ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ଉଦ୍‌ଯାପିତ: ମେଲାଣିରେ ହଜାର ହଜାର ଶ୍ରଦ୍ଧାଳୁ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ବଡ଼ଖେମୁଣ୍ଡି ତଥା ଦିଗପହଣ୍ଡି ସହରରେ ଗତ ୨୯ ତାରିଖ ଆଶ୍ୱିନ ଶୁକ୍ଳ ସପ୍ତମୀ ଓ ଅଷ୍ଟମୀ ତିଥିରୁ ଚାଲିଥିବା ସହରର ଆରାଧ୍ୟା ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ଶାରଦୀୟ ଯାତ୍ରା ମହୋତ୍ସବ ଆଶ୍ୱିନ କୁମାର ପୂର୍ଣ୍ଣମୀ ତିଥି ସୋମବାର ରାତିରେ ଉଦ୍‌ଯାପିତ ହୋଇଯାଇଛି। ବର୍ଷକ ପାଇଁ ବିଦାୟ ନେଇଛନ୍ତି ମା ’ ବୁଢ଼ୀ ଠାକୁରାଣୀ। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ, ମଙ୍ଗଳବାର ଭୋର ପ୍ରାୟ ୩ଟାରେ ବଜାର ସାହି ଗାନ୍ଧୀଛକସ୍ଥିତ ଅସ୍ଥାୟୀ ଯାତ୍ରା ପୀଠରେ ମୁଖ୍ୟ ପୁରୋହିତ ପଣ୍ଡିତ ସନାତନ ରଥ ଶର୍ମା ଷୋଡ଼ଶପଚାରରେ ମା ’ଙ୍କୁ ପୂଜାର୍ଚ୍ଚନା କରିଥିଲେ। ଯାତ୍ରା ପୀଠରେ ହୋମଯଜ୍ଞ କରାଯାଇ ମନ୍ତ୍ର ଦ୍ୱାରା ମା ’ ଙ୍କୁ ବିଧି ମୁତାବକ ମେଲାଣି ଯାତ୍ରା ପାଇଁ ଆବାହନ କରାଯାଇଥିଲା। ଆଜ୍ଞାମାଳ ମସ୍ତକରୁ ଖସିବା ପରେ ପାର୍ଶ୍ୱଘଟଧାରୀ ମହିଳାମାନେ ମା ’ଙ୍କ ଅନୁମତି ନେଇ ମୂଳ ମନ୍ଦିରକୁ ବାହୁଡ଼ିବା ଲାଗି ଘଟ ଉଠାଇଥିଲେ। ମୁଖ୍ୟଘଟକୁ ସମ୍ମୁଖ ଭାଗରେ ରଖାଯିବା ପରେ ମା’ଙ୍କ ବିଦାୟ ଶୋଭାଯାତ୍ରା ଆରମ୍ଭ ହୋଇଥିଲା। ଯାତ୍ରାର ଉଦ୍‌ଯାପନୀ ଦିବସରେ ସହର ତଥା ଆଖପାଖ ଗ୍ରାମାଞ୍ଚଳର ୧୦ ହଜାର ରୁ ଉଦ୍ଧର୍‌ବ ଲୋକଙ୍କ ସମାଗମ ହୋଇଥିଲା। ବହୁ ସଂଖ୍ୟକ ଶ୍ରଦ୍ଧାଳୁ ମା ’ ଙ୍କ ବାହୁଡ଼ା ଯାତ୍ରାରେ ସାମିଲ ହୋଇଥିଲେ। ନୃତ୍ୟ ଗୀତ,ଆତସବାଜି ରୋଷଣୀ,ଫଗୁ ଖେଳ ଓ ବାଦ୍ୟର ତାଳେ ତାଳେ ମା ’ ସାଆନ୍ତାଣୀ ବୁଢ଼ୀ ଠାକୁରାଣୀ ଝୁଲି ଝୁଲି ଅସ୍ଥାୟୀ ଯାତ୍ରାପୀଠରୁ ବାହାରି ବଜାର ସାହି ଅତିକ୍ରମ କରି ସାନଦାଣ୍ଡ ସାହି ଶେଷରେ ଥିବା ବୁଢ଼ୀ ଠାକୁରାଣୀ ମନ୍ଦିରରେ ପ୍ରବେଶ କରିଥିଲେ।ସେଠାରେ ଉପସ୍ଥିତ ସେବାୟତ (ଜାନି) ସମ୍ପ୍ରଦାୟ ପକ୍ଷରୁ ମନ୍ଦିର ପୀଠକୁ ଶୋଧନ କରାଯାଇ ସକାଳ ଧୂପ ଦିଆଯାଇଥିଲା। ସୋମବାର ସନ୍ଧ୍ୟାରୁ ଅସ୍ଥାୟୀ ଯାତ୍ରା ପୀଠରେ ଦିଗପହଣ୍ଡି ବ୍ଲକ ଗୁହାଳପୁର ଏବଂ ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଗ୍ରାମର ପୌରାଣିକ ରାମାୟଣ ଥିଏଟର ମଞ୍ଚସ୍ଥ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ: ଅଟକିଲା ଆମ୍ବୁଲାନ୍ସ, ଗାଡି ପାଉ ନ ଥିଲେ ଲୋକେ

ନୂଆପଡ଼ା,୮ା୧୧ (ମକାରୁ ବେମାଲ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ରୋଡ୍‌ ଶୋରେ ନୂଆପଡ଼ା ସହରର ଏକତା ଛକ ଓ ଖରିଆର ରୋଡ୍‌ ଏନ୍‌ଏସରେ ପ୍ରବଳ ଭିଡ଼...

ଭାରତକୁ ଆଖି ଦେଖାଇଲା ପାକିସ୍ତାନ! ବାଂଲାଦେଶରୁ କଲା ଗର୍ଜନ…

ଢାକା,୯।୧୧: ମହମ୍ମଦ ୟୁନୁସଙ୍କ ମଧ୍ୟବର୍ତ୍ତୀକାଳୀନ ସରକାର ଗଠନ ହେବା ପରଠାରୁ, ପାକିସ୍ତାନ ସହିତ ବାଂଲାଦେଶର ସମ୍ପର୍କରେ ଯଥେଷ୍ଟ ଉନ୍ନତି ଆସିଛି। ଏହା ପ୍ରଥମ ଥର ପାଇଁ...

ରାତି ପାହିଲେ ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣୀ: ପୂର୍ବରୁ ୨୫୬ଟି ଅଭିଯୋଗ ଶୁଣି କରିଥିଲେ ରେକର୍ଡ

ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସର ମଧ୍ୟରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷନ ଏବଂ ଏଏସ୍‌ପି ହରିଶ ବିସିଙ୍କ ମିଳିତ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ...

ମ୍ୟାନ ଅଫ ଦି ମ୍ୟାଚ ଖେଳାଳି କେତେ ଟଙ୍କା ପାଆନ୍ତି? ଏହା ମ୍ୟାଚ ଫି ଠାରୁ କେତେ କମ

ନୂଆଦିଲ୍ଲୀ,୯।୧୧: ନିକଟରେ, ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ମହିଳା ODI ବିଶ୍ୱକପ ଜିତିଥିଲା। ଫାଇନାଲ ମ୍ୟାଚରେ, ଶାଫାଲି ବର୍ମା ଏକ ଚମତ୍କାର ଇନିଂସ...

ଦାରିଙ୍ଗବାଡିରେ ଖସୁଛି ପାରଦ: ୨ ଦିନ ହେଲା ଶୀତ, ନିଆଁ ଲଗାଇ ବସୁଛନ୍ତି…

ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିକୁ ଶୀତ ଆସିବାରେ ବିଳମ୍ବ ହୋଇଛି । ତେବେ ଗତ ୨ ଦିନ ହେଲା ପାରଦ ଖସୁଛି ଏବଂ...

ବିଜେଡି, ଭାଜପାର ରୋଡ୍‌ ଶୋ’କୁ ନେଇ ଚର୍ଚ୍ଚା

ନୂଆପଡ଼ା,୯ା୧୧(ପୀତାମ୍ବର ସାହୁ): ନୂଆପଡ଼ା ଉପନିର୍ବାଚନ ପ୍ରଚାର ଶେଷ ପର୍ଯ୍ୟାୟରେ। ରବିବାର ପ୍ରଚାର ଶେଷ ହୋଇଯିବ। ଅପରାହ୍ନ ୪ଟା ସୁଦ୍ଧା ନୂଆପଡ଼ା ଛାଡ଼ି ଚାଲିଯିବାକୁ ବାହାର ନେତା...

ନୂଆପଡ଼ା ଉପନିର୍ବାଚନ ବିଜୟ ପାଇଁ ପ୍ରମୁଖ ଦଳର କସରତ୍‌

ନୂଆପଡ଼ା,୯ା୧୧ (ପୀତାମ୍ବର ସାହୁ): ନୂଆପଡ଼ା ଉପନିର୍ବାଚନ ପ୍ରଚାର ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ଏହାକୁ ନେଇ ଆଲୋଚନା ସେତେ...

ଘାସିରାମ ନିଷ୍କଳଙ୍କ: ଚେୟାରମ୍ୟାନ ଥାଇ ନିଜ ବିଡିଓଙ୍କୁ ଧରାଇଥିଲେ ଭିଜିଲାନ୍ସ ହାତରେ

ନୂଆପଡ଼ା,୯ା୧୧ (ମକାରୁ ବେମାଲ): କଂଗ୍ରେସ ହେଉଛି ଏକମାତ୍ର ଦଳ ଯିଏ ଏହି ମାଟିର ମଣିଷ, ନିଷ୍କଳଙ୍କ ବ୍ୟକ୍ତି ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରିଛି। କଂଗ୍ରେସ ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri