ଲକ୍ଷ୍ମୀନାରାୟଣ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ପ୍ରଭୁ ସାକ୍ଷୀଗୋପାଳ

ସାକ୍ଷୀଗୋପାଳ,୨ା୧୧(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): କାର୍ତ୍ତିକ ମାସ ଶୁକ୍ଲପକ୍ଷ ବଡ଼ ଏକାଦଶୀ ତଥା ଦେବ ଉତ୍ଥାପନ ଏକାଦଶୀ ତିଥିରେ ପୁରୀ ଜିଲା ସାକ୍ଷୀଗୋପାଳ ମନ୍ଦିରରେ ଠାକୁରଙ୍କ ଲକ୍ଷ୍ମୀନାରାୟଣ ବେଶ ସହିତ ଶ୍ରାରାଧାଙ୍କ ସୁନାବେଶ ଦର୍ଶନ ପାଇଁ ରବିବାର ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି। ଠାକୁରଙ୍କ ଭୋଗଲାଗି କରିବାକୁ ମନ୍ଦିର ବେଢ଼ାରେ ଚୁଡ଼ାଘଷା ମହକ ସାଙ୍ଗକୁ ଶହଶହ ସଂକୀର୍ତ୍ତନ ମଣ୍ଡଳୀଙ୍କ ହରିନାମ ସଂକୀର୍ତ୍ତନରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା। ରାତି ୧ଟାରୁ ମନ୍ଦିର ଦ୍ୱାର ଖୋଲା, ମଙ୍ଗଳ ଆଳତି, ମଇଲମ, ମର୍ଦ୍ଦନ, ଅବକାଶ, ଲକ୍ଷ୍ମୀନାରାୟଣ ବେଶ, ସୂର୍ଯ୍ୟ ପୂଜା, ଦାରପାଳ ପୂଜା, ବଲ୍ଲଭ, ସକାଳ ଧୂପ, ବାଳଧୁପ ଓ ଆଳତି ଦେବନୀତି ପରେ ସକାଳ ୬ଟାରୁ ସାହଣମେଲା ଦର୍ଶନ ଆରମ୍ଭ ହୋଇଥିଲା।

ତହସିଲଦାର ତଥା ମନ୍ଦିର କାର୍ଯ୍ୟନିର୍ବାହୀ ଅଧକାରୀ ସନ୍ତୋଷ କୁମାର ପାଣିଗ୍ରାହୀ,
ବିଡିଓ ଦେବାଶିଷ ନାୟକ , ଏସ୍‌ଡିପିଓ ଦେବାଶିଷ ମିଶ୍ର,ଆଇଆଇସି ବିଜୟ କେତନ ବେହେରା, ଅତିରିକ୍ତ ତହସିଲଦାର ଓମ୍‌ ପ୍ରକାଶ ପରିଡ଼ାଙ୍କ ସହିତ ସେବାୟତ ସଂଘର କର୍ମକର୍ତ୍ତା, ବରିଷ୍ଠ ସେବାୟତ ଓ କର୍ମଚାରୀ ବୃନ୍ଦ ଯାତ୍ରା ପରିଚାଳନାରେ ସହଯୋଗ କରିଥିଲେ। ମନ୍ଦିରକୁ ରଙ୍ଗବେରଙ୍ଗ ଆଲୋକ ଓ ଫୁଲମାଳାରେ ସଜ୍ଜା ଯାଇଥିବା ବେଳେ ପଞ୍ଚସଖା ମୁକ୍ତାକାଶ ରଙ୍ଗମଞ୍ଚରେ ୩ ଦିନ ବ୍ୟାପୀ ଆୟୋଜିତ ଶ୍ରୀ ରାଧା ଉତ୍ସବରେ ପଲ୍ଲିଶ୍ରୀ ମେଳା ପ୍ରଦର୍ଶନୀ ସହିତ ସଂସ୍କୃତି ବିଭାଗ ପକ୍ଷରୁ ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଛି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

ବାପି ସର୍ଖେଲଙ୍କ ବଡ଼ ବୟାନ, କହିଲେ ମୁଁ ଦାମଙ୍କ ପୁଅ

ଭୁବନେଶ୍ବର,୧୪।୧୨: ବାପି ସର୍ଖେଲ ବଡ଼ ବୟାନ ଦେଇଛନ୍ତି। ନିଜକୁ ଦାମଙ୍କ ପୁଅ କହିଲେ ପାରାଦୀପ ଶ୍ରମିକ ନେତା ବାପି ସର୍ଖେଲ । ପାରାଦୀପ, କୁଜଙ୍ଗରେ ଆୟୋଜିତ...

କୋଟଗଡ଼ରେ ହାତୀ ଆତଙ୍କ: ନଷ୍ଟ କଲେ ଫସଲ

ବାଲିଗୁଡ଼ା,୧୪ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ। ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ...

ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣିଆଣୁଛି ଦାରିଙ୍ଗବାଡ଼ି, ମୌଳିକ ସୁବିଧା ପାଇଁ ନିବେଦନ

ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ସମେତ ତା’ର ଆଖପାଖରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ିଠାରୁ ମାତ୍ର ୨୨...

ସବ୍ୟ-ଅର୍ଚ୍ଚିତାଙ୍କ ଘରକୁ ଆସିବେ କୁନି ଅତିଥି, ସୋସିଆଲ ମିିଡିଆରେ ସେୟାର କଲେ ଭିଡ଼ିଓ

ଭୁବନେଶ୍ବର,୧୪।୧୨: ଓଲିଉଡ ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ର ଏବଂ ଅଭିନେତ୍ରୀ ଅର୍ଚ୍ଚିତା ସାହୁ ଏକ ଖୁସି ଖବର ଦେଇଛନ୍ତି । ଖୁବଶୀଘ୍ର ସେମାନଙ୍କ ଘରକୁ କୁନି...

ଇହୁଦୀ ପର୍ବ ପାଳନ ବେଳେ ବିଚରେ ଫାୟାରିଂ, ୧୦ ମୃତ

ନୂଆଦିଲ୍ଲୀ,୧୪।୧୨: ଆଜି ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚ୍‌ରେ ସ୍ପଷ୍ଟ ଦିବାଲୋକରେ ଗୁଳିମାଡ଼ ଘଟିଛି। ଦୁଇଜଣ ସଶସ୍ତ୍ର ଆକ୍ରମଣକାରୀ ସାଧାରଣ ଲୋକଙ୍କ ଉପରେ ଅତର୍କିତ ଗୁଳିଚାଳନା କରିଥିଲେ।...

ଉଦ୍ଧାର ହାତୀ ଛୁଆ ନନ୍ଦନକାନନ ସ୍ଥାନାନ୍ତର

କେନ୍ଦୁଝର,୧୪।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରୁ ରବିବାର ସକାଳେ ଏକ ହାତୀ ଛୁଆ ଉଦ୍ଧାର ହୋଇଛି। ପିସିସିଏଫ (ବନ୍ୟପ୍ରାଣୀ)ଙ୍କ ନିର୍ଦ୍ଦେଶ ଅନୁଯାୟୀ, ଉକ୍ତ ଛୁଆକୁ ବନ ବିଭାଗ...

WWEରୁ ଅବସର ନେଲେ ଜନ୍ ସିନା, ଜାରି ରହିବ ଫିଲ୍ମ କ୍ୟାରିୟର

ନୂଆଦିଲ୍ଲୀ,୧୪।୧୨: ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି WWE ରିଙ୍ଗରେ ରାଜ କରିଥିବା ଜନ୍ ସିନା ଶେଷରେ ତାଙ୍କ କ୍ୟାରିଅରକୁ ବିଦାୟ ଦେଇଛନ୍ତି । ୪୮ବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri