FM କଲେଜର ନୂଆ ପ୍ରିନ୍ସପାଲଙ୍କ ସାଂଘାତିକ ଖୁଲାସା, ଫେବର କଥାକୁ ନେଇ କହିଲେ…

ଭୁବନେଶ୍ୱର,୧୮।୭: ବାଲେଶ୍ୱରର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ସୌମ୍ୟାଶ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ସମସ୍ତ ଦିଗକୁ ନେଇ ଖୋଳତାଡ କରୁଛି କ୍ରାଇମବ୍ରାଞ୍ଚ। ଏହି ସମୟରେ କଲେଜର ନୂଆ ପ୍ରିନ୍ସପାଲ ପିରୋଜ ପାଢୀ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଗାମୀ ଦିନରେ କଲେଜ ଭଲରେ ଚାଲିବ ବୋଲି ଆଶା କରୁଛୁ । ଏହା ସହିତ ୩୦ ତାରିଖ ବୈଠକକୁ ନେଇ ମୁହଁ ଖୋଲିଛନ୍ତି ନୂଆ ପ୍ରିନ୍ସପାଲ। କହିଛନ୍ତି, ପୀଡିତାଙ୍କୁ ନିର୍ଯାତନା ଦେଉଥିଲେ ସମୀର ସାହୁ। ଏନେଇ ସୌମ୍ୟାଶ୍ରୀ ସମସ୍ତଙ୍କ ଆଗରେ ଅଭିଯୋଗ କରିଥିଲେ। କିଛି ସମୟ ଆଲୋଚନା ହୋଇଥିଲା। ତାପରେ ଏକ ଲିଖିତ ଅଭଯୋଗ କରିବାକୁ କୁହାଯାଇଥିଲା। ଫେବର କଥା ସମୀର ସାହୁ ସ୍ବୀକାର କରିନଥିଲେ। ସେ କହିଥିଲେ ମୁଁ ସେଗୁଡା କହିନଥିଲି। ଉପସ୍ଥିତି କମ୍‌ ହୋଇଥିବାରୁ ସେ ରାଗୁଥିଲେ ବୋଲି ସ୍ବୀକାର କରିଛନ୍ତି। ସମସ୍ତଙ୍କ ସହଯୋଗରେ କଲେଜରେ ଶୀଘ୍ର ସ୍ବାଭାବିକ ହେଉ ବୋଲି କହିଛନ୍ତି ନୂଆ ପ୍ରିନ୍ସପାଲ।

ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ ବିଏଡ୍ର ଦ୍ୱିତୀୟ ବର୍ଷ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତି ମାମଲାରେ ଆଭ୍ୟନ୍ତରୀଣ କମିଟି (ICC) ସଦସ୍ୟଙ୍କୁ ବ୍ୟକ୍ତିଗତ ହାଜର ନିର୍ଦ୍ଦେଶ ଦିଆଯାଇଛି। ଆଜି ଓ ଆସନ୍ତାକାଲି FM କଲେଜରେ ବ୍ୟକ୍ତିଗତ ହାଜର ପାଇଁ କୁହାଯାଇଛି। ପୁଣିଥରେ ତଦନ୍ତ ପାଇଁ ମହାବିଦ୍ୟାଳୟରେ ପହଞ୍ଚତ୍ଛି କ୍ରାଇମ୍ବ୍ରାଞ୍ଚର ୫ଜଣିଆ ଟିମ। କ୍ରାଇମ୍ବ୍ରାଞ୍ଚର ସିଏଡବ୍ଲ୍ୟୁ ଓ ସିଡବ୍ଲ୍ୟୁ ଶାଖାର ଆଇଜି ଏସ. ସାଇନିଙ୍କ ତତ୍ତ୍ୱାବଧାନରେ ଟିମ ଲିଡର ଡିଏସ୍‌ପି ଇମାନ କଲ୍ୟାଣ ନାୟକ, ଇନ୍ସପେକ୍ଟର ପାଞ୍ଚାଲି ରାଉତ ଓ ଅନ୍ୟ ଜଣେ କନଷ୍ଟେବଳ, ସାଇଣ୍ଟିଫିକ ଟିମ୍‌ର ସଦସ୍ୟ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟରେ ପହଞ୍ଚତ୍ ଆତ୍ମାହୁତି ମାମଲାର ତଥ୍ୟ ହାସଲ ନିମନ୍ତେ ପଚରାଉଚରା କରିଥିଲେ। ବାଲେଶ୍ୱର କ୍ରାଇମ ଡିଏସ୍ପି ତପସ୍ବିନୀ କହଁର ଉପସ୍ଥିତ ଥିଲେ। ନୂତନ ଅଧ୍ୟକ୍ଷ ପ୍ରଫେସର ଫିରୋଜ ପାଢ଼ୀଙ୍କ ସହ ପ୍ରଥମେ ଆଲୋଚନା କରି ଇଣ୍ଟରନାଲ କମ୍ପ୍ଲେଣ୍ଟ କମିଟି (ଆଇସିସି)ର ସଦସ୍ୟଙ୍କୁ ଜଣ ଜଣ କରି ଘଟଣା ସମ୍ପର୍କରେ ପଚାରି ବୁଝିଥିଲେ। ଗତ ୧୩ ଓ ୧୪ ତାରିଖରେ କ୍ରାଇମବ୍ରାଞ୍ଚର ଅତିରିକ୍ତ ଏସ୍ପି ରାଜଲକ୍ଷ୍ମୀ ନାୟକ ଓ ଡିଏସ୍ପି ନାୟକ ଦୁଇଦିନ ଧରି ୩ଘଣ୍ଟା ଲେଖାଏଁ ଘଟଣାର ବିଭିନ୍ନ ଦିଗ ଉପରେ ତଦନ୍ତ କରି ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri