Posted inରାଜ୍ୟ

‘ଯଦି ମୁଁ ମରିଯାଏ’, ହସ୍ପିଟାଲ ବେଡ୍‌ରୁ ଏମିତି କହିଦେଲେ ସୁଲତା, ରାଜ୍ୟରେ ଚହଳ

ଭୁବନେଶ୍ୱର,୧୭।୭: FM କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦେବା ଦାବିରେ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ବୁଧବାର ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ପୋଲିସ-ବିଜେଡି କର୍ମୀ ଧସ୍ତାଧସ୍ତି ହୋଇଥିଲେ। ବିଜେଡି କର୍ମୀ ବ୍ୟାରିକେଡ ଭାଙ୍ଗି ଧସେଇ ପଶିବାକୁ ଉଦ୍ୟମ କରୁଥିବା ବେଳେ ପାଣି ମାଡ କରିଥିଲା ପୋଲିସ। ଲୁହବୁହା ଗ୍ୟାସ ମଧ୍ୟ ପ୍ରୟୋଗ କରାଯାଇଥିଲା। ପୋଲିସ ସହ ମୁହାଁମୁହିଁ ଭିତରେ ଆହତ ହୋଇଛନ୍ତି ବିଜୁ ଜନତା ଦଳର ବରିଷ୍ଠ ନେତା । ବିଜେଡି ନେତା ପ୍ରଣବ ପ୍ରକାଶ ଦାସ ଓରଫ ବବି ଦାସ, ପ୍ରୀତିରଞ୍ଜନ ଘଡେଇ ଓରଫ ଡ୍ୟାନୀ ଏବଂ ରାଜ୍ୟ ସଭା ସାଂସଦ ସୁଲତା ଦେଓ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଏହି ସମୟରେ ହସ୍ପିଟାଲ ବେଡ୍‌ରୁ ସୁଲତାଙ୍କର ଏକ ଭିଡିଓ ସାମ୍ନାକୁ ଆସିଛି। ଯେଉଁଥିରେ ସେ ଏକ ବିସ୍ଫୋରକ ବୟାନ ନେଇ କହିଛନ୍ତି, ମୋତେ ମର୍ଡର କରିବାକୁ ପ୍ଲାନ୍‌ କରାଯାଇଥିଲା। ମୁଣ୍ଡକୁ ଟାର୍ଗେଟ୍‌ କରିକି ରବର ବୁଲେଟ୍‌ ମରାଯାଇଥିଲା। କାହିଁକି ମୋତେ ଟାର୍ଗେଟ୍‌ ମାରିବାକୁ ଯୋଜନା କରିଥିଲେ ବୋଲି ପ୍ରଶ୍ନ କରିଛନ୍ତି ସୁଲତା। ସମଗ୍ର ଓଡିଶାବାସୀଙ୍କ ଉପରେ ଛାଡୁଛି। ଅନେକ ଯୁବ ଛାତ୍ର, ମହିଳା ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ବବି ଭାଇଙ୍କ ଗୋଡ ଭାଙ୍ଗିଛି, ଡାନି ଭାଇଙ୍କ ବି ଗୋଡ ଭାଙ୍ଗିଛି। ମୁଁ ଆଜି ହସ୍ପିଟାଲ ବେଡ୍‌ରେ, ଜାଣିନି କ’ଣ କେତେବେଳେ ହେବ। ମଶାଣୀଙ୍କୁ ଯିବା ପର୍ଯ୍ୟନ୍ତ ମୁଁ କହିବି। ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦେଲନି, ସେ ଚାଲିଗଲା, କେତେ ସ୍ବପ୍ନ ସେ ଦେଖିଥିବ। କେତେ ଝିଅଙ୍କୁ ଏମିତି ମାରିବ ବୋଲି ସରକାରଙ୍କୁ ପ୍ରଶ୍ନ କରିଛନ୍ତି ସୁଲତା।

ଅନ୍ୟପଟେ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ସୌମ୍ୟାଶ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ରାଜ୍ୟରେ ତୀବ୍ର ଅସନ୍ତୋଷ ଓ ବିକ୍ଷୋଭ ଦେଖାଦେଇଛି। ଏହି ଘଟଣାରେ କଂଗ୍ରେସ ଆଜି ସାରା ରାଜ୍ୟରେ ଓଡ଼ିଶା ବନ୍ଦ ଡାକରା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri