ବଜ୍ରପାତରେ ଚାଲିଗଲା ୨ ଜୀବନ: ସହାୟତା ଯୋଗାଇ ଦେବାକୁ ବିଧାୟକଙ୍କ ନିର୍ଦ୍ଦେଶ 

ଭଞ୍ଜନଗର,୨୩।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଖାରିଗୁଡା ଗ୍ରାମର
ବସନ୍ତ ଗୌଡ (୩୮) ବୁଧବାର ସାରେ ବଜ୍ରପାତରେ ମୃତ୍ୟୁବରଣ କରିଛନ୍ତି। ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଛି। ଖବରପାଇ ଜିଲା ପରିଷଦ ଏମ୍‌ପି ପ୍ରତିନିଧି ଶିବ ଶଙ୍କର ପ୍ରଧାନ ଭଞ୍ଜନଗର ମେଡ଼ିକାଲରେ ପହଞ୍ଚି ସହାୟତାର ହାତ ବଢ଼ାଇଛନ୍ତି।
ଅପରପକ୍ଷେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଏହି ସୂଚନା ପାଇବା ପରେ ମୃତକଙ୍କ ପରିବାରକୁ କିଭଳି ସରକାରଙ୍କ ଦ୍ୱାରା ଧାର୍ଯ୍ୟ ୪ ଲକ୍ଷ ଟଙ୍କା ସହାୟତା ରାଶି ମିଳିପାରିବ ସେନେଇ ପଦକ୍ଷେପ ନେବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଧେଶ ଦେଇଛନ୍ତି। ଏନେଇ ଭଞ୍ଜନଗର ଅତିରିକ୍ତ ତହସିଲଦାର ଅବିନାଶ ମହାରଙ୍କ ସହ ଯୋଗାଯୋଗ କରିବାରୁ ସେ ଏଠାରେ କହିଛନ୍ତି ଯେ ଜଣେ ବ୍ୟକ୍ତି ବଜ୍ରପାତରେ ମୃତ୍ୟୁବରଣ କରିଥିବା ଖବର ଆସିଛି। ରାଜସ୍ବ ନିରୀକ୍ଷକଙ୍କ ରିପୋର୍ଟ ଏବଂ ମେଡିକାଲ ରିପୋର୍ଟ ଆସିବା ପରେ ସଂପୃକ୍ତ ପରିବାରକୁ ସହାୟତା ରାଶି ପ୍ରଦାନ ବ୍ୟବସ୍ଥା ହେବ।
ଘଟଣାରୁ ପ୍ରକାଶ ଯେ ବୁଧବାର ଅପରାହ୍ନ ସାଢ଼େ ୪ ଟା ରୁ ରାତି ୭ ଟା ପର୍ଯ୍ୟନ୍ତ ଭଞ୍ଜନଗର ଅଞ୍ଚଳରେ ଘଡଘଡି ସହ ପ୍ରବଳ ବର୍ଷା ହୋଇଥିଲା। ଏହି ସମୟରେ ବସନ୍ତ ନିଜ ଗାଈ କୁଆହଁର ଧରି ଗାଈ ଚରାଇବାକୁ ଯାଇଥିଲେ। ବର୍ଷା ଯୋଗୁ ସେ ଗଛ ମୂଳେ ଆଶ୍ରୟ ନେଇଥିଲେ। ବଜ୍ରପାତ ମାରିବାରୁ ସେଠାରେ ସେ ଟଳି ପଡ଼ିଥିଲେ। ଏନେଇ ପରିବାର ଲୋକ ଜାଣିବା ପରେ ତାଙ୍କୁ ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲ ଆଣିଥିଲେ। ମେଡ଼ିକାଲରେ ବସନ୍ତଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ।
ସେହିଭଳି ଅନ୍ୟ ଏକ ଘଟଣାକ୍ରମରେ ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ଅଲାଡ଼ି ଗ୍ରାମର ସନ୍ତ ବିଶ୍ୱାଳ (୪୭) ନାମକ ଜଣେ ମହିଳା ବୁଧବାର ବଜ୍ରପାତ ମାରିବାରୁ ମୃତ୍ୟୁବରଣ କରିଛନ୍ତି। ପୋଲିସ ଶବକୁ ଜବତ କରି ବ୍ୟବଛେଦ ପାଇଁ ଭଞ୍ଜନଗର ହସ୍ପିଟାଲ୍ ପଠାଇଦେଇଛି। ପ୍ରକାଶ ଯେ ସନ୍ତ ଏବଂ ଗ୍ରାମର ଆଉ କିଛି ମହିଳା ଆଜି ଜମିରେ କାମ କରୁଥିଲେ। ଏହି ସମୟରେ ବଜ୍ରପାତ ମାରିବାରୁ ସନ୍ତ ସେଠାରେ ହିଁ ଟଳି ପଡ଼ିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

ଭଟାପଲା, ବିଜାପାଟିରେ ଧାନ କିଣା ଆରମ୍ଭ: ପ୍ରଥମ ଦିନରେ ୧୩ ଚାଷୀଙ୍କ ଉଠିଲା ଧାନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ରବିବାର ବୋରପଦର ପଞ୍ଚାୟତର ଭଟାପଲାଠାରେ ଧାନ ମଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri