ସବୁଠି FM ତାତି: ରାଜଧାନୀରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିଲା ବିଜେଡି

ଭୁବନେଶ୍ୱର,୧୩ା୭: ରବିବାର ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିଛି ଘେରିଛି ଛାତ୍ର ଓ ଯୁବ ବିଜେଡି। ବାଲେଶ୍ବର ଫକୀର ମୋହନ(FM) କଲେଜ ଛାତ୍ରୀ ଆତ୍ମାହୁତି ଘଟଣା ପ୍ରତିବାଦରେ ଏହି ଘେରାଉ କରାଯାଇଛି। ବିଧାୟକ ବ୍ୟୋମକେଶ ରାୟ, ଦେବୀରଞ୍ଜନ ତ୍ରିପାଠୀ ପ୍ରମୁଖ ଏହି ଘେରାଉରେ ସାମିଲ ଥିବାବେଳେ ଶତାଧିକ ବିଜେଡି କର୍ମୀଙ୍କୁ ପୋଲିସ ଉଠାଇ ନେଇଛି।

ସୂଚନାଯୋଗ୍ୟ, ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଶିକ୍ଷା ବିଭାଗର ମୁଖ୍ୟ(ଏଚ୍‌ଓଡି) ସମୀର କୁମାର ସାହୁ ଅନୁଚିତ ଅନୁଗ୍ରହ(ଫେବର) ଦେଖାଇବା ଆଳରେ ଜଣେ ଛାତ୍ରୀଙ୍କଠାରୁ ଶାରୀରିକ ସମ୍ପର୍କ ଚାହୁଁଥିଲେ। ଏଥିରେ ଛାତ୍ରୀ ରାଜି ନ ହେବାରୁ ତାଙ୍କୁ ଏଚ୍‌ଓଡି ବାରମ୍ବାର ମାନସିକ ନିର୍ଯାତନା ଦେବା ସହ ଅସଦାଚରଣ କରୁଥିଲେ। ଏହା ଅସହ୍ୟ ହେବାରୁ ଛାତ୍ରୀ ଜଣକ କଲେଜ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ। ଏପରି କି ୧୦ ଦିନ ତଳେ ଛାତ୍ରୀ ଥାନାର ଦ୍ୱାରସ୍ଥ ହୋଇ ସମ୍ପୃକ୍ତ ଅଧ୍ୟାପକ (ଏଚ୍‌ଓଡି) ସାହୁଙ୍କ ବିରୋଧରେ ଅଭିଯୋଗ କରିଥିଲେ। ହେଲେ କଲେଜ ପକ୍ଷରୁ ଇଣ୍ଟରନାଲ କମିଟି ଗଠନ କରାଯାଇଛି କହି କେହି କିଛି ଶୁଣିଲେ ନାହିଁ। ନ୍ୟାୟ ନ ମିଳିବାରୁ ଛାତ୍ରୀ ଶନିବାର ମହାବିଦ୍ୟାଳୟ ଅଧ୍ୟକ୍ଷଙ୍କ ପ୍ରକୋଷ୍ଠ ସମ୍ମୁଖରେ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ତାଙ୍କ ଶରୀରର ପ୍ରାୟ ୯୦ ପ୍ରତିଶତ ପୋଡ଼ି ଯାଇଥିବାବେଳେ ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍‌ସରେ ଭର୍ତ୍ତି କରାଯାଇଛି। ଏହି ଘଟଣାରେ ଅଭିଯୁକ୍ତ ସାହୁଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେହିପରି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ମହାବିଦ୍ୟାଳୟର ଅଧ୍ୟକ୍ଷ ଦିଲୀପ ଘୋଷ ଏବଂ ଅଧ୍ୟାପକ ସାହୁଙ୍କୁ ନିଲମ୍ବନ କରାଯାଇଛି। ଏଥିସହିତ ଘଟଣାର ତଦନ୍ତ ପାଇଁ ଯୁଗ୍ମ ସଚିବସ୍ତରୀୟ କମିଟି ଗଠନ କରାଯାଇଥିବା ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି

ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...

ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…

ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri