସ୍ଥଳରେ ଶିବଶଙ୍କରଙ୍କ ମୃତ୍ୟୁ ଘଟିଥିଲା। ଡିକେଶ୍ୱର ଓ ସୁରେଶ  ଗୁରୁତର ହୋଇଥିଲେ। କୌଣସି ସୂତ୍ରରୁ ଖବର ପାଇ ଚିକିଟି ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଗୁରୁତରମାନଙ୍କୁ ଚିକିଟି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେମାନଙ୍କ ଅବସ୍ଥା ସଂକଟାପନ୍ନ ଥିବାରୁ ତାଙ୍କୁ ବ୍ରହ୍ମପୁରସ୍ଥିତ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହ୍ୟୁମାନ ସାଗରଙ୍କ ଶେଷ ଦର୍ଶନ ପାଇଁ ଏମ୍ସରେ ପ୍ରବଳ ଭିଡ଼; ସଙ୍ଗୀତ ଜଗତ ସ୍ତବ୍ଧ

ଭୁବନେଶ୍ୱର,୧୭।୧୧: ଓଡ଼ିଆ ସଙ୍ଗୀତ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ଅକାଳ ବିୟୋଗ ପରେ ସମଗ୍ର ସଙ୍ଗୀତ ମହଲରେ ଶୋକର ଛାୟା ଖେଳିଯାଇଛି। ତାଙ୍କର ଶେଷ...

ଖୁବ୍ କମ୍ ସମୟରେ ଘରେ ଘରେ ହୋଇଥିଲେ ପରିଚିତ, ଦେଖନ୍ତୁ ଏସବୁ ଭାଇରାଲ ଗୀତ

ଭୁବନେଶ୍ୱର,୧୭।୧୧: ଓଡ଼ିଆ ସଙ୍ଗୀତ ଜଗତର ଅନ୍ୟତମ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ଅକାଳ ବିୟୋଗ ପରେ ଏକ ସକ୍ରିୟ ସ୍ୱର ନିରବି ଯାଇଛି। ଖୁବ୍ କମ୍...

ନଭେମ୍ବର ୧୭ ଓଡ଼ିଆ ସଂଗୀତ ଜଗତ ପାଇଁ ବ୍ଲାକ୍ ଡେ, ସେଦିନ ଅକ୍ଷୟ ଆଜି ହ୍ୟୁମାନଙ୍କ ପରଲୋକ

ଭୁବନେଶ୍ୱର,୧୭।୧୧: ଓଡ଼ିଆ ସଙ୍ଗୀତ ଜଗତ ପାଇଁ ନଭେମ୍ବର ୧୭ ତାରିଖ ଏକ ଦୁଃଖଦ ଦିନ ଭାବେ ଇତିହାସରେ ଲେଖା ଯିବ। ନଭେମ୍ବର ୧୭ ଲୋକପ୍ରିୟ କଣ୍ଠଶିଳ୍ପୀ...

ଛାତ୍ରୀ ଅସଦାଚରଣ ମାମଲାର ରାୟ ପ୍ରକାଶ: ପ୍ରଧାନଶିକ୍ଷକଙ୍କୁ ମିଳିଲା…

ଭବାନୀପାଟଣା, ୧୭।୧୧: (ଉତ୍ତମ କୁମାର ଦାଶ): ପ୍ରମାଣ ଅଭାବରୁ ନିର୍ଦ୍ଦୋଶରେ ଖଲାସ ହୋଇଛନ୍ତି କଳାହାଣ୍ଡି ଜିଲା ଜୁନାଗଡ ଥାନା ବଳଦିଆମାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର...

ନବୀନଙ୍କ ପାଇଁ ହ୍ୟୁମାନ ଗାଇଥିବା ଗୀତ ଏବେ ବି ଜୀବନ୍ତ, ମୃତ୍ୟୁ ଖବର ଶୁଣି ଭାଙ୍ଗିଗଲା ନବୀନଙ୍କ ହୃଦୟ…

ଭୁବନେଶ୍ୱର,୧୭।୧୧: ଓଡ଼ିଆ ସଙ୍ଗୀତ ଜଗତର ଜଣାଶୁଣା ଓ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୩୪ ବର୍ଷ ବୟସ...

ଦୂରେଇ ପାରିଲାନି ଛାଡ଼ପତ୍ର: ଧାଇଁଆସିଥିଲେ ସ୍ତ୍ରୀ, ହେଲେ ବଞ୍ଚିଲେନି…

ଭୁବନେଶ୍ୱର,୧୭।୧୧: ଆଉ ଶୁଭିବନି, ହ୍ୟୁମାନଙ୍କ ସ୍ବର, ସେ ରୋମାନ୍ସ, ସେ ଦୁଃଖ ସେ ଦମ୍‌ଦାର ଭଜନ। କାରଣ ଓଡ଼ିଶାର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଚିର...

‘ହେ ନବୀନ ବାବୁ…’ ଗୀତ ଗାଇଥିଲେ ହ୍ୟୁମାନ, ଟୁଇଟ୍‌ କରି ନବୀନ ଲେଖିଲେ ଏମିତି…

ଭୁବନେଶ୍ୱର,୧୭।୧୧: ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଲୋକପ୍ରିୟ ଓଲିଉଡ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ ଘଟିଛି। ୩୪ ବର୍ଷ ବୟସରେ ଏମ୍ସ ଭୁବନେଶ୍ୱରରେ ଦେହାନ୍ତ ହୋଇଛି। ହ୍ୟୁମାନଙ୍କ...

ହୋମିଓପାଥି ଚିକିତ୍ସକଙ୍କ ପରଲୋକ

ଦିଗପହଣ୍ଡି, ୧୭ା୧୧(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ଶାସନ ସାହି ବାସିନ୍ଦା ତଥା ସହରର ଜଣାଶୁଣା ହୋମିଓପାଥି ଚିକିତ୍ସକ ଡ଼ା. ସୂର୍ଯ୍ୟ ନାରାୟଣ ନନ୍ଦଙ୍କ ୮୪ ବର୍ଷ...

Advertisement
Dharitri Youth Conclave 2025

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri