Posted inRasifala

ରାଶିଫଳ: ଗୁରୁବାର, ଜୁନ୍ ୩ ତାରିଖ – Daily Horoscope

ମେଷ
ଆଜି କୃତିକା ନକ୍ଷତ୍ର ପ୍ରତ୍ୟେକ କାମକୁ ସଫଳତାର ସହ ସମ୍ପନ୍ନ କରିବେ। ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବାର ସୁଯୋଗ ମିଳିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ, କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ଲାଭବାନ୍‌ ହେବେ। ନିର୍ମାଣ, ପ୍ରକାଶନ, ଗଣ ଯୋଗାଯୋଗ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ ଦୂର ହେବ।
ବୃଷ
ବୃଷ
ପ୍ରତ୍ୟେକ ସମସ୍ୟାକୁ ପ୍ରତିହତ କରି ହାତକୁ ନେଇଥିବା କାମଗୁଡିକ ଠିକ୍‌ ଭାବେ ସମ୍ପନ୍ନ ହେବ। ମୃଗଶିରା ନକ୍ଷତ୍ରର ବ୍ୟବସାୟ, ପରିବହନ ଓ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସାମ୍ବାଦିକତା, ଏଜେନ୍ସିପ୍‌ରୁ ପ୍ରଶଂସିତ ହେବେ। ସମ୍ପର୍କୀୟଙ୍କଠାରୁ ଅଯାଚିତ ସହାଯ୍ୟ, ସହଯୋଗ ପ୍ରାପ୍ତ ହେବ।
ମିଥୁନ
ମିଥୁନ
ସନ୍ଦେହ ଓ ଭୁଲ୍‌ ବୁଝାମଣା କାରଣରୁ ବିବଦମାନ ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି। ତଥାପି କୌଶଳରେ ସମସ୍ତ ପ୍ରକାର ପ୍ରତିବନ୍ଧକକୁ ସାମ୍‌ନା କରିବା ଧୈର୍ଯ୍ୟ ରହିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ମନ ସାମୟିକ ଖୁସି ରହିବ। ଅସଫଳତାର କାରଣ ଖୋଜିବାକୁ ଯାଇ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି।
କର୍କଟ
କର୍କଟ
ଦୁର୍ବଳ କର୍ମାଧିପତି ପ୍ରଭାବରେ ଆକସ୍ମିକ ସ୍ଥାନ ପରିବର୍ତ୍ତନଜନିତ ସମସ୍ୟା ଆସିପାରେ। ନିଜ ଲୋକଙ୍କୁ ଭୁଲ୍‌ ବୁଝି ପରକଥାକୁ ବିଶ୍ୱାସ କରି ହଇରାଣ ହେବେ। ଆଜି ହଠାତ୍‌ କୌଣସି ନୂତନ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ। କଚେରୀ ମାମଲା, ଘରୋଇ କଳହ କ୍ଷେତ୍ରରେ ଟେନସନ୍‌ ଦୂର ହେବାର ସମ୍ଭାବନା ରହିଛି ।
ସି˚ହ
ସି˚ହ
ପଦାଧିକାରୀଙ୍କ ଆଦେଶକୁ ଅବଜ୍ଞା ନକରି ଯାତ୍ରା କରିବାକୁ ବାଧ୍ୟ ହେବେ। ମନ ବିଚଳିତ ଯୋଗୁ ନିଜକୁ ନିୟନ୍ତ୍ରଣରେ ରଖିପାରିବେ ନାହିଁ। ମଘା ନକ୍ଷତ୍ରର ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଦେଖାଦେବ। ପ୍ରଶାସନିକ ସ୍ତରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ। ଶିଳ୍ପ, ବାଣିଜ୍ୟ, ନିର୍ମାଣ କ୍ଷେତ୍ରରେ ପ୍ରତିବନ୍ଧକ ଦୂରେଇଯିବ।
କନ୍ୟା
ବହୁତ ଦିନରୁ ଲାଗି ରହିଥିବା ଘରୋଇ ସମାସ୍ୟାର ସମାଧାନ ସକାଶେ ଆତ୍ମୀୟ ସାହାଯ୍ୟ କରିପାରନ୍ତି। କର୍ମକ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହେବ। ଭୁଲ୍‌ ବୁଝାମଣା କାରଣରୁ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ। ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ।
ତୁଳା
ତୁଳା
କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କିଛିନା କିଛି କାରଣକୁ ନେଇ ଟେନ୍ସନ ଲାଗିରହିବ। ଆଖିରେ ନଦେଖି କେବଳ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହେବାକୁ ପଡିପାରେ। ଚିତ୍ରା ନକ୍ଷତ୍ର ହଠାତ୍‌ ଜଣେ ବନ୍ଧୁଙ୍କ କାମରେ ଯୋଗ ଦେବା ପାଇଁ ମନ ଛଟପଟ ହେବ।ସାହିତ୍ୟ,ରାଜନୀତି,ସାମ୍ବାଦିକତା, ଆଇନ ଓ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ପାଇବେ।
ବିଛା
ବିଛା
ବାରମ୍ବାର ଅସଫଳତା ଇଚ୍ଛାଶକ୍ତିକୁ କମାଇଦେବ। ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନୀ ଘଟିପାରେ। ଜ୍ୟେଷ୍ଠା ନକ୍ଷତ୍ର ପ୍ରତ୍ୟେକ ସ୍ତରରେ ସହମତି ଭିତିରେ କିମ୍ବା ସ୍ତ୍ରୀଙ୍କ ପ୍ରେରଣା ଲାଭକରି ଉପକୃତ ହେବେ। ସଂଗଠନ, ଆନୁଷ୍ଠାନିକ କାମ, ରାଜନୀତି, ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ।
ଧନୁ
ଧନୁ
ପାରିବାରିକ ସମସ୍ୟାରେ ସୁଧାର ଘଟି ମାନସିକ ସ୍ଥିତି ଭଲ ରହିବ। ଇଚ୍ଛା ନ ଥାଇ ବି ବନ୍ଧୁଙ୍କ ଅନୁରୋଧ ରକ୍ଷା କରି ତାଙ୍କ ସଙ୍ଗେ ଯିବାକୁ ବାଧ୍ୟ ହେବେ। ଉତରାଷାଢା ନକ୍ଷତ୍ରର ପାରବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।
ମକର
ମକର
ବନ୍ଧୁଙ୍କ ସହ ଆଲୋଚନା ପରିସରରେ ନୀରବତା ଅବଲମ୍ବନ କରିବାକୁ ପସନ୍ଦ କରିବେ। ସମ୍ପର୍କୀୟମାନେ କାଳେ ଦେବାକୁ ପଡିବ,ଏହି କାରଣରୁ ପାଖ ମାଡିବେ ନାହିଁ। ରୁଗ୍‌ଣ ପିତା କିମ୍ବା ମାତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବାର ଲକ୍ଷଣ ପ୍ରକାଶ ପାଇବ। ପାଖ ପଡୋଶୀଙ୍କ କଥାରେ ପ୍ରଭାବିତ ହୋଇ କୈାଣସି କାମପାଇଁ ଆଗଭର ହୋଇପାରନ୍ତି।
କୁମ୍ଭ
କୁମ୍ଭ
ଦୀର୍ଘ ଦିନରୁ ଅଶାନ୍ତି ଭରି ରହିଥିଲେ ମଧ୍ୟ କାମରେ ଅସୁବିଧା ହେବ ନାହିଁ। ଛୋଟ କଥାକୁ ନେଇ ପଡୋଶୀମାନେ କଳହ କରିପାରନ୍ତି। ପୂର୍ବଭାଦ୍ରବ ନକ୍ଷତ୍ରର ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ପାଇବଯାହାକି ଦୁଃଶ୍ଚିନ୍ତାର କାରଣ ହୋଇପାରେ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟ ଦିଗଟି ବିଶେଷ ମନ୍ଦ ହେବନି।
ମୀନମୀନ
ଆଜି ଆନୁଷ୍ଠାନିକ କାମରେ ବନ୍ଧୁ, ବୁଦ୍ଧିଜିବୀ କିମ୍ବା ଆତ୍ମୀୟଙ୍କ ଦ୍ୱାରା ପ୍ରଶଂସିତ ହେବେ। ବ୍ୟବସାୟ, ପରିବହନ, ଶିଳ୍ପ, ବାଣିଜ୍ୟ ଏବଂ ନିର୍ମାଣ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ଘଟିବ। ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ଜମିଜମା, କଳକାଖାନା, ହୋଟେଲ, ତେଜରାତି ଦୋକାନ ପ୍ରଭୃତିରୁ ବିଶେଷ ଲାଭବାନ୍‌ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର...

ରାଶିଫଳ: ରବିବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଗୁର୍ବାଦିତ୍ୟ ଯୋଗ ପ୍ରଭାବରୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରୁ ସମ୍ମାନିତ ହେବେ। ବନ୍ଧୁ ପରିଜନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଉପସ୍ଥିତ ସମସ୍ୟାର...

ରାଶିଫଳ: ଶନିବାର , ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି କାରଣରୁ ଆପଣଙ୍କ ଆକର୍ଷଣୀୟ ବ୍ୟବହାର ସମସ୍ୟା ସମାଧାନରେ ସହାୟକ ହେବ। ଲୋକସମ୍ପର୍କ ବୃଦ୍ଧି, ପାରିବାରିକ ସହଯୋଗ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri