୩ ବନଖଣ୍ଡ ବୁଲି ଦେଖିଲେ କେନ୍ଦ୍ରୀୟ ଟିମ୍‌, ଜଳ ସଂରକ୍ଷଣ ପୁରସ୍କାର ପାଇଁ ଚାଲିଛି ଚୟନ ପ୍ରକ୍ରିୟା

ଭଞ୍ଜନଗର,୧୨ା୬(ବାବୁଲା ପ୍ରଧାନ): ବିଭିନ୍ନ କ୍ଷେତ୍ରରେ ପୁରସ୍କାର ଦେବା ପାଇଁ କେନ୍ଦ୍ର ସରକାର ବିଭିନ୍ନ ବିଭାଗକୁ ଉତ୍ସାହିତ କରୁଛନ୍ତି । ଏହା ଦ୍ବାରା ପୁରସ୍କାର ପାଇବା ପାଇଁ ବିଭାଗଗୁଡ଼ିକ ମଧ୍ୟରେ ଆଗ୍ରହ ବଢ଼ିବା ସହ କାମ ମଧ୍ୟ ଭଲ ହେବ। ଏହିଭଳି ଚଳିତ ବର୍ଷ ଜଳ ସଂରକ୍ଷଣ ଏବଂ ବନୀକରଣ ପାଇଁ କେନ୍ଦ୍ର ସରକାରଙ୍କ ଜଳସମ୍ପଦ ବିଭାଗ ପକ୍ଷରୁ ଦେଶର ଶ୍ରେଷ୍ଠ ୩ଟି ସଂସ୍ଥା ବା ବିଭାଗକୁ ପୁରସ୍କାର ପ୍ରଦାନ କରାଯିବ। ଏଥିପାଇଁ ବିଭିନ୍ନ ରାଜ୍ୟରୁ ୫୩ଟି ଆବେଦନ ଆସିଥିଲା। ଉକ୍ତ ଆବେଦନଗୁଡ଼ିକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଯାଞ୍ଚ କରାଯିବା ପରେ ସେଥିରୁ ୪୧ଟି ଆବେଦନ ପ୍ରଥମ ପର୍ଯ୍ୟାୟରେ କଟିଯାଇଥିଲା। ବର୍ତ୍ତମାନ ବଳକା ୧୨ଟି ସଂସ୍ଥାକୁ ଚୟନ କରାଯାଉଛି ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ପୁରସ୍କାର ପ୍ରଦାନ ପାଇଁ। ସେଥିମଧ୍ୟରୁ ଓଡ଼ିଶାରୁ ଏକ ମାତ୍ର ବିଭାଗ ବ୍ରହ୍ମପୁର ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ଉକ୍ତ ୧୨ ଜଣ ତାଲିକାରେ ଅଛି। ତେଣୁ କେନ୍ଦ୍ର ସରକାରଙ୍କ ଜଳସମ୍ପଦ ବିଭାଗର ଦୁଇଜଣ ବରିଷ୍ଠ ବୈଜ୍ଞାନିକ ବି ବଳବନ୍ତରାୟ, ରାଜକିଶୋର ମହାନ୍ତି ଇତିମଧ୍ୟରେ ବ୍ରହ୍ମପୁର ଆର୍‌ସିସିଏଫ୍‌ଙ୍କ ଅଧୀନରେ ଆସୁଥିବା ବ୍ରହ୍ମପୁରର ବନଖଣ୍ଡ, ଭଞ୍ଜନଗର ଦକ୍ଷିଣ ଘୁମୁସର ବନଖଣ୍ଡ ଏବଂ ଉତ୍ତର ଘୁମୁସର ବନଖଣ୍ଡର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବୁଧବାର ଫେରିଯାଇଛନ୍ତି।

ଉକ୍ତ ଟିମ୍‌ ବନ ବିଭାଗ ପକ୍ଷରୁ ଜଙ୍ଗଲରେ ହୋଇଥିବା ଜଳ ସଂରକ୍ଷଣ ଏବଂ ବନୀକରଣ ପ୍ରକଳ୍ପଗୁଡ଼ିକ ବୁଲି ଦେଖିଥିଲେ। ଏହାପରେ ଟିମ୍‌ କେନ୍ଦ୍ର ସରକାରଙ୍କୁ ରିପୋର୍ଟ ପ୍ରଦାନ କରିବେ। ସମସ୍ତ ୧୨ଟି ବିଭାଗର ରିପୋର୍ଟକୁ ଏକାଠି କରାଯିବା ପରେ ୩ଟି ବିଭାଗକୁ ପୁରସ୍କାର ପ୍ରଦାନ କରାଯିବ। ରାଷ୍ଟ୍ରପତି ଏକ ସ୍ବତନ୍ତ୍ର ଉତ୍ସବରେ ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ପୁରସ୍କାର ପ୍ରଦାନ କରିବେ। ୧୨ ଜଣିଆ ତାଲିକାରେ ବ୍ରହ୍ମପୁର ଆର୍‌ସିସିଏଫ୍‌ କାର୍ଯ୍ୟାଳୟ ଥିବା ଯୋଗୁ ବନ ବିଭାଗ କର୍ମଚାରୀଙ୍କ ମଧ୍ୟରେ ଉତ୍ସାହ ବଢ଼ିଯାଇଛି। କେନ୍ଦ୍ର ସରକାରଙ୍କ ଆସିଥିବା ଟିମ୍‌କୁ ଆର୍‌ସିସିଏଫ୍‌ ବିଶ୍ୱନାଥ ନୀଲାନଭରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଦକ୍ଷିଣ ଘୁମୁସର ବନଖଣ୍ଡ ଅଧିକାରୀ ବିନୋଦ ଆଚାର୍ଯ୍ୟ, ଉତ୍ତର ଘୁମୁସର ବନଖଣ୍ଡ ଅଧିକାରୀ ହିମାଂଶୁ ଶେଖର ମହାନ୍ତି ଏବଂ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ ସନି କକ୍କର ବିଭିନ୍ନ ପ୍ରକଳ୍ପ ନେଇ ବୁଲାଇ ଦେଖାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri