ବହୁଚର୍ଚ୍ଚିତ ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲା, ତଦନ୍ତକୁ ଜୋରଦାର କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର,୨୮।୪(ପ୍ରଭୁକଲ୍ୟାଣ ପାଲ): କ୍ରାଇମବ୍ରାଞ୍ଚ DGP ବିନୟତୋଷ ମିଶ୍ର କହିଛନ୍ତି, “ଲୋକଙ୍କ ମନରେ ଉଠୁଥିବା ପ୍ରଶ୍ନର ଉତ୍ତର ଖୋଜିବା ପାଇଁ ଆମେ ସମସ୍ତ ଦିଗକୁ ଯାଞ୍ଚ କରୁଛୁ। ଗୋପାଳ ଦାସଙ୍କ ଫୋନ୍ କଲ୍ ଡିଟେଲରୁ ମିଳିଥିବା ସୂଚନା ଆଧାରରେ ଆମେ ଅନ୍ୟ ବ୍ୟକ୍ତିଙ୍କୁ ଜେରା କରୁଛୁ।

ଏହି ସାନି ତଦନ୍ତ ସମୟରେ ତଦନ୍ତକାରୀ ଟିମ୍ ବ୍ରହ୍ମପୁର ଯାଇ ତଦନ୍ତ କରି କଟକ ଫେରିଛି। ଏହି ସମୟ ମଧ୍ୟରେ ବ୍ରହ୍ମପୁରରେ ମୋଟ ୯ ଜଣଙ୍କ ବୟାନ ରେକର୍ଡ କରାଯାଇଛି । ସେମାନଙ୍କ ମଧ୍ୟରେ ଗୋପାଳଙ୍କ ପୁଅ, ବଡ଼ ଭାଇ, ବଡ଼ ଭାଇଙ୍କ ପୁଅ, ତାଙ୍କ ବଡ଼ ଭାଇଙ୍କ ହୋଟେଲର ରୋଷେଇୟା, ଗୋପାଳଙ୍କ ସାଙ୍ଗ ଥିବା ଜଣେ ପୋଲିସ ASI ଏବଂ ଜଣେ ବସ୍ କଣ୍ଡକ୍ଟରଙ୍କୁ ମଧ୍ୟ ଜେରା କରାଯାଇଛି।

ଗୋପାଳ ଦାସଙ୍କ ପୂର୍ବ କଲ୍ ହିଷ୍ଟ୍ରି ଆଧାରରେ ମିଳିଥିବା ସୂଚନାକୁ ନେଇ ବିଭିନ୍ନ ବ୍ୟକ୍ତିଙ୍କୁ ପଚରାଉଚରା କରାଯାଉଛି। ଦୁଇ ଦିନ ତଳେ ଗୋପାଳଙ୍କ ପତ୍ନୀ ଜୟନ୍ତୀ ଦାସଙ୍କୁ ଜେରା କରାଯାଇଥିବା ବେଳେ, ଗୋପାଳଙ୍କ ଚିକିତ୍ସା କରୁଥିବା ମାନସିକ ରୋଗ ବିଶେଷଜ୍ଞଙ୍କୁ ମଧ୍ୟ ପଚରାଉଚରା କରାଯାଇଛି। ଏହା ମାମଲା ରେ ଅଧିକ ତଦନ୍ତ କ୍ରାଇମବ୍ରାଞ୍ଚ ଜାରି ରଖିଥିବା କହିଛନ୍ତି କ୍ରାଇମବ୍ରାଞ୍ଚ DGP ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri