ଦୁର୍ବଳ ହୋଇ ଘୂର୍ଣ୍ଣିଝଡ଼ରେ ପରିଣତ ହେଲା ବାତ୍ୟା ‘ମୋନ୍ଥା’! ଏହି ସବୁ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର,୨୯।୧୦: ଦୁର୍ବଳ ହୋଇ ଘୂର୍ଣ୍ଣିଝଡ଼ରେ ପରିଣତ ହେଲା ବାତ୍ୟା ‘ମୋନ୍ଥା’। ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ ଭୟଙ୍କର ଘୂର୍ଣ୍ଣିଝଡ଼। ଉତ୍ତର-ପଶ୍ଚିମ ଦିଗରେ ଗତି କରି ଘୂର୍ଣ୍ଣିଝଡ଼ରେ ପରିଣତ ହୋଇଛି।ଘଣ୍ଟାପ୍ରତି ୧୦ କିମି ବେଗରେ ଅଗ୍ରସର ହେଉଛି। ଏବେ ନରସପୁର ଓ ମଛଲିପଟ୍ଟନମ ମଧ୍ୟରେ ଅଛି ‘ମୋନ୍ଥା’। କ୍ରମଶଃ ଆହୁରି ଦୁର୍ବଳ ହୋଇ ଗଭୀର ଅବପାତର ରୂପ ନେଇପାରେ।

ବାତ୍ୟା ପ୍ରଭାବରେ ବୁଧବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ରାୟଗଡ଼ା ଆଦି ୫ ଜିଲାକୁ ଭୀଷଣ ବର୍ଷା ନେଇ ରେଡ ୱାର୍ନିଂ ଜାରି କରାଯାଇଛି। ସେହିପରି ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି ଏବଂ ଅନ୍ୟ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ନଭେମ୍ବର ୧ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଅଞ୍ଚଳଗୁଡ଼ିକରେ ଘଣ୍ଟା ପ୍ରତି ୩୦ରୁ ୪୦ କି.ମିରୁ ୫୦ କି.ମି ବେଗରେ ପବନ ବହିଥିଲା। ବୁଧବାର ସକାଳ ପର୍ଯ୍ୟନ୍ତ ସେହି ଅଞ୍ଚଳରେ ପବନର ବେଗ ଘଣ୍ଟା ପ୍ରତି ୬୦ ରୁ ୭୦ କି.ମି. କିମ୍ବା ୮୦ କି.ମି. ବେଗରେ ବହିବାର ସମ୍ଭାବନା ରହିଛି। ଏହା ଧୀରେଧୀରେ ହ୍ରାସ ପାଇ ୩୦ ଅକ୍ଟୋବର ସକାଳେ ଘଣ୍ଟା ପ୍ରତି ୩୫ରୁ ୪୫ କି.ମି. ଏବଂ ୫୫କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ହ୍ୟୁମାନ ସାଗରଙ୍କ ଶେଷ ଦର୍ଶନ ପାଇଁ ଏମ୍ସରେ ପ୍ରବଳ ଭିଡ଼; ସଙ୍ଗୀତ ଜଗତ ସ୍ତବ୍ଧ

ଭୁବନେଶ୍ୱର,୧୭।୧୧: ଓଡ଼ିଆ ସଙ୍ଗୀତ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ଅକାଳ ବିୟୋଗ ପରେ ସମଗ୍ର ସଙ୍ଗୀତ ମହଲରେ ଶୋକର ଛାୟା ଖେଳିଯାଇଛି। ତାଙ୍କର ଶେଷ...

ଖୁବ୍ କମ୍ ସମୟରେ ଘରେ ଘରେ ହୋଇଥିଲେ ପରିଚିତ, ଦେଖନ୍ତୁ ଏସବୁ ଭାଇରାଲ ଗୀତ

ଭୁବନେଶ୍ୱର,୧୭।୧୧: ଓଡ଼ିଆ ସଙ୍ଗୀତ ଜଗତର ଅନ୍ୟତମ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ଅକାଳ ବିୟୋଗ ପରେ ଏକ ସକ୍ରିୟ ସ୍ୱର ନିରବି ଯାଇଛି। ଖୁବ୍ କମ୍...

ନଭେମ୍ବର ୧୭ ଓଡ଼ିଆ ସଂଗୀତ ଜଗତ ପାଇଁ ବ୍ଲାକ୍ ଡେ, ସେଦିନ ଅକ୍ଷୟ ଆଜି ହ୍ୟୁମାନଙ୍କ ପରଲୋକ

ଭୁବନେଶ୍ୱର,୧୭।୧୧: ଓଡ଼ିଆ ସଙ୍ଗୀତ ଜଗତ ପାଇଁ ନଭେମ୍ବର ୧୭ ତାରିଖ ଏକ ଦୁଃଖଦ ଦିନ ଭାବେ ଇତିହାସରେ ଲେଖା ଯିବ। ନଭେମ୍ବର ୧୭ ଲୋକପ୍ରିୟ କଣ୍ଠଶିଳ୍ପୀ...

ଛାତ୍ରୀ ଅସଦାଚରଣ ମାମଲାର ରାୟ ପ୍ରକାଶ: ପ୍ରଧାନଶିକ୍ଷକଙ୍କୁ ମିଳିଲା…

ଭବାନୀପାଟଣା, ୧୭।୧୧: (ଉତ୍ତମ କୁମାର ଦାଶ): ପ୍ରମାଣ ଅଭାବରୁ ନିର୍ଦ୍ଦୋଶରେ ଖଲାସ ହୋଇଛନ୍ତି କଳାହାଣ୍ଡି ଜିଲା ଜୁନାଗଡ ଥାନା ବଳଦିଆମାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର...

ନବୀନଙ୍କ ପାଇଁ ହ୍ୟୁମାନ ଗାଇଥିବା ଗୀତ ଏବେ ବି ଜୀବନ୍ତ, ମୃତ୍ୟୁ ଖବର ଶୁଣି ଭାଙ୍ଗିଗଲା ନବୀନଙ୍କ ହୃଦୟ…

ଭୁବନେଶ୍ୱର,୧୭।୧୧: ଓଡ଼ିଆ ସଙ୍ଗୀତ ଜଗତର ଜଣାଶୁଣା ଓ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୩୪ ବର୍ଷ ବୟସ...

ଦୂରେଇ ପାରିଲାନି ଛାଡ଼ପତ୍ର: ଧାଇଁଆସିଥିଲେ ସ୍ତ୍ରୀ, ହେଲେ ବଞ୍ଚିଲେନି…

ଭୁବନେଶ୍ୱର,୧୭।୧୧: ଆଉ ଶୁଭିବନି, ହ୍ୟୁମାନଙ୍କ ସ୍ବର, ସେ ରୋମାନ୍ସ, ସେ ଦୁଃଖ ସେ ଦମ୍‌ଦାର ଭଜନ। କାରଣ ଓଡ଼ିଶାର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଚିର...

‘ହେ ନବୀନ ବାବୁ…’ ଗୀତ ଗାଇଥିଲେ ହ୍ୟୁମାନ, ଟୁଇଟ୍‌ କରି ନବୀନ ଲେଖିଲେ ଏମିତି…

ଭୁବନେଶ୍ୱର,୧୭।୧୧: ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଲୋକପ୍ରିୟ ଓଲିଉଡ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ ଘଟିଛି। ୩୪ ବର୍ଷ ବୟସରେ ଏମ୍ସ ଭୁବନେଶ୍ୱରରେ ଦେହାନ୍ତ ହୋଇଛି। ହ୍ୟୁମାନଙ୍କ...

ହୋମିଓପାଥି ଚିକିତ୍ସକଙ୍କ ପରଲୋକ

ଦିଗପହଣ୍ଡି, ୧୭ା୧୧(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ଶାସନ ସାହି ବାସିନ୍ଦା ତଥା ସହରର ଜଣାଶୁଣା ହୋମିଓପାଥି ଚିକିତ୍ସକ ଡ଼ା. ସୂର୍ଯ୍ୟ ନାରାୟଣ ନନ୍ଦଙ୍କ ୮୪ ବର୍ଷ...

Advertisement
Dharitri Youth Conclave 2025

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri