ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ସର୍ବଦା ସଫାସୁତୁରା ରଖିବା ଜରୁରୀ। କାରଣ ଏହା ହେଉଛି ଘର ପାଇଁ ଖୁସିର ଦ୍ୱାର। ଜାଣନ୍ତୁ ବାସ୍ତୁଶାସ୍ତ୍ର ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର …

* ଘରର ମୁଖ୍ୟ ପ୍ରବେଶ ଦ୍ୱାରରେ ଲାଗିଥିବା କବାଟ ଘରର ଅନ୍ୟ କବାଟ ତୁଳନାରେ ଟିକେ ବଡ଼ ହେବା ଦରକାର; ଯଦ୍ଦ୍ବାରା ଏହା ମଧ୍ୟ ଦେଇ ଘର ମଧ୍ୟକୁ ଭରପୁର ଆଲୋକ ଆସିପାରୁଥିବ।

* ମୁଖ୍ୟ ପ୍ରବେଶ ଦ୍ୱାରରେ ସ୍ବସ୍ତିକ ହେଉ ଅବା ଓମ୍‌ କିମ୍ବା କଳସ ଭଳି ଯେ କୌଣସି ମାଙ୍ଗଳିକ ଚିହ୍ନ କରିବା ଘର ପାଇଁ ଶୁଭ ହୋଇଥାଏ।

* ଘରର ମୁଖ୍ୟ ପ୍ରବେଶ ଦ୍ୱାର ଉପରେ ପଞ୍ଚମୁଖୀ ହନୁମାନଙ୍କର ଫଟୋ ଲଗାଇଲେ ଗୃହ ପ୍ରତି ଶୁଭ ହୋଇଥାଏ।

* ସେହିପରି ମୁଖ୍ୟ ପ୍ରବେଶ ଦ୍ୱାରର ଠିକ୍‌ ସମ୍ମୁଖରେ ଘରର ଅନ୍ୟ କୌଣସି କବାଟ ରହିବା ଆଦୌ ଠିକ୍‌ ନୁହେଁ।

* ମୁଖ୍ୟ ପ୍ରବେଶ ଦ୍ୱାର ନିକଟରେ ଅଣ୍ଡରଗ୍ରାଉଣ୍ଡ ଟାଙ୍କି ରହିବା ମଧ୍ୟ ଘର ପାଇଁ ଶୁଭଙ୍କର ହୋଇ ନଥାଏ।

* ମୁଖ୍ୟ ପ୍ରବେଶ ଦ୍ୱାରରେ ଧୂଳି ଜମିବା ଠିକ୍‌ ନୁହେଁ। ଏହାକୁ ଖୋଲିବା କିମ୍ବା ବନ୍ଦ କରିବା ସମୟରେ ଏଥିରୁ କର୍କଶ ଶବ୍ଦ ବାହାରିବା ମଧ୍ୟ ବାସ୍ତୁ ଅନୁଯାୟୀ ଭଲ ନୁହେଁ।

 


Enter your email to get our daily news in your inbox.

All Right Reserved By Dharitri.Com

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

କେମିତି ହେବେ ଆଦର୍ଶ ଅଭିଭାବକ: ଜାଣନ୍ତୁ ଟିପ୍ସ

ପିଲାଙ୍କ ପ୍ରଥମ ଗୁରୁ ହେଉଛନ୍ତି ଅଭିଭାବକ। ସେମାନଙ୍କ ଉତ୍ତମ ଭବିଷ୍ୟତ ଗଢ଼ିବାରେ ଅଭିଭାବକଙ୍କର ହିଁ ଥାଏ ଗୁରୁତ୍ୱପୂର୍ଣ୍ଣ ଭୂମିକା। କାରଣ ପିଲାମାନେ ସର୍ବଦା ଅନୁକରଣ ପ୍ରିୟ।...

ଅତ୍ୟଧିକ ମିଠାଜାତୀୟ ଖାଦ୍ୟ ଖାଉଥିଲେ…

ମନଲୋଭା ଖାଦ୍ୟ ମଧ୍ୟରୁ ମିଠା ଅନ୍ୟତମ। ଏହାର ସ୍ବାଦ ହୁଏତ ମିଠା ହୋଇପାରେ, ହେଲେ ଏହାର ପରିମାଣ ଅଧିକ ହେଲେ ତାହା ଆମ ସ୍ମରଣ ଶକ୍ତିକୁ...

ଈଶ୍ୱର କଣିକାର ଆବିଷ୍କାରକ

ପଦାର୍ଥ ବିଜ୍ଞାନର ଏକ ଗୁରୁତ୍ୱପୂର୍ଣ୍ଣ ଆବିଷ୍କାର କରି ଖ୍ୟାତି ଲାଭ କରିଥିବା ପିଟର ହିଗ୍‌ସ ଚଳିତ ବର୍ଷ ଏପ୍ରିଲ ୮ ତାରିଖରେ ପରଲୋକ ଗମନ କରିଛନ୍ତି।...

ଥର୍ମୋମିଟର, ବାରୋମିଟର ଓ ଡାଲ୍‌ଟନ

କଡ଼େଇରେ ପାଣି ରଖି କଡ଼େଇ ତଳେ ନିଆଁ ଜାଳିଲେ ପାଣି ଗରମ ହୁଏ। କାରଣ ନିଆଁରୁ ବାହାରୁଥିବା ତାପ ଦ୍ୱାରା କଡ଼େଇ ଗରମ ହୁଏ। କଡ଼େଇ...

ଖରାଦିନେ ସ୍କିନ୍‌ ଆଲର୍ଜିର ଘରୋଇ ଚିକିତ୍ସା

ଖରାଦିନେ ଝାଳ ବୋହିବା ସହ କେତେକଙ୍କଠାରେ ବିଭିନ୍ନ ପ୍ରକାର ସ୍କିନ୍‌ ଆଲର୍ଜି ସମସ୍ୟା ଦେଖାଯାଇଥାଏ। କାହାର ଘିମିରି ବାହାରେ ତ କାହା ଶରୀରରେ ନାଲି ନାଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri